ଆଜିର ରାଶିଫଳ

ଫେବୃଆରୀମାସ ୦୫ତାରିଖ ୨୦୨୫ମସିହା (ବୁଧବାର)ମାଘମାସ- ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ ୧୨/୪୦ ଗତେ ନବମୀ,ନକ୍ଷତ୍ର- ଦ୍ଵିଜା ରାତ୍ରି ଘ ୦୯/୧୩ ଗତେ କୃର୍ତ୍ତିକା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୪୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୭/ ୫୨,ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୨/୪୦ ଗତେ ପୂର୍ବେ,ଅଷ୍ଟମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମେଷ ରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,କାଳବେଳା -ଦିବା ଘ୦୯/୧୦ ଗତେ ଘ୧୦/୩୪ ମଧ୍ୟେ,
ବାରବେଳା – ଦିବା ଘ୧୧/୫୮ଗତେ ଘ୦୧/୨୩ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୫୮ମଧ୍ୟେ ଓ ଘ୦୧/୨୩ ଗତେ ଘ୦୨/୨୩ ମଧ୍ୟେ ଓ ରାତ୍ରି ଘ୦୬/୨୬ ଗତେ ଘ୦୮/୫୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଡିବା ଘ୦୪/୪୬ ଗତେ ଘ୦୫/୪୦ ମଧ୍ୟେ,ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ।
ମେଷ-ଆଜି ପାରିବାରିକ ଜୀବନରେ ଛୋଟବଡ଼ କେତୋଟି ଘଟଣାକୁ ବାଦ୍‌ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବନାହିଁ ।କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟସକାଶେ ଅନୁତାପକରିବେ ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

 

- Advertisement -

Leave A Reply

Your email address will not be published.