ଆଜିର ରାଶିଫଳ

ଜୁନମାସ ୨୮ତାରିଖ୨୦୨୫ ମସିହା(ଶନିବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ତୃତୀୟା ଦିବା ଘ୦୯/୫୦ ଗତେ ଚତୁର୍ଥୀ,ନକ୍ଷତ୍ର-ପୂଷ୍ୟା ଦିବା ଘ୦୭/୧୦ ଗତେ ଅଶ୍ଳେଷା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୩୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/ ୪୯,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୯/୫୦ ଗତେ ନୈରୁତେ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର, ଚତୁର୍ଥୀରଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା-ଦିବା ଘ୦୬/୫୪ ମଧ୍ୟେ ଓ ଦିବା ଘ୦୪/୪୭ଗତେ ଘ୦୬/ ୨୫ମଧ୍ୟେ,ବାରବେଳା- ଦିବା ଘ୦୧/୩୦ଗତେ ଘ୦୩/୦୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୩/୩୭ଗତେ ଘ୦୪/୪୫ ମଧ୍ୟେ ଓ ରାତ୍ରି ଘ୦୭/୦୮ଗତେ ଘ୦୭/୫୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ଦିବା ଘ୦୯/୨୪ ଗତେ ଘ୧୨/୨୦ ମଧ୍ୟେ ,ଅଦ୍ୟ ପୋଟଳ ଦିବା ଘ୦୯/୫୦ଗତେ ମୂଳା ଭକ୍ଷଣ ନିଷେଧ।
ମେଷ🍁ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ ।ନୈରାଶ୍ୟର ଛାୟା ଆଚ୍ଛାଦିତମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେପଡିବ।ଅଫିସରେ କୌଣସି ବିଷୟନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ।ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ🍁ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନଘଟିବ ।ଜଣେ ଆତ୍ମୀୟଙ୍କ ସହଯୋଗଦ୍ୱାରା ଅର୍ଥଲାଭ ଓ ସମ୍ମାନସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ ।ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
ମିଥୁନ🍁ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ।ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରିମାମଲା, ଆଲୋଚନା ସଭା ଓ ଲେଖାପଢ଼ାଦିଗରୁ ଉପକୃତ ହେବେ ।ସନ୍ତାନଙ୍କ ବିଷୟ ଚିନ୍ତାକରି ମନ ଭଲ ଲାଗିନପାରେ।
କର୍କଟ🍁ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥାକହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ🍁ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରା ପାଇଁ ମାର୍ଗ ସୁଗମହେବ।କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକଅବସାଦ ବଢ଼ିବା କାରଣରୁ କୌଣସିକାମ ଉତ୍ସାହପ୍ରଦ ନହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟାଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ ।ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା🍁ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତମିଳିବ । ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ।ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।
ତୁଳା🍁ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁସକାଳୁ ଧାର, କରଜ କିମ୍ବା ପୂର୍ବଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି।ପରିବାର ଭିତରେ ସମସ୍ୟା ସମାଧାନପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା🍁ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟିହେବ।ଦୀର୍ଘସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ,ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ଧନୁ🍁ଆଜିର ଆପଣଙ୍କ କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟାକରି କେତେକାଂଶରେ ଉପକୃତ ହେବେ। ଦୀର୍ଘଦିନର ମଉଳିଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।
ମକର🍁ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ।କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତାବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ🍁ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେନାହିଁ। ଘର ସାଜସଜ୍ଜା ରେ, ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।
ମୀନ 🍁ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲକରିବେ ଆଜି ପ୍ରତ୍ୟେକକର୍ମରେ ଶୁଭଫଳପାଇବେ।କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନାରହିଛି। ଯେତେ ଭଲକାମକଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମାଯୋଗମାୟା!!

- Advertisement -

Leave A Reply

Your email address will not be published.