ଆଜିର ରାଶିଫଳ

ମାର୍ଚ୍ଚମାସ ୦୬ତାରିଖ ୨୦୨୫ ମସିହା (ଗୁରୁବାର)ଫାଲଗୁନ ମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ ଦିବା ଘ୧୧/୦୧ ଗତେ ଅଷ୍ଟମୀ, ସୁର୍ୟୋଦୟ-ପ୍ରାତଃ ଘ୦୬/ ୦୭/୪୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦ /୫୮,ଯୋଗିନୀ ବୟବ୍ୟେ ଦିବା ଘ୧୧/୦୧ ଗତେ ଐଶାନ୍ୟେ,ବିଛା ରାଶିର ଘାତଚନ୍ଦ୍ର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭ ରାଶିର ଘାତବାର,ଅଦ୍ୟ ମୃତେ ଦିବା ଘ ୧୧/୦୧ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା – ଦିବା ଘ୦୨/୫୬ ଗତେ ଘ୦୫/୦୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୧/୦୪ ଗତେ ଘ୦୩/୨୯ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୪୨ମଧ୍ୟେ ଓ ଦିବା ଘ୧୦/ ୫୩ଗତେ l ଘ୦୧/୧୮ ମଧ୍ୟେ,ଅଦ୍ୟ ତାଳ ଦିବାଘ୧୧/୦୧ଗତେ ନଡ଼ିଆଭକ୍ଷଣ ନିଷେଧ।
ମେଷ:-ବହୁଦିନର ଆଶା ଫଳବତୀ ହୋଇପାରେ।ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହଶ୍ରଦ୍ଧା ବୃଦ୍ଧି ହେବ।କଳ୍ପନା ବିଳାସୀ ହୋଇପାରନ୍ତି।ବିଭିନ୍ନଦିଗରୁ ଧନାଗମ ହେବ।ପାରିବାରିକ ସୁଖମିଳିବ।ଆୟ ବୃଦ୍ଧି ହେବ।
ବୃଷ:-କାର୍ଯ୍ୟ ହାସଲ କରିବେ;ମାତ୍ର ବିଳମ୍ବରେ।ଉଚ୍ଚଆଶା ଫଳବତୀ ହେବ।ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀହେବେ।ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ।ଅର୍ଥ ମିଳିବ।ସଙ୍ଗଠକ ହେବେ।
ମିଥୁନ:-ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ:-ଜମି-ଜମାବାବଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ।ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ।ପ୍ରୀତି ଲାଭ ହେବ।
ସିଂହ:-କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରିପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
କନ୍ୟା:-ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ।ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି।ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା:-କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି।ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା:-ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି।ଯଶସ୍ୱୀ ହେବେ।ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ।ଶତ୍ରୁବିନାଶ କରିବାରେ ସକ୍ଷମ ହେବେ।
ଧନୁ:-ଦୃଢ଼ ମନୋବଳନେଇ କାର୍ଯ୍ୟସମ୍ପାଦନ କରିବେ। ଦୀର୍ଘଦିନରଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି।ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ।ବ୍ୟବସାୟ ଲାଭଜନକ ହେବ।
ମକର:-ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି।ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ।ସର୍ବାଙ୍ଗୀନଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ:-କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହିଥିଲେ ବି ବହୁ ଶୁଭଫଳ ଆଶା କରାଯାଏ। ଖଳଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ:- ଏପରି କାର୍ଯ୍ୟ ନକରନ୍ତୁ; ଯୋଉଁଥିରେ କି ନିଜ ସୁନାମର ଆଞ୍ଚ ଆସିବ।ଭବିଷ୍ୟତପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ।ପଦୋନ୍ନତି ମିଳିପାରେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.