ଆଜିର ରାଶିଫଳ

0 105

୨୦୨୪ମସିହା ଜାନୁଆରୀମାସ ୮ତାରିଖ ସୋମବାର।ରାମାନୁଜ ବୈଷ୍ଣବସମ୍ମତ ଏକାଦଶୀ।ସୁର୍ଯ୍ୟୋଦୟ-ଘ୬/୨୭/୧୪ ,ସୂର୍ଯ୍ୟାସ୍ତ-ଘ୫/୧୯/୧୬ ,ପୌଷମାସ ,କୃଷ୍ଣପକ୍ଷ ,ଚ଼ନ୍ଦ୍ରବାସ ,ତିଥି- ଦ୍ବାଦଶୀ ରାତ୍ରିଘ୧୨/୩ମିପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ନୈର୍ଋତକୋଣରେ, ରାତ୍ରି ଘ୧୨/୩ମିପରେ ଦକ୍ଷିଣଦିଗରେ।ଅଗନ୍ତବ୍ୟତିଥି ଦୋଷହେତୁ ରାତ୍ରି ଘ୧୨/୩ମିପରେ ରାତ୍ରିଶେଷପର୍ଯ୍ୟନ୍ତଯାତ୍ରାଶୁଭ।ଦକ୍ଷିଣଦିଗ, ଅଗ୍ନିକୋଣ ଓ ପୂର୍ବଦିଗକୁ ତ୍ୟାଗ କରି ଯାତ୍ରାକରାଯିବ।ଘାତଚନ୍ଦ୍ର–ଘାତଚନ୍ଦ୍ରନାହିଁ ।ଘାତବାର–ମିଥୁନରାଶିର ଘାତବାର।ସାମ୍ବତ୍ସରିକ ଶ୍ରାଦ୍ଧ–ଦ୍ବାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ-ପୋଇଶାଗ ଭକ୍ଷଣ ନିଷେଧ।ଅଶୁଭବେଳା-କାଳବେଳା- ଦିବା ଘ୭/୪୯ମି ରୁ ଘ୯/୧୧ମିପର୍ଯ୍ୟନ୍ତ ।ବାରବେଳା- ଦିବା ଘ୨/୩୯ମି ରୁ ଘ୪/୧ମି ପର‌୍ୟ୍ୟନ୍ତ।କାଳରାତ୍ରି- ରାତ୍ରି ଘ୧୦/୧୭ମି ରୁ ଘ୧୧/୫୫ମିପର୍ଯ୍ୟନ୍ତ ।ଶୁଭବେଳା–ଅମୃତ- ସୁର୍ଯ୍ୟୋଦୟରୁ ଦିବା ଘ୮/୪ମି ମଧ୍ୟେ, ଘ୯/୪୦ମି ରୁ ଘ୧୨/୪ମି ମଧ୍ୟେ, ରାତ୍ରି ଘ୭/୪୬ମି ରୁ ଘ୧୦/୫୮ମି ମଧ୍ୟେ, ଘ୨/୧୦ ମି ରୁ ଘ୨/୫୮ମିପର୍ଯ୍ୟନ୍ତ ।ମାହେନ୍ଦ୍ରବେଳା- ନାହିଁ। ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ରାତ୍ରିଘ୧୨/୩ମି ମଧ୍ୟେ ୧ପାଦ ତିଥି ପୁଷ୍କରଦୋଷ।ଫଳଂ ଗୋପଶୁ ସମ୍ପଦରବିନାଶ ଓ ଅନ୍ନବସ୍ତ୍ରଦାନ ସହିତ ହୋମାଦିଶାନ୍ତି ବିଧେୟ। ପ୍ରଥମରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ରାତ୍ରି ଘ୧୦/୪୩ମି ପରେ ଦଶମାସ ଗଣ୍ଡଦୋଷ।ଫଳଂ ସ୍ତ୍ରୀ ଦରିଦ୍ରା ଓ ବିଧବା। ରଜଶ୍ଚକ୍ରେ ପୁତ୍ରିଣୀ। ଘୃତପୂର୍ଣ୍ଣ କାଂସ୍ୟପାତ୍ର, ଶୁକ୍ଳବସ୍ତ୍ର, ତିଳସୁବର୍ଣ୍ଣ, ତଣ୍ଡୁଳ ଦାନ କରଣୀୟ।ଶୁଭକର୍ମ- ଅଦ୍ୟ ୧୭ ନକ୍ଷତ୍ରେ ନାମକରଣ, ନିଷ୍କ୍ରାମଣ, ଧାନ୍ୟଚ୍ଛେଦନ ଓ ସ୍ଥାପନ, ଔଷଧକରଣ ଓ ସେବନ, ହଳପ୍ରବାହ, ବାଣିଜ୍ୟ କରଣ, ହୋମାଦିସ୍ବସ୍ତ୍ୟୟନ, ନବଶଯ୍ୟାସନାଦ୍ବୁପଭୋଗ, ବୃକ୍ଷରୋପଣ, ନାଟ୍ୟାରମ୍ଭ , ରାଜଦର୍ଶନ, ନବଦୋଳାଦ୍ୟାରୋହଣ।
ମେଷ-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ।
ବୃଷ-ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।
ମିଥୁନ-ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ।
କର୍କଟ-ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ।
ସିଂହ-ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। କର୍ମ କ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ।
ତୁଳା-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।
ବିଛା-ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ।

ଧନୁ-ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପରେ।
ମକର-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକକାର୍ଯ୍ୟରେ କୃତିତ୍ଵ ଲାଭ କରିବେ।
କୁମ୍ଭ-ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇସମ୍ମାନ ଓ ପ୍ରଶଂସା ପାଇବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ।
ମୀନ-ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍!!ଜୟଜଗନ୍ନାଥ,ଜୟସୋମନାଥ, ଜୟମାଯୋଗମାୟା!!

Leave A Reply

Your email address will not be published.