ଜାନୁଆରୀମାସ ୦୪ତାରିଖ ୨୦୨୬ମସିହା (ରବିବାର)ମାଘମାସ- କୃର୍ଷ୍ଣପକ୍ଷ ,ତିଥି- ପ୍ରତିପଦ ଦିବା ଘ ୧୨/୪୪ଗତେ ଦ୍ଵିତୀୟା ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୪୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୩୪ ,ଯୋଗିନୀ ପୂର୍ବେ ଦିବା ଘ୧୨/୪୪ ଗତେ ଉତ୍ତରେ ,ମେଷରାଶିର ଘାତବାର ,ପ୍ରତିପଦର ଏକୋଦିଷ୍ଟ ଓ ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା ଓ ବାରବେଳା- ଦିବା ଘ୧୦/୨୭ଗତେ ଘ୦୧/୧୧ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୧୪ ଗତେ ଘ୦୯/୩୮ମଧ୍ୟେ ଓ ଘ୦୧/୧୨ ଗତେ ଘ୦୪/୦୨ମଧ୍ୟେ ଓ ରାତ୍ରି ଘ୦୭/୪୦ ଗତେ ଘ୦୯/୧୬ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୪୮ଗତେ ଘ୦୫/୧୪ମଧ୍ୟେ ,ଅଦ୍ୟ ପାଣିକଖାରୁ ଦିବା ଘ୧୧/୪୪ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ
ମେଷ-ଆଜି କିଛି ପୁରୁଣା ବକେୟାଅର୍ଥ ପାଇବେ |ଧର୍ମକାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥରହିବେ |କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ |ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
ମିଥୁନ-ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
କର୍କଟ-ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ-ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
କନ୍ୟା-ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
ତୁଳା-ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
ବିଛା-ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
ଧନୁ-ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟକରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
ମକର-ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
କୁମ୍ଭ-ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ
ମୀନ-ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

ସଠିକ୍ ଖାଦ୍ୟ ଆମ ଶରୀରର ଭିନ୍ନ-ଭିନ୍ନ ଅଙ୍ଗକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ। ପ୍ରାକୃତିକ ଏବଂ ପୋଷକ ଖାଦ୍ୟ ଖାଇଲେ ଶରୀର ଆପଣେ-ଆପଣେ ସଫା ଓ ସନ୍ତୁଳିତ ରହେ।
ଯକୃତ (Liver)-ହଳଦୀ, ବିଟ୍, ଗାଜର
ଫୁସଫୁସ (Lungs)-ରସୁଣ, ପାଇନାପଲ୍, ଆଦା
ଚର୍ମ (Skin)-ସେବ, ବିଟ୍, ଗାଜର
ବୃକ୍କ (Kidneys)-କାକୁଡି, ଲେମ୍ବୁ, ସେଲେରି
ରକ୍ତ (Blood)-ଡାଲିମ୍, କମଳା, ଆଦା
ଆନ୍ତ୍ର (Intestines)-କାକୁଡି, ଗ୍ରୀନ୍ ଆପଲ୍, ଆଲୋଭେରା
ଚକ୍ଷୁ (Eyes)- ଆଦା, ଦହି, ପପିତା
ପେଟ (Stomach)-ଆଦା, ଦହି, ପପିତା
ଅଗ୍ନାଶୟ (Pancreas) –ବ୍ରୋକୋଲି,ରସୁଣ, ପାଳଙ୍ଗଶାଗ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

