ସେପ୍ଟେମ୍ବରମାସ ୨୮ତାରିଖ ୨୦୨୪ ମସିହା (ଶନିବାର)ଆଶ୍ୱିନମାସ- କୃଷ୍ଣପକ୍ଷ,
ତିଥି-ଏକାଦଶୀ ଦିବା ଘ୦୨/୫୭ ଗତେ ଦ୍ୱାଦଶୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୫/୨୬,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୨/୫୭ ଗତେ ନୈରୁତେ,ଏକାଦଶୀର ଏକୋଡ଼ିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିରେ ହେବ,କର୍କଟ ଓ ମକରରାଶିର ଘାତ ଚନ୍ଦ୍ର,ବୃଷ ,ସିଂହ ଓ କନ୍ୟା ରାଶି ର ଘାତବାର,କାଳବେଳା -ଦିବା ଘ୦୭/୧୨ ମଧ୍ୟେ ଓ ଦିବା ଘ୦୪/୦୩ଗତେ ଘ୦୫/୩୩ମଧ୍ୟେ,ବାରବେଳା -ଦିବା ଘ୦୧/୦୪ ଗତେ ଘ୦୨/୩୮ ମଧ୍ୟେ,
ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୭/୧୮ ଗତେ ଘ୦୯/୪୩ ମଧ୍ୟେ ଓ ଘ୦୨/୩୯ ଗତେ ଘ୦୩/୧୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୨/୧୯ ଗତେ ଘ୦୩/୦୮ମଧ୍ୟେ,ଅଦ୍ୟ ଶିମ୍ବ ଦିବା ଘ୦୨/୫୭ ଗତେ ପୋଇ ଭକ୍ଷଣ ନିଷେଧ।
ମେଷ👉ବ୍ୟବସାୟୀମାନଙ୍କ ପାଇଁ ଆଜିରଦିନ ଲାଭଦାୟକ ହେବ।ଆର୍ଥିକ ଲାଭ ମିଳିବ।ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନସୁସ୍ଥ ରହିବ।ମିତ୍ରମାନଙ୍କ ଏବଂ ପାରିବାରିକସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ👉 ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ ।ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନି ବେଶ କରିବେ।ମହିଳାମାନେ ସଞ୍ଚୟ କରିବେ ।
ମିଥୁନ👉କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ପାଇବେ ।
କର୍କଟ👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ।କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି ।ବିଦ୍ୟାର୍ଥୀ,କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ 👉 ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ ।ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ ।ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ସଫଳତା ପାଇବେ ।ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ ।ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ ।ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା 👉କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ ।ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟହେବ ।ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।
ବିଛା👉ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି ।ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି ।ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ ।ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ👉 ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ।କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ ।ଯାନବାହନ ରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲହେବ ।କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତହେବେ ।ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ👉 ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ👉 ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

