ଆଜିର ରାଶିଫଳ

0 1,052

ମାର୍ଚ୍ଚମାସ ୦୪ତାରିଖ ୨୦୨୩ମସିହା(ଶନିବାର)ଫାଲଗୁନମାସ-ଶୁକ୍ଳପକ୍ଷ ,ତିଥି- ଦ୍ଵାଦଶୀ ଦିବା ଘ୧୨/୪୫ ଗତେ ତ୍ରୟୋଦଶୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୪୮ ,ସୂର୍ଯ୍ୟାସ୍ତ -,-ସନ୍ଧ୍ୟା ଘ୦୫/୪୯/୫୯ ,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର ,ପୋଇଶାଗ ଦିବାଘ୧୧/୪୫ଗତେ ବାଇଗଣଭକ୍ଷଣ ନିଷେଧ । 
ମେଷ:-ମନରେ ଧାର୍ମିକଭାବନା ଉଦୟ ହେବ। ବିନାସ୍ବାର୍ଥରେ ଅନ୍ୟର ସହାୟତାକରି ଖୁସି ଅନୁଭବକରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରିଭୋଜନ ପାଇଁ ବାହାରକୁଯିବେ।
ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣରହିବ। ଘରେପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସିକାମରେ ଦୂରସ୍ଥାନକୁଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କମନରେ ବିଭିନ୍ନପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକକାମ ବିବେକରସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:-ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସିଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବାକରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେ ହେଉଥିବାକାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାରଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:-ଊର୍ଜାରସ୍ତର ଉଚ୍ଚା ରହିବ। କୌଣସି ଅଜଣାବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:-ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବାମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କସହିତ ସମ୍ବନ୍ଧ ପୂର୍ବଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:-ସାମାଜିକକାର୍ଯ୍ୟକ୍ରମରେ ଭାଗନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌ର ସମୟ କଟିବ।
ମୀନ:-ଦିନଟି ଆପଣଙ୍କପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସାକରିବେ। ଯିବାକୁଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁରଲାଭ ମିଳିବ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

 

 

Leave A Reply

Your email address will not be published.