ଜୁଲାଇମାସ ୦୫ତାରିଖ ୨୦୨୫ ମସିହା(ଶନିବାର)ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ଦଶମୀ ସନ୍ଧ୍ୟା ଘ୦୬/୪୨ ଗତେ ଏକାଦଶୀ,ନକ୍ଷତ୍ର-ସ୍ଵାତୀ ରାତ୍ରି ଘ୦୮/୨୦ ଗତେ ବିଶାଖା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୬/୪୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୭,ଯୋଗିନୀ ଉତ୍ତରେ ସନ୍ଧ୍ୟା ଘ୦୬/୪୨ ଗତେ ଅଗ୍ନିକୋଣେ,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,
କାଳବେଳା -ଦିବା ଘ୦୬/୫୪ ମଧ୍ୟେ ଓ ଦିବା ଘ୦୪/୪୫ ଗତେ ଘ୦୬/୨୫ ମଧ୍ୟେ,ବାରବେଳା- ଦିବା ଘ୦୧/୩୦ ଗତେ ଘ୦୩/୦୯ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୭/୧୦ ଗତେ ଘ୦୭/୫୪ ମଧ୍ୟେ ଓ ରାତ୍ରି ଘ୧୧/୩୪ ଗତେ ଘ୦୧/୪୨ ମଧ୍ୟେ ଓ ଘ୦୩/୧୦ ଗତେ ଘ୦୪/୫୨ ମଧ୍ୟେ,
ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୯/୨୫ ଗତେ ଘ୧୧/୩୫ ମଧ୍ୟେ, ଅଦ୍ୟ କଳମଶାଗ ସନ୍ଧ୍ୟା ଘ୦୬/୪୨ ଗତେ ଶିମ୍ବ ଭକ୍ଷଣ ନିଷେଧ।
ମେଷ :-ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମ ରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ:-ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନ ସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତିଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟରହିବ।ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତିସ˚ଚାର ହେବ।ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ।ଦାମ୍ପତ୍ୟଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ।ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି।ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି।କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

