ଆଜିର ରାଶିଫଳ

0 497

ଅପ୍ରେଲ ମାସ ୨୭ ତାରିଖ ୨୦୨୨ ମସିହା(ବୁଧବାର) ,ବୈଶାଖ-କୃଷ୍ଣପକ୍ଷ ,ତିଥି- ଦ୍ଵାଦଶୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୦0,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୫୯ ,ଧନୁ ରାଶିର ଘାତଚନ୍ଦ୍ର ,କର୍କଟ ରାଶିର ଘାତବାର
ଦ୍ଵାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ ଘ ୦୭/୦୦ ମଧ୍ୟେ ଓ ଘ ୦୬/୫୩ ଗତେ ଘ୦୯/୧୮ ମଧ୍ୟେ ,ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ ୦୩/୪୮ ଗତେ ଘ୦୫/୨୬ ମଧ୍ୟେ ,ପୋଇ ଭକ୍ଷଣ ନିଷେଧ
ମେଷ-ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ-ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସିଂହ-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା-ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା-ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା-ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ-ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌ର ସମୟ କଟିବ।
ମୀନ-ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
!!ଶୁଭସକାଳ!!ପ୍ରତ୍ୟେକ ବ୍ଯକ୍ତି ଭଲ ନ ହୋଇ ପାରନ୍ତି, ହେଲେ ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ କିଛି ନା କିଛି ଭଲ ଗୁଣ ରହିଛି । ତେଣୁ କାହା ପ୍ରତି ହେୟଜ୍ଞାନ କରନ୍ତୁ ନାହିଁ । ସେମାନଙ୍କ ଠାରେ ଥିବା ଭଲ ଗୁଣକୁ ଚିହ୍ନନ୍ତୁ। ସେହି ଭଲ ଗୁଣକୁ ସମାଜର ହିତ ପାଇଁ ବ୍ୟବହାର କରନ୍ତୁ !!ଜୟଜଗନ୍ନାଥ,ଜୟ ସୋମ ନାଥ, ଜୟହନୁମାନ!!

Leave A Reply

Your email address will not be published.