ଆଜିର ରାଶିଫଳ

0 217

ମାର୍ଚ୍ଚ ମାସ ୧୩ ତାରିଖ ୨୦୨୩ ମସିହା(ସୋମବାର)ଚୈତ୍ରମାସ-କୃଷ୍ଣପକ୍ଷ ,ତିଥି- ଷଷ୍ଠୀ ରାତ୍ରି ଘ୦୯/୧୨ ଗତେ ସପ୍ତମୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୨/୧୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୩/୧୯ ,ମିଥୁନ ରାଶିର ଘାତବାର ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ନିମ୍ୱ ରାତ୍ରି ଘ୦୯/୧୩ ଗତେ ତାଳଭକ୍ଷଣ ନିଷେଧ
ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣାଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟଧରି ଅପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁନେଇ ପାରିବାରିକ ଅସହଯୋଗରୁ ଶେଷପର୍ଯ୍ୟାୟରେ କାମଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପଦୃଷ୍ଟିରୁ ମାନସିକସ୍ତରରେ କଷ୍ଟ ସ୍ବୀକାର କରିବେ।
ବୃଷ:-ଆଜି ଆପଣଙ୍କର ମାନସିକସ୍ବାସ୍ଥ୍ୟ କେତେକାଂଶରେ ଭଲ ରହିନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣକ୍ଷେତ୍ରରେ ଅସୁବିଧା ମନେକରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କକଥାରେ ପ୍ରଭାବିତହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ:-ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗିପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକଘଟଣାକୁ ସନ୍ଦେହଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବନ୍ଧୁଙ୍କ ପ୍ରତିଶ୍ରୁତିଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ।
କର୍କଟ:-ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତହୋଇ ମରିଚିକାପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତାଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇପାରନ୍ତି। ଶିଳ୍ପ, ରପ୍ତାନି ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ସିଂହ:-ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେକରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟାଅଭିଯୋଗ ସକାଶେ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟବୃଦ୍ଧି ଯୋଗୁ କିମ୍ବା ପରିବହନରେସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।
କନ୍ୟା:-ପାରିବାରିକସ୍ତରରେ ବନ୍ଧୁଙ୍କବ୍ୟବହାରରେ ଅସନ୍ତୁଷ୍ଟହୋଇ ଆଲୋଚନାକାଳରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଶେଷସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନରୋଗର ପୀଡା ଅନୁଭବକରି ପାରନ୍ତି। ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା:-ଆନୁଷ୍ଠାନିକ କାମରେ ସାଙ୍ଗଠନିକକାର୍ଯ୍ୟରେ ନେତୃତ୍ୱନେଇ ପ୍ରଶଂସିତହେବେ। ସାମାଜିକ ସ୍ତରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ। ପ୍ରତ୍ୟେକକ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗକଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷଯାତ୍ରା ସମୟରେ ଯାନ୍ତ୍ରିକତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା:-ସାଧାରଣକଥାକୁ କେନ୍ଦ୍ରକରି ମଧ୍ୟାହ୍ନେମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭû ସମିତିରେ ଆଲୋଚନାଦ୍ୱାରା ସମସ୍ୟାର ସରଳସମାଧାନ ହୋଇପାରିବ। ପାରିବାରିକ ସମସ୍ୟାର ସରଳସମାଧାନ କରିବାରେ ପଡୋଶୀଙ୍କଅବଦାନ ସ୍ମରଣୀୟ ରହିବ। ଗତକାଲିଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେନ।
ଧନୁ:-ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବକରିବା ସହ ପ୍ରିୟଜନଙ୍କସହ ସମ୍ପର୍କହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣାହେତୁ ସ୍ତ୍ରୀଙ୍କସହ ମତପାର୍ଥକ୍ୟ ଦେଖାଦେଇପାରେ। ଆଜିର ପ୍ରତ୍ୟୁଷଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥାକ୍ରୋଧ ପ୍ରକାଶକରିପାରନ୍ତି।
ମକର:-ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତିନେଇପାରନ୍ତି। ପ୍ରତ୍ୟେକକ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମକରି ସମସ୍ୟା ସମାଧାନ କରିପାରିବେ।
କୁମ୍ଭ:-ସରଳଭାବରେ କୌଣସିକଥାକୁ ଗ୍ରହଣ ନକରି ପରୀକ୍ଷାକରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦକ୍ରମେ ଜଟିଳହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମାବ୍ୟବସାୟରେ ଉନ୍ନତିକରିବା ସହ ନିକଟସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମୀନ:-ଆଜି ଲକ୍ଷ୍ୟ ପୂରଣହେବାରେ ଜଣେ ଅଜଣାବନ୍ଧୁଙ୍କସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ରରେ ଆଜି ତରବରିଆପଦକ୍ଷେପ ନେବା ଠିକ୍‌ ହେବନାହିଁ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାରସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.