ଆଜିର ରାଶିଫଳ

ସେପ୍ଟେମ୍ବର ମାସ ୧୯ ତାରିଖ ୨୦୨୫ ମସିହା (ଶୁକ୍ରବାର) ଆଶ୍ୱିନମାସ- କୃଷ୍ଣପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୧/୪୮ ଗତେ ଚତୁର୍ଦ୍ଦଶୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୩୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୩/ ୫୪,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୧/୪୮ ଗତେ ପଶ୍ଚିମେ, ବିଛା,ଧନୁ ଓ ମୀନରାଶିର ଘାତବାର, ତ୍ରୟୋଦଶୀର ସମ୍ବତ୍ସାରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ, କାଳବେଳା ଓ ବାରବେଳା- ଦିବା ଘ ୦୮/୩୭ଗତେ ଘ ୧୧/୩୮ ମଧ୍ୟେ, ବିଶୁଦ୍ଧ ଅମୃତବେଳା-ଦିବାଘ ୦୫/ ୩୭ଗତେ ଘ୦୬/୨୩ ମଧ୍ୟେ ଓ ଘ ୦୭/୧୩ଗତେ ଘ୦୮/୩୬ ମଧ୍ୟେ ଓ ଘ ୦୨/୪୮ଗତେ ଘ୦୩/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନର ସୁଯୋଗମିଳିବ ଦାମ୍ପତ୍ୟଜୀବନ ପୂର୍ବ ଅପେକ୍ଷା ଅଧିକ ଭଲହେବ, ଯେଉଁକାମ କରିବେ,ବାଧାର ସମ୍ମୁଖୀନ ହେବେନାହିଁ।ବିରୋଧୀ ଆପଣଙ୍କର କ୍ଷତିକରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ:- ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ।ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:- ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇ ପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ।ମିତ୍ରଙ୍କଠାରୁ ଭଲ ଖବର ପାଇବେ।ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:- ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ।ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ।ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲଖବରମିଳିବ।ଯୌଥ ବ୍ୟବସାୟରୁ ଭଲ ଲାଭ ହେବ।ପ୍ରେମରେ ସଫଳତା ମିଳିବ।
ସି˚ହ:- ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇ ଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣି ବାରେ ବ୍ୟସ୍ତରହିବେ।
କନ୍ୟା:-ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକରହିବ।ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁରହେବ।କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ।ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:- ନୂଆ ଆହ୍ବାନର ସାମନା କରିବେ।କୌଣସି କାମ ତରବରିଆ ଭାବେ କରନ୍ତୁନାହିଁ; ଅସୁବିଧାର ସମ୍ମୁଖୀନ ହେବେ।ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି।ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:- ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ।ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ।ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇ ପାରେ।
ଧନୁ:- ସାବଧାନର ସହ କାମ କରନ୍ତୁ, ଲାଭପାଇବେ।ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ।କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:- ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ।କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ।ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେରେ ସଫଳତା ମିଳିବ।
କୁମ୍ଭ:- ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନ ସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:-ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।
!! ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.