ଜୁନ ମାସ ୧୪ ତାରିଖ ୨୦୨୩ ମସିହା(ବୁଧବାର) ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ଏକାଦଶୀ, ସୁର୍ୟୋଦୟ-ପ୍ରାତଃ ଘ୦୫ /୧୧/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ ୦୬/ ୨୨/୦୧ମେଷରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତ ବାର,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କାଳ ବେଳା – ଦିବା ଘ୦୮/୨୭ ଗତେ ଘ୧୦ /୦୯ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୪୫ ଗତେ ଘ୦୮/୨୬ ମଧ୍ୟେ ଓ ଘ୦୧/ ୩୦ଗତେ ଘ୦୪/୨୪ ମଧ୍ୟେ, ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି, ଶିମ୍ବ ଦିବା ଘ୦୯/୧୦ ଗତେ ପୋଇ ଭକ୍ଷଣ ନିଷେଧ।
ମେଷ:-ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ:- ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:- ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:- ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:- ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:- ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:- ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:- ସଫଳତାମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇ ପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।
ଧନୁ:- ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:- ସାମାଜିକ କାର୍ଯ୍ୟକ୍ରମ ରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟି
ମୀନ:- ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣ ଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣ କାରୀ ହେବ। ବ୍ୟବ ସାୟରୁ ପ୍ରଚୁର ଲାଭ ମିଳିବ।
!!ଜୟଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
