ଆଜିର ରାଶିଫଳ

0 164

୨୦୨୩ ମସିହା ମଇ ମାସ ୩ ତାରିଖ ବୁଧବାର।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୨୧/୧୨ ,ସୂର୍ଯ୍ୟାସ୍ତ- ଘ୬/୬/୮ ,ବୈଶାଖମାସ ,ଶୁକ୍ଳପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୧/୫୭ମିପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ।ଘାତଚନ୍ଦ୍ର–ବୃଷ ରାଶିର ଘାତଚନ୍ଦ୍ର।ଘାତ ବାର–କର୍କଟ ରାଶିର ଘାତବାର।ତାରାଶୁଦ୍ଧି-୧।୩।୫।୬।୮।୧୦।୧୨।୧୪।୧୫।୧୭।୧୯।୨୧।୨୩।୨୪।୨୬ ଏହି ନକ୍ଷତ୍ର ମାନଙ୍କର ରାତ୍ରି ଘ୯/୪୨ମି ପରେ ୨।୪।୬।୭।୯।୧୧। ୧୩।୧୫।୧୬।୧୮। ୨୦।୨୨।୨୪।୨୫।୨୭ ଏହି ନକ୍ଷତ୍ର ମାନଙ୍କର ତାରା ଶୁଦ୍ଧି।ସାମ୍ବତ୍ସରିକ ଶ୍ରାଦ୍ଧ–ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ଘ୧୧/୫୭ମି ପରେ ବିରି ଭକ୍ଷଣ ନିଷେଧ।ଅଶୁଭ ବେଳା-କାଳବେଳା ଦିବା ଘ୮/୮ମି ରୁ ଘ୧୦/୯ମିପର୍ଯ୍ୟନ୍ତ ।କାଳରାତ୍ରି ରାତ୍ରି ଘ୨/୨୮ମି ରୁ ଘ୩/୫୦ମିପର୍ଯ୍ୟନ୍ତ । ଅମୃତ ପ୍ରାତଃ ରୁ ଦିବା ଘ୬/୫୫ମି ମଧ୍ୟେ, ଘ୧୧/୪୩ମି ରୁ ଘ୧/୧୯ମି ମଧ୍ୟେ, ରାତ୍ରି ଘ୬/୫୬ମି ରୁ ଘ୯/୨୦ମି ମଧ୍ୟେ, ଘ୨/୮ମି ରୁ ରାତ୍ରି ଶେଷ ଘ୫/୨୦ମିପର୍ଯ୍ୟନ୍ତ ।ମାହେନ୍ଦ୍ରବେଳା:- ଦିବା ଘ୩/୪୩ମି ରୁ ଘ୫/୧୮ମି ମଧ୍ୟେ, ରାତ୍ରି ଘ୯/୨୦ମି ରୁ ଘ୧୦/୫୬ମିପର୍ଯ୍ୟନ୍ତ
ମେଷ-ସାରାଦିନକାର୍ଯ୍ୟରତ ରହିବେ। ସକଳଗୁଣର ଆଧାର ହେବେ। ସୁଖରେ ଦିନଟି ବିତିବ। କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ବିନୀତ ସ୍ୱଭାବର ହେବେ। ମନ୍ତ୍ରଣା ଶକ୍ତିଯୁକ୍ତ ହେବେ। ପତ୍ନୀଙ୍କ ଧନରେ ସୁଖୀ ହେବେ।
ବୃଷ-ଅର୍ଥ ପ୍ରାପ୍ତି ପାଇଁ ଆଶାବାଦୀ ହେବେ। ବିତ୍ତ ପ୍ରାପ୍ତିର ସୂଚନା ମିଳୁଛି। ବିଳାସ-ବ୍ୟସନ ଠାରୁ ଦୂରେଇ ରହିବେ। ଅଧିକ ସୁଖଭୋଗ କରିପାରନ୍ତି। ଶ୍ରେଷ୍ଠ ପଦ-ପଦବୀରେ ଆରୁଢ଼ ହେବେ। ଜନସାଧାରଣ ଓ ବିଭାଗର ପ୍ରିୟପାତ୍ର ହେବେ।
ମିଥୁନ-ପରିଶ୍ରମର ଉଚିତ ମୂଲ୍ୟ ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଧନବାନ ହେବେ। ଗୁଣଜ୍ଞ ହୋଇପାରନ୍ତି। ଉପାର୍ଜନ ଯଥେଷ୍ଟ ପରିମାଣର ହେବ। ବିନୀତ ସ୍ୱଭାବର ହୋଇପାରନ୍ତି। ଚେତନଶୀଳ ହେବେ।
କର୍କଟ-ସଙ୍କଟରେ ପଡିଲେ ବି ମୁକାବିଲା କରିକୃତକାର୍ଯ୍ୟ ହେବେ। ଏ ନେଇ ଅଧିକ ବ୍ୟୟ ହୋଇପାରେ। ଧର୍ମପ୍ରିୟ ହେବେ। ହାସ୍ୟଯୁକ୍ତ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ଶିଳ୍ପ ପାରଦର୍ଶୀ ଓ ଚଞ୍ଚଳ ଚେଷ୍ଟିତ ହେବେ।
ସିଂହ-ଗୁରୁଜନ ତଥା ପିତା, ମାତାଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। ମନୋଜ୍ଞ ହେବେ। ବିଚକ୍ଷଣ ବୁଦ୍ଧିଯୁକ୍ତ ହେବେ। ସମୃଦ୍ଧିର ସୋପାନ ଉଠିପାରନ୍ତି। ବହୁ ମିତ୍ର ଓ ସୌହୃଦଙ୍କ ସାନ୍ନିଧ୍ୟ ମିଳିବ।
କନ୍ୟା-ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। କର୍ମ ଚଞ୍ଚଳ ରହିବେ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରଦୂଷଣ ମୁକ୍ତ ଗୃହରେ ବସତି ସ୍ଥାପନ କରିବେ। କୀର୍ତ୍ତି, ମର୍ତ୍ତି, ସତ୍ତ୍ୱ, ସନ୍ତୋଷ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା-ଜିତେନ୍ଦ୍ରିୟ ହୋଇପାରନ୍ତି। ବହୁ ସୁଖ ଭୋଗ କରିବେ। ଧାର୍ମିକ ପ୍ରବର ହୋଇପାରନ୍ତି। ସରକାରଙ୍କ ପ୍ରିୟପାତ୍ର ହେବେ। ନିଜ ବନ୍ଧୁବାନ୍ଧବଙ୍କ ସେବାରେ ନିୟୋଜିତ ହୋଇପାରନ୍ତି। ପୁତ୍ର ସୁଖ ମିଳିବ। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ।
ବିଛା-କର୍ମକ୍ଷେତ୍ରରେ ମତାନ୍ତର ଘଟିପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କୃଷିକ୍ଷେତ୍ରରୁ ଲାଭ ମିଳିବ। ବିଳାସ-ବ୍ୟସନ କରିବେ। ଶତ୍ରୁ ବିନାଶ କରିବାରେ ସିଦ୍ଧହସ୍ତ ହେବେ। ଧନଭୋଗ ସହିତ ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛିଜ୍ଝ
ଧନୁ-ବହୁ ଶୁଭଫଳ ପ୍ରାପ୍ତିର ସୂଚନା ମିଳୁଛି। ମିତ୍ର ଲାଭ ହେବ। ସୁବର୍ଣ୍ଣାଦିଯୁକ୍ତ ହୋଇପାରନ୍ତି। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବନ୍ଧୁବର୍ଗ ଓ ପ୍ରିୟ ଜନଙ୍କ ସହାୟତା ପାଇବେ। ଅବିବାହିତମାନଙ୍କୁ ମନୋରମା କନ୍ୟା ମିଳିବ।
ମକର-ଅଟକି ଥିବାକାର୍ଯ୍ୟ ଆଗେଇବେ। ବନ୍ଧୁ ସୁଖ ପାଇ ଉତ୍ଫୁରଲ୍ଲିତ ହେବେ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ତତ୍ପରତା ଧିମେଇ ଯାଇପାରେ। ବହୁଧନର ଅଧିକାରୀ ହୋଇପାରନ୍ତି। ଉତ୍ତମ ବଂଶରୁ କନ୍ୟା ଲାଭ ହୋଇପାରେ।
କୁମ୍ଭ- ଦେବ-ଗୁର-ଗୁରୁଜନଙ୍କୁ ଭକ୍ତି କରିବେ। ଗରିମାମୟ ଜୀବନ ଯାପନ କରିବେ। ତେଜିୟାନ୍‍ ହେବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ନାନା ସୁନ୍ଦର ବସ୍ତୁ ଲାଭର ସୁଯୋଗ ସୃଷ୍ଟି ହୋଇଛି। ନିଜ ବୁଦ୍ଧିବଳରେ ସମସ୍ତଙ୍କୁ ପରାମର୍ଶ ଦେବେ।
ମୀନ-ଠାକୁର ଆଶୀର୍ବାଦ ପାଇ ଆଶ୍ୱସ୍ତ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସର୍ବଦା ସତ୍ପିଥ ଅନୁସରଣ କରିବେ। କଥା-ବାର୍ତ୍ତାରେ ଶାଳୀନତା ରକ୍ଷା କରିବେ। ବିବେକୀ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। କୃଷିକାର୍ଯ୍ୟରେ ମନଦେବେ।

ନିତିବାଣୀ-ଜୀବନରେ ସବୁ କିଣି ପାରିବେ, କିନ୍ତୁ ଆଶୀର୍ବାଦ ଓ ଭଲପାଇବା କିଣି ପାରିବେ ନାହିଁ। ଏହା ଆପଣଙ୍କୁ କମାଇବାକୁ ପଡ଼ିଥାଏ।
ବାସ୍ତୁଟିପ୍ପଣୀ-ସକାଳେ ଘରର ମୁଖ୍ୟକବାଟ ଖୋଲିବାପରେ କରନ୍ତୁ ଏହି ଛୋଟକାମ, ଘରକୁ ଆସିବ ସୁଖସମୃଦ୍ଧି◆◆◆
ଯଦି ଘରର ଦ୍ୱାରମୁହଁ ବାସ୍ତୁଅନୁଯାୟୀ ହୋଇଥାଏ ତେବେ ସେହିଘରେ ରହୁଥିବା ଲୋକଙ୍କ ସ୍ୱାସ୍ଥ୍ୟଅବସ୍ଥା ସଠିକ ରହିଥାଏ ଏବଂ ସେହିଘରେ ରହୁଥିବା ଲୋକଙ୍କ ସୁଖସମୃଦ୍ଧି ବଢିଯାଏ । ଶାସ୍ତ୍ରରେ ମୁଖ୍ୟ ଦ୍ୱାରକୁ ଗ୍ରହ ମାନଙ୍କଦ୍ୱାର ବୋଲି ମନାଯାଏ ।ଭାରତୀୟ ହିନ୍ଦୁଶାସ୍ତ୍ର ଅନୁସାରେ ଘରରଦ୍ୱାରକୁ କଳସ,ଆମ୍ବ ପତ୍ର,ନଡ଼ିଆ ,ଫୁଲ,ଅଶୋକ ଦ୍ଵାରା ସଯାଇବାର ପରମ୍ପରା ରହିଛି । ଆସନ୍ତୁଜାଣିବା ଘରର କିଛି ସମସ୍ୟା ଦୂର କରିବାପାଇଁ ଉପାୟ । ଘରର ଦ୍ଵାର ମୁହଁରେ ଏହି ଦୁଇଟି ଉପାୟ କରିବା ଦ୍ଵାରା ଘରର ସମସ୍ୟା ଦୂର ହୋଇଯିବ ।
ଯେତେବେଳ ଆପଣ ଦ୍ୱାରମୁହଁ କବାଟ ଖୋଲୁଛନ୍ତି ସେତେବେଳେ କିଛି ଗଙ୍ଗାଜଳ ଆଣିକି ଛିଞ୍ଚନ୍ତୁ । ଘରର କବାଟରେ ସ୍ୱସ୍ତିକଚିହ୍ନ ମଧ୍ୟ ବନାନ୍ତୁ । ଏହା ଅତ୍ୟନ୍ତଶୁଭ ହୋଇଥାଏ ଏବଂ ସେହି ସ୍ୱସ୍ତିକ ଚିହ୍ନକୁ ହଳଦୀ ଓ ସିନ୍ଦୁରଦ୍ଵାରା କରନ୍ତୁ । ଆପଣ ଏହାକୁ ସୂର୍ଯ୍ୟଉଦୟ ପୂର୍ବରୁ ହି କରନ୍ତୁ । ଏହା ଅତ୍ୟନ୍ତ ଶୁଭ ହୋଇଥାଏ । ଘରର ଦ୍ଵାରମୁହଁରେ ଅଶୋକ ଓ ଆମ୍ବରପତ୍ରକୁ ସୂତାରେବାନ୍ଧି ଘରର ଦୁଆରମୁହଁରେ ଲଗାନ୍ତୁ । ଏହିସବୁ ଉପାୟ କରିବାଦ୍ଵାରା ଆପଣଙ୍କଘରକୁ କୈାଣସି ଖରାପଶକ୍ତି ପ୍ରଵେଶ କରିପାରିବନାହିଁ ।ଏପରି କରିବାଦ୍ୱାରା ଆପଣଙ୍କର କୌଣସିସମସ୍ୟା ରହିବନାହିଁ । ଆପଣଙ୍କ ଘରେ ସର୍ବଦା ସୁଖଶାନ୍ତି ବଜାୟରହିବ । ଅର୍ଥଜନିତ କୌଣସିସମସ୍ୟା ଦେଖିବାକୁ ମିଳିବନାହିଁ ପତିପତ୍ନୀଙ୍କ ମଧ୍ୟରେ ସମ୍ପର୍କ ଖୁବ ଭଲରହିବ । ଆପଣଙ୍କ ଘର ଉପରେ କୌଣସି କୁ ଦୃଷ୍ଟି ପଡିବ ନାହିଁ । ଘରେଥିବା ସମସ୍ତ ବାସ୍ତୁଦୋଷର ବିନାଶ ଘଟିବ ।ଘରର ମୁଖ୍ୟଦ୍ୱାର ଉପରେ କେବେ ମଧ୍ୟ କୌଣସିପ୍ରକାର ବୃକ୍ଷର ଛାଇ ପଡିବା ଉଚିତନୁହେଁ ।
ଆଜିର ଦିନଟି ମଙ୍ଗଳମୟ ହେଉ!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.