ଆଜିର ରାଶିଫଳ

0 142

ଅପ୍ରେଲମାସ ୧୩ତାରିଖ ୨୦୨୪ ମସିହା (ଶନି ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ଦିବା ଘ ୧୧/୪୪ ଗତେ ଷଷ୍ଠୀ,ନକ୍ଷତ୍ର- ମୃର୍ଗଶିରା ରାତ୍ରି ଘ୦୧/୦୯ ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୪ /୨୮, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/ ୦୧/ ୩୭,ଯୋଗିନୀ ଦକ୍ଷିଣେ ଦିବା ଘ୧୧/୪୪ଗତେ ପଶ୍ଚିମ,ପଞ୍ଚମୀର ଏକୋଦିଷ୍ଟ ଓ ଷଷ୍ଠୀର ପାର୍ବଣ ଶ୍ରାଦ୍ଧ,କନ୍ୟାରାଶିର ଘାତଚନ୍ଦ୍ର, ବୃଷ,ସିଂହ ଓ କନ୍ୟାରାଶିର ଘାତବାର,କାଳବେଳା -ଦିବା ଘ୦୭/୦୭ ମଧ୍ୟେ ଓ ଘ୦୪/୩୦ ଗତେ ଘ୦୬/୦୩ ମଧ୍ୟେ,ବାରବେଳା – ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୯/୩୩ ଗତେ ଘ୧୨/୪୫ ମଧ୍ୟେ ଓ ରାତ୍ରି ଘ୦୮/୨୬ ଗତେ ଘ୧୦/୫୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି, ବେଲ, ପୋଟଳ ଦିବା ଘ୧୧/୪୪ଗତେ ନିମ୍ବଭକ୍ଷଣ ନିଷେଧ।
ମେଷ:-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ ।ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ:- ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗ ରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣାବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତରଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:-ଆଜି ଆପଣ ଜାଣିବାକୁ ପାଇବେଯେ, ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ଅଛି ।ଏଥିରୁ କେହିଲୋକ ଆପଣଙ୍କର ସାହାଯ୍ୟପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:-ଯଦି ଆପଣଙ୍କୁ ଏମିତିଲାଗେଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:-ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି ।କୌଣସି ଏକଧର୍ମପୀଠ ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟରଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜ ପରିବାରଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:-ଦିନଟି କ୍ଳେଶଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ ।କୌଣସି ଜଣେ ଅନୁଭବିଓକିଲଙ୍କ ପରାମର୍ଶ ନିଅନ୍ତୁ ।ଚ଼ିନ୍ତାର କୌଣସି କାରଣନାହିଁ, କାହିଁକି ନା ଉଚ୍ଚଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟନିଅନ୍ତୁ ।ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇ ଛନ୍ତି ।ଗୁରୁ ଗୁରୁଜନଙ୍କ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ:-ଆଜିରଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗନେବେ ।ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର:-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ ।ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନାଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତିକ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥାବ୍ୟୟ ହେବ।କଣ୍ଟା ବା ମୁନିଆବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି।ଦିନଟି ପ୍ରିତିପଦ ରହିବ।
ମୀନ:-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ ।ଆଜି ସବୁକିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ ।ଆପଣଙ୍କୁଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି ।ଏହି ସୁଯୋଗର ସମ୍ପୁର୍ଣ୍ଣରୂପେ ଲାଭଉଠାନ୍ତୁ ।
!!ଜୟଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

ନବରାତ୍ରୀ ଏବଂ ନବଦୁର୍ଗା
ନବଦିନବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତିସ୍ୱରୂପିଣୀ ମାଦୁର୍ଗାଙ୍କୁ ବିଭିନ୍ନରୂପରେ ପୂଜା କରାଯାଏ । ଏହି ନବରାତ୍ରିର ପ୍ରଥମତିନିଦିନରେ ମାଙ୍କୁ ଦୁଷ୍ଟବିନାଶିନୀ ଦୁର୍ଗା ତଥା କାଳୀରୂପରେ ପୂଜାକରାଯାଏ । ମଝିତିନିଦିନରେ ମାଙ୍କୁ ଧନଧାନ୍ୟ ତଥା ସମ୍ପଦରଦେବୀ ଲକ୍ଷ୍ମୀଙ୍କରୂପରେ ପୂଜା କରାଯାଏ ।ସେହିପରି ଶେଷତିନିଦିନରେ ମା ବିଦ୍ୟାଦାତ୍ରୀସରସ୍ୱତୀଭାବେ ପୂଜାକରାଯାଏ ।ନବରାତ୍ରିର ଶେଷଦିନରେ ବିଜୟାଦଶମୀ ପାଳିତ ହୋଇଥାଏ ।ହିନ୍ଦୁପରମ୍ପରା ଅନୁଯାୟୀ ବର୍ଷରେପାଞ୍ଚଥର (ପୌଷ,ମାଘ,ଚୈତ୍ର,ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତଋତୁରେ ପାଳିତହେଉଥିବା (ଆଶ୍ୱିନମାସ ଶୁକ୍ଳପକ୍ଷ ପ୍ରତିପଦତିଥିରୁ ନବମୀପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ ।ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ନବଦୁର୍ଗା:-ଆଦିଶକ୍ତିର ପ୍ରଥମସ୍ଵରୂପା ଶୈଳପୁତ୍ରୀ, ବ୍ରହ୍ମଚାରିଣୀସ୍ଵରୂପରେ ନବରାତ୍ରର ଦ୍ଵିତୀୟଦିବସରେ ମାତାଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି।ତୃତିୟଦିବସରେ ଦିବସରେ ଦେବୀଙ୍କ ଉଗ୍ରରୂପ (ଚନ୍ଦ୍ରଘଣ୍ଟା)ରୁପେ ପୁଜାକରାଯାଇଥାଏ । ଚତୁର୍ଥଦିବସର ସ୍ୱରୁପ ଦେବୀ କୁଷ୍ମାଣ୍ଡା ରୂପରେ ରୁପରେ ପୁଜାକରାଯାଇଥାଏ ।
ସ୍କନ୍ଦମାତା:-ନବରାତ୍ର ପଞ୍ଚମଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ। କୁମାରକାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ। ଦେବୀଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହିରୂପରେ ମାତା ପୁତ୍ରସ୍କନ୍ଦକୁ କୋଳରେ ବସାଇଥାନ୍ତି ।ମାଆଙ୍କୁ ଖୀର ,କଦଳୀ ଓ କଦଳୀରୁ ତିଆରି ଜିନିଷ (ହାଲୱା କିମ୍ବା ମିଠା )ଅର୍ପଣକରିବା ଅତ୍ୟନ୍ତ ଶୁଭବୋଲି ବିବେଚନା କରାଯାଏ। କଦଳୀଭୋଗ ଲଗାଇବାଦ୍ୱାରା ବ୍ୟବସାୟ ଏବଂ ବୃତ୍ତିରେ ଅଗ୍ରଗତି ହୋଇଥାଏ। ସ୍କନ୍ଦମାତା ହଳଦିଆରଙ୍ଗକୁ ବହୁତ ଭଲପାଇଥାନ୍ତି,ତେଣ ହଳଦିଆରଙ୍ଗର ପୋଷାକପିନ୍ଧି ମାଙ୍କୁ ହଳଦିଆମିଠା କିମ୍ବା ଫଳ ପ୍ରଦାନ କରନ୍ତୁ।
!!ଜୟଜଗନ୍ନାଥ, ଜୟସୋମନାଥ, ଜୟମା ଯୋଗମାୟା!!

Leave A Reply

Your email address will not be published.