ଆଜିର ରାଶିଫଳ

ଜୁଲାଇ ମାସ ୨୩ ତାରିଖ ୨୦୨୫ ମସିହା (ବୁଧବାର)ଶ୍ରାବଣମାସ- କୃଷ୍ଣପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୨/୫୩ ଗତେ ଅମାବାସ୍ୟା,ନକ୍ଷତ୍ର-ଆର୍ଦ୍ରା ରାତ୍ରି ଘ୦୬/୫୬ ଗତେ ପୁଆର୍ବସୁ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୨୩,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୪୫,କନ୍ୟା ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,
ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୮/୩୧ଗତେ ଘ୧୦/୧୧ମଧ୍ୟେ,
ବାରବେଳା- ଦିବା ଘ୧୧/୫୦ଗତେ ଘ୧୨/୩୦ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୮ ମଧ୍ୟେ ଓ ଘ୧୨/୩୧ଗତେ ଘ୦୧/୨୩ ମଧ୍ୟେ ଓ ରାତ୍ରି ଘ୦୬/୦୫ ଗତେ ଘ୦୯/୩୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୪ ଗତେ ଘ୦୫/୫୦ ମଧ୍ୟେ ଓ ରାତ୍ରି ଘ୦୯/୩୬ ଗତେ ଘ୧୧/୧୩ ମଧ୍ୟେ,ଅଦ୍ୟ ବିରି ଭକ୍ଷଣ ନିଷେଧ।
ମେଷ :-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ :-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନ ରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ :-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ ।କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ ।ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ :-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ବାପାମାଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା :- ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା :-କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ :-ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର :-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ :-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ।
ମୀନ :-କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

ଧନିଆପାଣିର ସ୍ୱାସ୍ଥ୍ୟ ଉପକାରିତା…..
ଧନିଆ ଏପରି ଏକମସଲା ଯାହାକୁ ଖାଇବାପାଇଁ ଆୟୁର୍ବେଦିକ ଡାକ୍ତର ମାନେ ପରାମର୍ଶ ଦେଇଥାନ୍ତି । ଯାହା ରାମବାଣଭଳି କାର୍ଯ୍ୟକାରୀ କରିଥାଏ ।ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଧନିଆରେ ଭିଟାମିନ୍ ସି, ଏ, କେ,ବି୬,କ୍ୟାଲସିୟମ, ଆଇରନ୍,ମ୍ୟାଗ୍ନେସିୟମ, ଫସଫରସ,ପୋଟାସିୟମ୍,କପର୍, ଜିଙ୍କ୍, ସେଲେସିୟମ୍,ମାଙ୍ଗାନିଜ, ସୋଡିୟମ, ଫୋଲେଟ, ଥିୟାମିନ୍, ନିଆସିନ୍,ଆଣ୍ଟି-ଅକ୍ସିଡାଣ୍ଟ, ଆଣ୍ଟି-ବ୍ୟାକ୍ଟେରିଆଲ୍ ଏବଂ ଆଣ୍ଟି-ଇମ୍ଫେମେଟେରୀ ଭଳି ଗୁଣ ରହିଥାଏ।ଯାହାଫଳରେ ଶରୀରକୁ ଅନେକ ଫାଇଦା ଦେଇଥାଏ ।
ଧନିଆପାଣି ଅନ୍ତନଳୀ ସ୍ବାସ୍ଥ୍ୟକୁ ଭଲ ରଖିଥାଏ ।ଏହାସହିତ କୋଷ୍ଠ କାଠିନ୍ୟଭଳି ସମସ୍ୟାକୁ ମଧ୍ୟ ଦୂର କରିଥାଏ ।ଏସିଡିଟି ଏବଂ ଡାଇବେଟିସ ଭଳି ସମସ୍ୟାରୁ ମଧ୍ୟ ରକ୍ଷା କରିଥାଏ । ଏହି ପାଣି ଡାଏଟ୍ ପାଇଁ ଖୁବ୍ ଉପଯୋଗୀହୋଇଥାଏ ।ଧନିଆପାଣି ପିଇବାଦ୍ବାରା ଆପଣଙ୍କ ଶରୀରରେ ଥିବା ମେଟାବୋଲେ ଜିୟମକୁ ବୃଦ୍ଧିକରି ଓଜନହ୍ରାସ ସହଜ କରିଦେଇଥାଏ ।
ଏହାବ୍ୟତୀତ ଧନିଆ ପାଣି ପିଇବା ଦ୍ବାରା କିଡନୀ ଏବଂ ଲିଭରଜନିତ ସମସ୍ୟାରୁ ମୁକ୍ତି ଦେଇଥାଏ ।ଏଥିରେ ଥିବା ପୋଷକ ତତ୍ତ୍ବ ଗୁଣ ହେତୁ ଏହା ଇମ୍ୟୁନିଟି ସିଷ୍ଟମକୁ ବୃଦ୍ଧି କରିଥାଏ ।
ଏହା ଡାଇବେଟିସ୍ ରୋଗୀଙ୍କ ପାଇଁ ଲାଭଦାୟକ ହୋଇଥାଏ ।ଭଲ ଫାଇଦା ପାଇବାକୁହେଲେ ଉଚିତ୍ ମାତ୍ରା ଓ ସଠିକ୍ ଉପାୟରେ ଏହାର ପାଣିକୁ ପିଇବା ଗୁରୁତ୍ବପୂର୍ଣ୍ଣ ।
ଧନିଆପାଣିର ପ୍ରସ୍ତୁତି ପ୍ରଣାଳୀ :-ଏହାକୁ ପ୍ରସ୍ତୁତ କରିବା ପାଇଁ ପ୍ରଥମେ ସବୁଜ ଧନିଆପତ୍ର ଧୋଇଦିଅନ୍ତୁ, ପରିଷ୍କାର ପତ୍ରକୁ ଅଲଗା କରନ୍ତୁ ଏବଂ ଦୁଇଚାମଚ ପାଣିଦେଇ ଏହାକୁ ଗ୍ରାଇଣ୍ଡ୍ କରନ୍ତୁ । ଏବେ ଏହି ମିଶ୍ରଣକୁ ଏକ ଗ୍ଲାସ ପାଣିରେପକାଇ ଫୁଟାନ୍ତୁ । ଫୁଟିବା ପରେ ଏହିପାଣିକୁ ଏକଗ୍ଲାସରେ ଢାଳନ୍ତୁ ଏବଂ ବର୍ତ୍ତମାନ ସ୍ୱାଦ ଅନୁଯାୟୀ କଳାଲୁଣ ଏବଂ ଲେମ୍ବୁ ରସମିଶାଇ ପିଅନ୍ତୁ । ଏହା ଆପଣଙ୍କ ହଜମଶକ୍ତିକୁ ଭଲ କରିବ ଏବଂ ଆପଣଙ୍କ ସୁଗାର ଲେବଲ ମଧ୍ୟ କମ୍‌ କରିବ ।
!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.