ଆଜିର ରାଶିଫଳ

୨୦୨୩ମସିହା ଅଗଷ୍ଟମାସ ୨୩ତାରିଖ ବୁଧବାର। ଗୋସ୍ୱାମୀ ତୁଳସୀଦାସ ଜୟନ୍ତୀସୁର୍ଯ୍ୟୋଦୟ-ପ୍ରାତଃ ଘ୫/୩୨/୨୬ ,ସୂର୍ଯ୍ୟାସ୍ତ-ଘ୬/୬/୨୨ ,ଶ୍ରାବଣମାସ ,ଶୁଦ୍ଧ ଶୁକ୍ଳପକ୍ଷ ,ପଣ୍ଡିତବାସ ,ତିଥି-ସପ୍ତମୀ ରାତ୍ରିଘ୩/୨୧ମିପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ।ନକ୍ଷତ୍ର- ସ୍ବାତୀନକ୍ଷତ୍ର ଦିବା ଘ୮/୪୦ମି ପର୍ଯ୍ୟନ୍ତ ତଦନ୍ତେ ବିଶାଖା ନକ୍ଷତ୍ର।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ବାୟବ୍ୟକୋଣରେ, ରାତ୍ରି ଘ୩/୨୧ମି ପରେ ଐଶାନ୍ୟ କୋଣରେ। ଅଗନ୍ତବ୍ୟତିଥି ଓ ବିଷ୍ଟିକରଣଦୋଷ ହେତୁ ସୂର୍ଯ୍ୟୋଦୟରୁ ରାତ୍ରିଘ୩/୨୧ମି ମଧ୍ୟେଯାତ୍ରା ଶୁଭ। ବାୟୁକୋଣ, ପଶ୍ଚିମଦିଗ ଓ ନୈର୍ଋତକୋଣକୁ ତ୍ୟା କରି ଯାତ୍ରାକରାଯିବ।ଘାତଚନ୍ଦ୍ର–ଘାତଚନ୍ଦ୍ର ନାହିଁ।ଘାତବାର–କର୍କଟରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ତାଳଭକ୍ଷଣ ନିଷେଧ।ଅଶୁଭବେଳା- କାଳବେଳା ଦିବା ଘ୮/୩୯ମି ରୁ ଘ୧୦/ ୧୧ମି ପର୍ଯ୍ୟନ୍ତ। ବାରବେଳା ଦିବା ଘ୧୧/୪୭ମି ରୁ ଘ୧/୨୧ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୨/୪୦ମି ରୁ ଘ୪/୯ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟ ରୁ ଦିବା ଘ୭/୯ମି ମଧ୍ୟେ, ଘ୧୧/୫୭ମି ରୁ ଘ୧/୩୩ମି ମଧ୍ୟେ, ରାତ୍ରି ଘ୬/୫୧ମି ରୁ ଘ୯/୧୫ମି ମଧ୍ୟେ, ଘ୨/୩ମି ରୁ ରାତ୍ରିଶେଷ ଘ୫/୩୩ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ଦିବା ଘ୩/୫୭ମି ରୁ ଘ୫/୩୩ମି ମଧ୍ୟେ, ରାତ୍ରି ଘ୯/୧୫ମି ରୁ ଘ୧୦/୫୧ମି ପର୍ଯ୍ୟନ୍ତ। ପୁଷ୍କର ଦୋଷ – ମୃତ ବ୍ୟକ୍ତିର ୧ ପାଦ ତିଥି ପୁଷ୍କର ଦୋଷ। ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ର ଦାନ। ଦିବା ଘ୮/୪୦ମି ପରେ ୨ ପାଦ ତିଥି ଓ ନକ୍ଷତ୍ର ଦୋଷ। ଫଳଂ ଗୋପଶୁ ସମ୍ପଦ ଓ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ। ଅନ୍ନବସ୍ତ୍ର ଓ ତିଳ ସୁବର୍ଣ୍ଣ ଦାନ। ଏବଂ ରାତ୍ରି ଘ୩/୨୧ମି ପରେ ୧ ପାଦ ନକ୍ଷତ୍ର ପୁଷ୍କର ଦୋଷ। ଫଳଂ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ ଓ ତିଳସୁବର୍ଣ୍ଣ ଦାନ ସହିତ ହୋମାଦି ଶାନ୍ତି ବିଧେୟ।ଶୁଭକର୍ମ:- ୧୫ ଓ ୧୬ ନକ୍ଷତ୍ରେ ନବଦୋଳାଦ୍ୟାରୋହଣ, ଅନ୍ନପ୍ରାଶନ, ହଳପ୍ରବାହ, ବୀଜବପନ, ବାଣିଜ୍ୟକରଣ, ନବବସ୍ତ୍ର ପରିଧାନ, ଧାନ୍ୟଚ୍ଛେଦନ, ସୂର୍ଯ୍ୟୋଦୟ ରୁ ଦିବା ଘ୮/୪୦ମି ମଧ୍ୟେ, ୧୫ ନକ୍ଷତ୍ରେ ନାମକରଣ, ନିଷ୍କ୍ରାମଣ, ଔଷଧକରଣ ଓ ସେବନ, ହୋମାଦିସ୍ବସ୍ତ୍ୟୟନ, ଧାନ୍ୟସ୍ଥାପନ, ନାଟ୍ୟାରମ୍ଭ, ଉଗ୍ରଦେବତା ପ୍ରତିଷ୍ଠା, ଦେବତା ଗଠନ, ଦିବା ଘି ୮/୪୦ ପରେ ସୂର୍ଯ୍ୟାସ୍ତ ମଧ୍ୟେ ୧୬ ନକ୍ଷତ୍ରେ ବୃକ୍ଷରୋପଣ।
ମେଷ- ଦିନଟି ଆପଣଙ୍କଲାଗି ଉତ୍ତମରହିବ। ଆପଣଙ୍କଯୋଜନାକୁ କାର୍ଯ୍ୟରୂପ ଦେବାଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବାଲୋକ ଶୁଭଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
ବୃଷ- ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ-ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କର୍କଟ-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସିଂହ-ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା-ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

ତୁଳା-ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା-ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
ଧନୁ-ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
କୁମ୍ଭ-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
ମୀନ- ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

 

- Advertisement -

Leave A Reply

Your email address will not be published.