ଆଜିରରାଶିଫଳ

0 92

ଅପ୍ରେଲମାସ ୨୧ତାରିଖ ୨୦୨୪ ମସିହା (ରବି ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୦୧/୦୯ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଉତ୍ତରା ଫାଲଗୁନୀ ସନ୍ଧ୍ୟା ଘ୦୫/୪୯ ଗତେ ହସ୍ତା,
ସୁର୍ୟୋଦୟ-ପ୍ରାତଃ ଘ୦୫/୨୯/୫୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୭,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୧/୦୯ ଗତେ ପଶ୍ଚିମେ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଅଦ୍ୟ ମୃତେ ଦ୍ଵିପାଦ ଓ ସନ୍ଧ୍ୟାଘ ୦୫/୪୯ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା – ଦିବା ଘ୧୦/୧୧ଗତେ ଘ୦୧/୨୨ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୧୪ ଗତେ ଘ୦୯/୨୬ ମଧ୍ୟେ ଓ ରାତ୍ରି ଘ୦୭/୪୦ ଗତେ ଘ୦୯/୧୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୧୩ ମଧ୍ୟେ ଓ ରାତ୍ରି ଘ୦୬/୫୨ ଗତେ ଘ୦୭/୪୦ ମଧ୍ୟେ,ବାଇଗଣଭକ୍ଷଣ ନିଷେଧ।
ମେଷ-ଆଜି ଆକସ୍ମିକ ଧନଲାଭ ଯୋଗ ରହିଛି।ସାହାଯ୍ୟପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ-ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ- ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବାଯୋଗୁଁ ଆପଣ ସେମାନ ଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ- ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି , ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ-ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା-ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କ ର ଅଶାନ୍ତିର କାରଣ ହୋଇଥିଲା,ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା-ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ ।ନିଜ ପସନ୍ଦରଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କସହ ମିଳାମିସାକରିବାର ସୁଯୋଗ ମିଳିବ।
ବିଛା-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ-ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର-ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନର କାର୍ଯହେବ।
କୁମ୍ଭ-ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ ।ମନେରଖ ଜୀବନରେ ପ୍ରତ୍ୟେକଜିନିଷର ସନ୍ତୁଳିତହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତାଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ-ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି ।ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେ ପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.