ଆଜିର ରାଶିଫଳ

0 160

୨୬-୪-୨୦୨୩(ବୁଧବାର)ମେଷ ଦ୧/୩୨/୦୮ ଇଂଘ୫/୨୪/୫୩ ଗତେ ଉଦୟ।ତୁଳା ଦ୧/୫୧/୦୦ ଇଂଘ୬/୦୩/୨୩ ଗତେ ଅସ୍ତ ।ରାତ୍ରି ଘ୧୨।୫୧ ଗତେ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ମୀନ ବୃଷ ମିଥୁନ ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । କର୍କଟ ରାଶିର ଘାତବାର । ଦିବା ଘ୮।୩୪ ଗତେ ଘ୧୦।୯ ମଧ୍ୟେ କାଳବେଳା । ଘ୧୧।୪୪ ଗତେ ଘ୧।୧୮ ମଧ୍ୟେ ବାରବେଳା । ରାତ୍ରି ଘ୨।୩୪ ଗତେ ଘ୩।୫୯ ମଧ୍ୟେ କାଳରାତ୍ରି । ସପ୍ତମୀର ପାର୍ବଣଶ୍ରାଦ୍ଧ । ନିମ୍ବ ଦିବା ଘ୧୧।୧୫ ଗତେ ତାଳଭକ୍ଷଣ ନିଷେଧ ।ଘ୧୧।୪୮ ଗତେ ଘ୧।୨୪ ମଧ୍ୟେ ରାତ୍ରି ଘ୬।୫୩ ଗତେ ଘ୯।୧୭ ମଧ୍ୟେ ଘ୨।୫ ଗତେ ଘ୫।୨୪ ମଧ୍ୟେ ।ମାହେନ୍ଦ୍ର – ଦିବା ଘ୩।୪୮ ଗତେ ଘ୫।୨୪ ମଧ୍ୟେ ରାତ୍ରି ଘ୯।୧୭ ଗତେ ଘ୧୦।୫୩ ମଧ୍ୟେ।
ମେଷ;-ଆଜି କ୍ୟାରିୟର ସୁଧାର ପାଇଁ ଦିନଟି ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ:-ଆପଣଙ୍କ ଭାବନା ଆଜି ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
ମିଥୁନ:-ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ।
ବିଛା:-ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.