ଆଜିର ରାଶିଫଳ

0 178

ଜୁନ ମାସ ୦୩ ତାରିଖ ୨୦୨୩ ମସିହା(ଶନିବାର) ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି- ଚତୁର୍ଦ୍ଦଶୀ ଦିବା ଘ୧୧/ ୦୭ ପର୍ୟ୍ୟନ୍ତ ତଦନ୍ତେ ପୁର୍ଣିମା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୪୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/ ୦୧ବୃଷ ରାଶିର ଘାତବାରଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପୂର୍ଣ୍ଣିମାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କାଳବେଳା -ଘ୦୬/୪୯ ମଧ୍ୟେ ଓ ଘ୦୪/୪୦ଗତେ ଘ ୦୬/୨୦ ମଧ୍ୟେ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୩/୦୪ ଗତେ ଘ୦୪/୩୯ ମଧ୍ୟେ ଓ ରାତ୍ରି ଘ୦୭/୦୮ ଗତେ ଘ୦୭/୫୮ ମଧ୍ୟେ,ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୯/୧୦ ଗତେ ଘ୧୧ /୩୫ ମଧ୍ୟେ,ବିରି ରାତ୍ରି ଘ୧୧/ ୦୭ଗତେ ଆମିଷ ଭକ୍ଷଣ ନିଷେଧ।
ମେଷ :- ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ :- ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ :- ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ :- ଆଜି ଆପଣ କୌଣସି ସମସ୍ୟାରେପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ :- ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା :- ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା:-ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ:- ଆପଣ ଖୁସି ମନେଇବା ପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟି ପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର :-ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନର କାର୍ଯହେବ।
କୁମ୍ଭ :- ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେ ରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ :- ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତ ରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେ ପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.