- Advertisement -

ଆଜିର ରାଶିଫଳ

0 9

ଅକ୍ଟୋବର ୨୮ ତାରିଖ ୨୦୨୦ମସିହା(ବୁଧବାର).ଆଶ୍ଵିନ-ଶୁକ୍ଳପକ୍ଷ.ତିଥି-ଦ୍ୱାଦଶୀ . ଧନୁ ରାଶି ର ଘାତଚନ୍ଦ୍ର.କର୍କଟ ରାଶିର ଘାତ ବାର . ଆଜି ତ୍ରୟୋଦଶୀର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ. ପୋଇ. ବାଇଗଣ ଭକ୍ଷଣ ନିଷେଧ .ଆଜିର ରାଶିଫଳ ।
ମେଷ:-ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ:-ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
ମିଥୁନ:-କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ପାଇବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ:-ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହାଯ୍ୟ ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା:-କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହଯୋଗ ରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ମଧ୍ୟମ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ
ବିଛା:-ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ:-ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହାଯ୍ୟ ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ:-ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ:- ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

Leave A Reply

Your email address will not be published.