ଜୁଲାଇମାସ ୧୦ତାରିଖ ୨୦୨୫ମସିହା(ଗୁରୁବାର)ଆଷାଢ଼ମାସ- ଶୁକ୍ଳପକ୍ଷ ,ତିଥି- ପୂର୍ଣ୍ଣିମା ରାତ୍ରି ଘ୦୨/୨୧ ଗତେ ପ୍ରତିପଦ ,ନକ୍ଷତ୍ର-ମୂଳା ପ୍ରାତଃ ଘ୦୫/୪୫ ଗତେ ପୁର୍ବାଷାଢ଼ା ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୮/୪୨ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୧ ,ଯୋଗିନୀ ବାୟବ୍ୟେ ରାତ୍ରି ଘ୦୨/୨୧ ଗତେ ପୂର୍ବେ ,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର ,ତୁଳା ଓ କୁମ୍ଭ ରାଶିର ଘାତବାର ,ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୦୭/୧୧ଗତେ ଘ୦୯/୨୩ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୦୮ ମଧ୍ୟେ ଓ ଘ୦୯/୨୭ଗତେ ଘ୧୧/୧୨ ମଧ୍ୟେ ,ଅଦ୍ୟ ଆମିଷ ଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ।ପୂଜାର୍ଚନାପାଇଁ ଅନୁକୁଳ ରହିବ।ଆପଣଙ୍କ ଯୋଜନାକୁ କାର୍ୟ୍ୟରୂପ ଦେବାଲାଗି କ୍ରମାଗତ ପ୍ରୟାସକରିବେ ଏବ˚ ସଫଳହେବେ।ବିଦେଶ ଯିବାଲୋକ ଶୁଭଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ;- ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:- ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ୟ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:-ସାମାଜିକ କାର୍ୟ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:-ଆଜି କୌଣସି କାର୍ୟ୍ୟକୁ ନୂଆକରି ମୂଳରୁ ଆରମ୍ଭକରିବେ।ରାଜନୀତିକ୍ଷେତ୍ରରେ ଥିବାବ୍ୟକ୍ତିଙ୍କୁ ଲାଭ ମିଳିବ।ଆଇନକାନୁନମାମଲାର ସହଜରେ ସମାଧାନହୋଇଯିବ।ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ:- ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର:-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
କୁମ୍ଭ:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ:- ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ!!ଜୟଜଗନ୍ନାଥ, ଜୟ ସୋମନାଥ, ଜୟମାଯୋଗମାୟା!!

