ଆଜିର ରାଶିଫଳ

0 127

୨୦୨୩ମସିହା ନଭେମ୍ବରମାସ ୨୯ତାରିଖ ବୁଧବାର। ସୁର୍ଯ୍ୟୋଦୟ- ଘ୬/୭/୧୬ ,ସୂର୍ଯ୍ୟାସ୍ତ- ଘ୫/୨/୩୨ ,ମାର୍ଗଶିର ମାସ ,କୃଷ୍ଣ ପକ୍ଷ ,ପଣ୍ଡିତ ବାସ ,ତିଥି- ଦ୍ବିତୀୟା ଦିବା ଘ୧/୩୧ମି ପର୍ଯ୍ୟନ୍ତ ତଦନ୍ତେ ତୃତୀୟା।ନକ୍ଷତ୍ର- ମୃଗଶିରା ନକ୍ଷତ୍ର ଦିବା ଘ୨/୧୭ମି ପର୍ଯ୍ୟନ୍ତ ତଦନ୍ତେ ଆର୍ଦ୍ରା ନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତର ଦିଗରେ, ଦିବା ଘ୧/୩୧ମି ପରେ ଆଗ୍ନେୟ କୋଣରେ। ବିଷ୍ଟିକରଣ ଦୋଷ ହେତୁ ସୂର୍ଯ୍ୟୋଦୟରୁ ଯାତ୍ରାଶୁଭ। ଉତ୍ତର ଦିଗ, ବାୟୁକୋଣ ଓ ପଶ୍ଚିମ ଦିଗକୁ ତ୍ୟାଗ, ଦିବା ଘ୧/୩୧ମି ପରେ ରାତ୍ରି ଘ୧/୪୪ମି ପର୍ଯ୍ୟନ୍ତ ଅଗ୍ନିକୋଣ, ପୂର୍ବଦିଗ ଓ ଐଶାନ୍ୟ କୋଣକୁ ତ୍ୟାଗ କରି ଯାତ୍ରା କରାଯିବ।ଘାତଚନ୍ଦ୍ର–କନ୍ୟାରାଶିର ଘାତଚନ୍ଦ୍ର।ଘାତବାର–କର୍କଟ ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଦ୍ବିତୀୟାର ଏକୋଦ୍ଦିଷ୍ଟ ଓ ତୃତୀୟାର ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ବୋଇତାଳୁ ଦିବା ଘ୧/୩୧ମି ପରେ ପଟୋଳଭକ୍ଷଣ ନିଷେଧ।ଅଶୁଭବେଳା-(କାଳବେଳା) ଦିବା ଘ୮/୫୩ମି ରୁ ଘ୧୦/୧୫ମି ପର୍ଯ୍ୟନ୍ତ।(ବାରବେଳା) ଦିବା ଘ୧୧/୩୭ମି ରୁ ଘ୧୨/୫୮ମି ପର୍ଯ୍ୟନ୍ତ।(କାଳରାତ୍ରି) ରାତ୍ରି ଘ୨/୫୪ମି ରୁ ଘ୪/୩୨ମି ପର୍ଯ୍ୟନ୍ତ।ଶୁଭବେଳା–(ଅମୃତ) ସୂର୍ଯ୍ୟୋଦୟ ରୁ ଦିବା ଘ୬/୫୮ମି ମଧ୍ୟେ, ଘ୭/୪୬ମି ରୁ ଘ୮/୩୪ମି ମଧ୍ୟେ, ଘ୧୦/୫୮ମି ରୁ ଘ୧୧/୨୨ମି ମଧ୍ୟେ, ସନ୍ଧ୍ୟା ଘ୫/୫୧ମି ରୁ ଘ୬/୩୯ମି ମଧ୍ୟେ, ରାତ୍ରି ଘ୮/୧୫ମି ରୁ ନିଶାନ୍ତ ଘ୨/୩୯ମି ପର୍ଯ୍ୟନ୍ତ।(ମାହେନ୍ଦ୍ରବେଳା) ପ୍ରାତଃ ଘ୬/୫୮ମି ରୁ ଦିବା ଘ୭/୪୬ମି ମଧ୍ୟେ, ଘ୨/୧୦ମି ରୁ ଘ୪/୩୪ମି ପର୍ଯ୍ୟନ୍ତ। ପୁଷ୍କର ଦୋଷ- ଅଦ୍ୟ ମୃତ ବ୍ୟକ୍ତିର ଘ୧/୩୧ମି ମଧ୍ୟେ ୧ ପାଦ ତିଥି ପୁଷ୍କର ଦୋଷ। ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ର ଦାନ ସହିତ ହୋମାଦି ଶାନ୍ତି ବିଧେୟ ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ଶ୍ରୀମତୀ। କନ୍ୟାର ଦିବା ଘ୨/୧୭ମି ପରେ ପାଞ୍ଚମାସ ଗଣ୍ଡଦୋଷ। ଫଳଂ ସ୍ତ୍ରୀ ବିଧବା। ଘୃତତାମ୍ରପାତ୍ର, ଶୁକ୍ଳବସ୍ତ୍ର, ତିଳସୁବର୍ଣ୍ଣ, ତଣ୍ଡୁଳ ଦାନ କରଣୀୟ।ଶୁଭକର୍ମ:- ସୂର୍ଯ୍ୟୋଦୟ ରୁ ଦିବା ଘ୨/୧୭ମି ମଧ୍ୟେ ୫ ନକ୍ଷତ୍ରେ ବିବାହ (ପାଣିଗ୍ରହଣ), ସୂର୍ଯ୍ୟୋଦୟରୁ ଦିବା ଘ୨/୧୭ମି ମଧ୍ୟେ ୫ ନକ୍ଷତ୍ରେ ଗୃହାରମ୍ଭ ଓ ପ୍ରବେଶ (ପ୍ରତିଷ୍ଠା), ଦେବତା ଗଠନ, ଜଳାଶୟାରମ୍ଭ, ନବବଧୂ ଯାତ୍ରା, ନବଦୋଳାଦ୍ୟାରୋହଣ, ବୃକ୍ଷରୋପଣ, ନୌକାଚାଳନ ଓ ଯାତ୍ରା, ଦୀକ୍ଷାଗ୍ରହଣ, ହୋମାଦିସ୍ବସ୍ତ୍ୟୟନ, ନବଶଯ୍ୟାସନାଦ୍ବୁପଭୋଗ, ଔଷଧକରଣ ଓ ସେବନ, ହଳପ୍ରବାହ, ବୀଜବପନ, ବାଣିଜ୍ୟ କରଣ, ଅଳଙ୍କାର ଭୂଷଣ, ଧାନ୍ୟଚ୍ଛେଦନ, ରାଜ ଦର୍ଶନ, ଅଦ୍ୟ ୫ ଓ ୬ ନକ୍ଷତ୍ରେ ଧାନ୍ୟଚ୍ଛେଦନ, ଉଗ୍ରଦେବତା ପ୍ରତିଷ୍ଠା।
ମେଷ- ଚିନ୍ତାମୁକ୍ତ ହୋଇପାରନ୍ତି। ମନରେ ସେବାଭାବନା ଜାଗ୍ରତ ହେବ। ଆକସ୍ମିକଭାବେ ବ୍ୟବସାୟରୁ ଲାଭପାଇବେ। କୃଷିକ୍ଷେତକୁ ତ୍ବରାନ୍ବିତ କରିବେ। ଯାନବାହନ ଲାଭ ହେବ। ଗୃହ ପରିବେଶ ଠିକ୍‌ ରହିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ବୃଷ- ଆର୍ଥିକ ଉନ୍ନତି ପାଇଁ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ର ଏପରିକି ସର୍ବସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଅର୍ଥ ଓ ଦ୍ରବ୍ୟ ଲାଭର ସୂଚନା ମିଳୁଛି। ମଉଜ ମଜଲିସ୍‌ କରିବେ।
ମିଥୁନ-ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ହୃଷ୍ଟଚିତ୍ତ ଓ ଅତିସୁଖୀ ହୋଇପାରନ୍ତି। କୀର୍ତ୍ତିମାନ୍‌ ଓ ସହିଷ୍ଣୁ ହେବେ।
କର୍କଟ-ପ୍ରୀତି ଭୋଜନ ମିଳିପାରେ। ଦେବ ଦର୍ଶନ ଓ ପୂଜାର୍ଚ୍ଚନାରେ ଲିପ୍ତ ରହିବେ। ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଶରୀର ସୁସ୍ଥ ରହିବ। ଦା
ସିଂହ- କର୍ମକ୍ଷେତ୍ରରୁ ପ୍ରତିବନ୍ଧକ ଦୂରୀଭୂତ ହେବ। ଅତିଥି ସତ୍କାର ପାଇଁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମନସ୍କାମନାପୂର୍ଣ୍ଣ ହୋଇପାରେ। ବ୍ୟବସାୟ ଲାଭଜନକ ହେବ। ବିବାଦର ସୁସମାଧାନ ହୋଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ମଧୁରଭାଷୀ ହେବେ।
କନ୍ୟା- କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ହସଖୁସିରରେ ସମୟ ବିତାଇ ପାରନ୍ତି। ବିଭିନ୍ନ ସ୍ତରରୁ ସ୍ନେହ-ଶ୍ରଦ୍ଧା ଲାଭ କରିବେ। ଲୋକପ୍ରିୟତା ବୃଦ୍ଧି ହେବ। ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ। ପ୍ରସନ୍ନତା ଲାଭ କରିବେ।
ତୁଳା-ହଜି ଥିବା ଦ୍ରବ୍ୟ ପୁନର୍ବାର ହସ୍ତଗତ ହେବ। ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନରେ ସେବା ଭାବନା ଜାଗରିତ ହେବ। ପୂଜାର୍ଚ୍ଚନାରେ ନିମଜିତ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ଗୃହରେ ଶାନ୍ତି ବିରାଜମାନ କରିବ।
ବିଛା- ସଫଳତାର ସୂଚନା ମିଳିପାରେ। ଭ୍ରମଣ ଯୋଗ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଯଶସ୍ବୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳା ସାହାଯ୍ୟ କରିପାରନ୍ତି।
ଧନୁ-ଶିକ୍ଷାକ୍ଷେତ୍ରରେ ଅଧିକ ଅଭିଜ୍ଞତା ଅର୍ଜନ କରିପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ମାନସିକ ସ୍ତରରେ କ୍ଳେଶ ଉପୁଜିବାର ସମ୍ଭାବନା ଅଛି। ସ୍ବାଭିମାନୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମକର-ପିତାଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହେବ। କର୍ତ୍ତବ୍ୟ ପରାୟଣ ହେବେ। ପଡ଼ୋଶୀଙ୍କ ସହ ବୁଝାମଣା ଉତ୍ତମ ସ୍ଥିତିରେ ରହିବ। ସମୃଦ୍ଧିର ମାର୍ଗ ଉନ୍ମୁକ୍ତ ରହିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ମିଳିବ।
କୁମ୍ଭ- ପିଲାଙ୍କ ପଢ଼ାପଢ଼ି ପାଇଁ ବ୍ୟସ୍ତ ରହିବେ। କଳ୍ପନା ବିଳାସୀ ହୋଇପାରନ୍ତି। ମନରେ ସରସତା ଆସିବ। ପାରିବାରିକ ସୁଖ ମିଳିବ। କର୍ମକ୍ଷେତ୍ରରେ ତତ୍ପରତା ପ୍ରକାଶ ପାଇବ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ। ଚଞ୍ଚଳ ଚେଷ୍ଟିତ ହେବେ।
ମୀନ- ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଲାଭ କରିବେ। ହଠାତ୍‌ କିଛି ଅର୍ଥ ପାଇ ଚିନ୍ତାମୁକ୍ତ ହେବେ। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି। ବାଣିଜେ ବସତି ଲକ୍ଷ୍ମୀ ଯୋଗ ଅଛି। ଋଣ ପରିଶୋଧ କରି ଚିନ୍ତାମୁକ୍ତ ହେବେ। ସୁଖୀ ହୋଇପାରନ୍ତି !!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.