ଆଜିର ରାଶିଫଳ

ବାସ୍ତୁଟିପ୍ସ...

ଅଗଷ୍ଟମାସ ୧୮ତାରିଖ ୨୦୨୪ମସିହା(ରବିବାର)ଶ୍ରାବଣମାସ- ଶୁକ୍ଳପକ୍ଷ ,ତିଥି- ତ୍ରୟୋଦଶୀ ପ୍ରାତଃ ଘ ୦୬/୧୬ଗତେ ଚତୁର୍ଦ୍ଦଶୀ ,ନକ୍ଷତ୍ର- ଉତ୍ତରାଷାଢ଼ା ଦିବା ଘ ୧୧/୧୨ଗତେ ଶ୍ରବଣା ,ସୁର୍ୟୋଦୟ-ପ୍ରାତଃଘ୦୫/୩୧/୫୫ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୦୯/୫୪ ,ଯୋଗିନୀ ଦକ୍ଷିଣେ ପ୍ରାତଃ ଘ୦୬/୧୬ ଗତେ ପଶ୍ଚିମେ ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମେଷରାଶିର ଘାତବାର ,ସିଂହରାଶିର ଘାତଚନ୍ଦ୍ର ,କାଳବେଳା ଓ ବାରବେଳା – ଦିବା ଘ୧୯/୦୭ଗତେ ଘ୦୧/୨୭ମଧ୍ୟେ ,ଅଦ୍ୟ ମୃତେ ଦ୍ଵିପାଦଦୋଷ ଓ ଦିବା ଘ୧୧/୧୨ ଗତେ ଏକପାଦ ପୁଷ୍କରଦୋଷ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୨୦ଗତେ ଘ୦୮/୩୩ ମଧ୍ୟେ ରାତ୍ରି ଘ୦୭/୪୩ ଗତେ ଘ୦୯/୧୮ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୨୦ମଧ୍ୟେ ରାତ୍ରି ଘ୦୬/୫୪ ଗତେ ଘ୦୭/୪୦ ମଧ୍ୟେ ,ଅଦ୍ୟ ବିରିଭକ୍ଷଣ ନିଷେଧ।
ମେଷ-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ।କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂରହେବ ।ଅଟକି ରହିଥିବାକାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ ।ହୃତଧନ ଫେରିପାଇବେ ।ଆୟଅପେକ୍ଷା ବ୍ୟୟ କମ୍‌ ରହିବ ।ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ ।ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ-ଆକସ୍ମିକ ଧନଲାଭ ଓ ଆର୍ଥିକଅବସ୍ଥାରେ ଉନ୍ନତି ଘଟିବ ।ବାଣିଜ୍ୟ,ବ୍ୟବସାୟରେ ଆୟ ଉତ୍ତମହେବ ।କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ ।ମୂଲ୍ୟବାନ ଧାତୁ କିମ୍ବା ଭୂମିକ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ ।ମହିଳାମାନେ ସଞ୍ଚୟ କରିବେ ।
ମିଥୁନ-କର୍ମରେ ଉନ୍ନତି କରିବାପାଇଁ ଯୋଜନା କରିବେ ଓ ସେଥିରେ ସଫଳହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି ।କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
କର୍କଟ-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ।କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମାଙ୍କ ସ୍ୱାସ୍ଥ୍ୟକୁନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ-ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନଥିଲେ ମଧ୍ୟ ମନ ଅଶାନ୍ତରହିବ ।ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା-କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତକର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ ।ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ ।ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ ।ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ
ବିଛା-ମାନସମ୍ମାନହାନି ଓ ଇତର ଜନଠାରୁ ଅପମାନପାଇପାରନ୍ତି ।ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁନେଇ ଚିନ୍ତାଗ୍ରସ୍ତ ହେବେ ।ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ-ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ।କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନପଦାର୍ଥ ନଷ୍ଟ ବା ହଜିପାରେ ।ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲହେବ ।କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି ।ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ ।ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ-ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି ।କର୍ମପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ ।ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ ।ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ-ଆଜି ଆପଣଙ୍କୁ ସୁଖାଦ୍ୟ ,ସୁବସନପ୍ରାପ୍ତି ହେବ ।ଯଶ,ସମ୍ମାନ ଓ ସାମାଜିକପ୍ରତିଷ୍ଠାରେ ବୃଦ୍ଧି ଘଟିବ ।ବାଣିଜ୍ୟ,ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ ।ଲକ୍ଷ୍ମୀଙ୍କର କୃପା ରହିବ ।ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

ବାସ୍ତୁଟିପ୍ସ…
୧–ମଳିନ ପଡିଯାଇଥିବା ଆଇନା କିମ୍ବା ଭାଙ୍ଗିଯାଇଥିବା ଆଇନା ଘରେ ରଖିବା ଉଚିତ ନୁହେଁ ଏହା ଦ୍ଵାରା ଅଶୁଭ ହୋଇଥାଏ ।
୨–ଘର ଦିନ ବାରଟା ପୂର୍ବରୁ ପୋଛା ମାରିବା ଉଚିତ ଏବଂ ଗୁରୁବାର ଦିନ ଘର କେବେ ପୋଛା ମାରିବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୩–ଘରର ଐଶାନ୍ୟ କୋଣରେ ଠାକୁର ଘର କରିବା ଉଚିତ ଏବଂ ଏକ କାଚ ପାତ୍ରରେ ଗୋଟା ଅରୁଆ ଚାଉଳ ରଖିଲେ ଶୁଭ ହୋଇଥାଏ ।
୪–ଘରେ ଯଦି କୌଣସି ପୂଜା ହୋଇଥାଏ ତେବେ ପୂଜା ସାରିବା ପରେ ପୂଜା ହୋଇଥିବା କଳସର ପାଣିକୁ ଘରେ ଛିଞ୍ଚିଲେ ମଙ୍ଗଳ ହୋଇଥାଏ ।
୫–ସନ୍ଧ୍ୟାବେଳେ ଦୀପ ଜାଳିଲା ବେଳେ ଦୁଇଟି ଦୀପ ଲାଗିବା ଉଚିତ ଗୋଟିଏ ତେଲର ଦୀପ ଏବଂ ଆଉ ଗୋଟିଏ ଘିଅ ଦୀପ ଏହା ଶୁଭ ହୋଇଥାଏ ।
୬–ଘରେ ଅଯଥା ଖର୍ଚ୍ଚ ହେଉଥିଲେ ଗୋଟିଏ ତମ୍ଭାପଇସା ଓ ହଳଦିଆରଙ୍ଗର କଉଡିନେଇ ଲାଲକପଡାରେ ବାନ୍ଧି ଠାକୁର ଘରେ ରଖିବାଉଚିତ ।
୭–ଠାକୁର ଘରେ ଦୀପ ଜାଳିଲା ବେଳେ ଦୀପରୁ ଦୀପ ଲଗାଇବା ଉଚିତ ନୁହେଁ କି ଦୀପରୁ ଧୂପ କାଠି ଜଳାଇବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୮–ସ୍ତ୍ରୀ ଲୋକ ଘରର ଦୁଆର ମୁହଁକୁ ଲାଗିକରି ଖାଇବା ଉଚିତ ନୁହେଁ କାରଣ ଏହା ଦରିଦ୍ରତା ବୃଦ୍ଧି ହବାର କାରଣ ହୋଇଥାଏ ।
୯–ଠାକୁର ଘରେ କାଳୀ ,ଶନି, ଭୈରବ ଓ ନଟରାଜଙ୍କ ଫଟ ବା ମୂର୍ତି ରଖିବା ଉଚିତ ନୁହେଁ ।
୧୦–ରୁଟି କରି ସାରିବା ପରେ ରୁଟି କେବେ ଗଣିବା ଉଚିତ ନୁହେଁ ଏବଂ ହଟକେସ କେବେ ଖାଲି ରଖିବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୧୧–ବିବାହିତ ସ୍ତ୍ରୀ ଲୋକମାନେ ନିଜର କାଜଲ , ବିନ୍ଦି , ସିନ୍ଦୁର , ପାଉଁଜି ଓ ମେହେନ୍ଦି ଅନ୍ୟକୁ ପିନ୍ଧାଇ ବା ଉଚିତ ନୁହେଁ, ଏହା ଅଶୁଭ ହୋଇଥାଏ ।
୧୨–ତିନୋଟି ଗୁରୁବାରଦିନ ପାଞ୍ଚକିଲୋ ଅଟାରେ ଏକକିଲୋ ଗୁଡମିଶାଇ ରୁଟି ତିଆରିକରି ଗାଇକୁ ଖୁଆଇଲେ ଦରିଦ୍ରତା ଦୂରହୋଇଥାଏ ଏବଂ ଧନ ପ୍ରାପ୍ତି ହୋଇଥାଏ ।
୧୩–ଶନିବାର ଦିନ କଳା କୁକୁରକୁ ରୁଟିରେ ସୋରିଷ ତେଲ ମାରି ଖୁଆଇଲେ ଧନ ଲାଭରେ ଆସୁଥିବା ବାଧା ବିଘ୍ନ ଦୂର ହୋଇଥାଏ ।
୧୪–ପ୍ରତି ଗୁରୁବାର ଦିନ ଓସ୍ତ ଗଛରେ ଜଳଦାନ କରିବା ଦ୍ଵାରା ଏବଂ ମଥାରେ କେଶର ତିଳକ ଲଗାଇବା ଦ୍ଵାରା ଧନ ପ୍ରାପ୍ତି ହୋଇଥାଏ ।
୧୫–ଘରର ମୁଖ୍ୟଦ୍ଵାରରେ ରଙ୍ଗୋଲି କରିବାଦ୍ଵାରା ଏବଂ ଫୁଲରେ ସଜାଇବା ଦ୍ଵାରା ସକାରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ ଓ ଲକ୍ଷ୍ମୀଙ୍କ ଆଗମନ ହୋଇଥାଏ ।
୧୬–ଘରର ମୁଖ୍ୟଦ୍ଵାରରେ ସ୍ଵସ୍ତିକ ଚିହ୍ନ କିମ୍ବା ତ୍ରିଶୂଳ ଚିହ୍ନ ଲଗାଇବା ଦ୍ଵାରା ବହୁତ ଶୁଭ ହୋଇଥାଏ ଏବଂ ଘରେ ସୁଖ ସୌଭାଗ୍ୟ ବୃଦ୍ଧି ହୋଇଥାଏ ।
୧୭–ଘରର ମୁଖ୍ୟ ଦ୍ଵାର ସାମ୍ନାରେ ଜୋତା ଚପଲ ରଖିବା ଅନୁଚିତ । ଏହାଦ୍ଵାରା ଅଶୁଭତ୍ଵ ଦେଖା ଦେଇଥାଏ ।
୧୮–ଘର ପୋଛା ଲଗାଇବା ସମୟରେ ପାଣିରେ ଅଳ୍ପ ଲୁଣ ପକାଇ ପୋଛା ଲଗାଇବା ଦ୍ଵାରା ଶୁଭତ୍ଵ ବୃଦ୍ଧି ହୋଇଥାଏ ।
୧୯–ଘରେ ବେକାରପଡିଥିବା ଜିନିଷ ରଖିବା ଉଚିତନୁହେଁ କିମ୍ବା ବନ୍ଦ ହୋଇପଡିଥିବା ବିଦ୍ଵତ ଉପକରଣ ରଖିବାଦ୍ଵାରା ନକରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ ।
୨୦–ଯଦି ଘରେ ଶୁକ୍ରବାର ଦିନ ଶ୍ରୀସ୍ତୋତ୍ର କିମ୍ବା ଲକ୍ଷ୍ମୀସ୍ତୋତ୍ର ପାଠ କରାଯାଏ ତେବେ ଗୃହରେ ଧନସମ୍ପତ୍ତି ବୃଦ୍ଧି ହୋଇଥାଏ ।
୨୧–ବାସ୍ତୁଶାସ୍ତ୍ର ଅନୁସାରେ ଶୁକ୍ରବାରଦିନ ସକାଳୁ ଧଳାବସ୍ତ୍ର ପିନ୍ଧି ଲକ୍ଷ୍ମୀଙ୍କୁ ପଦ୍ମଫୁଲ ଅର୍ପଣ କରିବାଦ୍ବାରା ଲକ୍ଷ୍ମୀଙ୍କକୃପା ଲାଭ ହୋଇଥାଏ ।
୨୨–ଶୁକ୍ରବାରଦିନ ଗୋଟିଏ ପଦ୍ମଫୁଲଆଣି ଘରେ ପଇସାରଖୁଥିବା ସ୍ଥାନରେ ରଖିବା ଉଚିତ ଏହାଦ୍ବାରା ଆର୍ଥିକ ସ୍ଥିତିରେ ସୁଧାର ଆସିଥାଏ ।
୨୩–ଅଷ୍ଟମୀଦିନ ସନ୍ଧ୍ୟା ସମୟରେ ଘରର ଐଶାନ୍ୟ କୋଣରେ ଘିଅଦୀପରେ କେଶରପକାଇ ଜଳିବାଦ୍ଵାରା ଧନପ୍ରାପ୍ତିର ଯୋଗ ସୃଷ୍ଟି ହୋଇଥାଏ। !!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.