ଆଜିର ରାଶିଫଳ

0 129

ମାର୍ଚ୍ଚମାସ ୧୮ତାରିଖ ୨୦୨୪ ମସିହା (ସୋମବାର)ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ନବମୀ ରାତ୍ରି ଘ ୧୦/୫୦ପର୍ଯ୍ୟନ୍ତ ତଦନ୍ତେ ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୫୭/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୫୯,ଯୋଗିନୀ ପୂର୍ବେ ରାତ୍ରି ଘ୧୦/୫୦ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ,ନବମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, କନ୍ୟାରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର, କାଳବେଳା -ଦିବା ଘ୦୭/୨୭ ଗତେ ଘ୦୮/୫୮ ମଧ୍ୟେ,ବାରବେଳା – ଦିବା ଘ୦୨/୫୬ ଗତେ ଘ୦୪/୨୭ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୨୬ ମଧ୍ୟେ ଓ ଘ୧୦/୪୪ ଗତେ ଘ୦୧/ ୦୮ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୨୮ ଗତେ ଘ୦୫/୦୯ ମଧ୍ୟେ,ଲାଉଭକ୍ଷଣ ନିଷେଧ।
ମେଷ👉ଆଜି ଦିନଟି ନିଜର କ୍ୟାରିୟର ସୁଧାରପାଇଁ ଭଲ ହେବ।କୌଣସି ଅନୁବନ୍ଧପାଇଁ ଭଲ ସୁଯୋଗ ମିଳିବ।ପାରିବାରିକକାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗପାଇବେ।ପ୍ରେମରେ ସଫଳତା ମିଳିବ।
ବୃଷ👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭପାଇବେ। ମହିଳାମାନେ ଜରୁରୀଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ👉ଆଜି ନିଜର ନୂଆବିଚାର ଆର୍ଥିକଉନ୍ନତି ଲାଗି ଲାଭଦାୟକରହିବ।ବ୍ୟବସାୟରେ ଜୀବନ ସାଥୀଙ୍କ ସହଯୋଗ ମିଳିବ।ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମବ୍ୟାପାର ଲାଗି ଦିନଟି ଭଲ।
କର୍କଟ👉ଆଜିଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ।ଜୀବନ ସାଥୀଙ୍କ ସହିତ ଉତ୍ତମସମ୍ବନ୍ଧ ବଜାୟ ରହିବ।ଛାତ୍ରଙ୍କ କ୍ୟାରିୟରରେ ନୂଆମୋଡ଼ ଆସିପାରେ।
ସି˚ହ👉ଆଜି ଆପଣ କୌଣସିନିଷ୍ପତି ତରବରିଆ ଭାବେକଲେ କ୍ଷତିରେପଡିପାରନ୍ତି।ସନ୍ତାନଙ୍କ ପକ୍ଷରୁ ଭଲଖବର ପାଇବେ।ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ।ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ।ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ।ମିତ୍ରଙ୍କର ପୂରା ସହଯୋଗ ପାଇବେ।ହଠାତ୍ ଧନପ୍ରାପ୍ତିଯୋଗ ରହିଛି।ପାରିବାରିକ ଜୀବନ ସୁଖମୟ ହେବ।
ତୁଳା👉ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ ।ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କସହିତ ସମ୍ବନ୍ଧ ମଧୁରହେବ।ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟରହିବ।ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା👉କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚାରେ ରହିବ।ବ୍ୟବସାୟରେ ନୂଆ କୌଶଳପ୍ରୟୋଗ କରିବେ ଯାହାଦ୍ବାରା ଭବିଷ୍ୟତରେ ଲାଭ ମିଳିବ।ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ👉ଆପଣ ଅନ୍ୟମାନଙ୍କ ଭାବନାପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି।ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚିବଢ଼ିବ।ସ୍ଥଗିତଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କଦ୍ବାରା ପୂରା ହେବ।ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର👉ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ।ଧନସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ।ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ👉ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ।ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମକରିବେ।ଅଫିସରେ ସହକର୍ମୀଙ୍କ ସହଯୋଗମିଳିବ।ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ।ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି।କୋର୍ଟକଚେରି ମାମଲାରେ ଚିନ୍ତା ବଢ଼ି ପାରେ!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.