ଆଜିର ରାଶିଫଳ

0 166

୨୦୨୩ ମସିହା ଅଗଷ୍ଟମାସ ୩ ତାରିଖଗୁରୁବାର।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୨୬/୩୨,ସୂର୍ଯ୍ୟାସ୍ତ- ଘ୬/୧୯/୨,ଶ୍ରାବଣମାସ,ଚାନ୍ଦ୍ରମଳ କୃଷ୍ଣପକ୍ଷ,ବୃହସ୍ପତି ବାସ,ତିଥି- ଦ୍ବିତୀୟା ଦିବା ଘ୪/୩୯ମି ପର୍ଯ୍ୟନ୍ତ ତଦନ୍ତେ ତୃତୀୟା ।ଘାତଚନ୍ଦ୍ର–ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର।ଘାତବାର–ତୁଳା ଓ କୁମ୍ଭରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଦ୍ବିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ଏହି ମଳଶୁକ୍ଳ ଓ କୃଷ୍ଣପକ୍ଷ ମଳ ମାସରେ ମୃତବ୍ୟକ୍ତିଙ୍କର ଶ୍ରାଦ୍ଧ କରଣୀୟ।ନିଷିଦ୍ଧଖାଦ୍ୟ- ବୋଇତାଳୁ, ଦିବା ଘ୪/୩୯ମି ପରେ ପଟୋଳ ଭକ୍ଷଣ ନିଷେଧ।ଅଶୁଭବେଳା-କାଳ ଓ ବାରବେଳା ଦିବା ଘ୩/୫ମି ରୁ ଘ୬/୧୮ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୧୧/୫୨ମି ରୁ ଘ୧/୧୬ମି ପର୍ଯ୍ୟନ୍ତ।ଶୁଭ ବେଳା–ଅମୃତ ରାତ୍ରି ଘ୧/୨୯ମି ରୁ ଘ୩/୫୩ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ସୂର୍ଯ୍ୟୋଦୟରୁ ଦିବା ଘ୭/୪ମି ମଧ୍ୟେ, ଘ୧୦/୧୬ମି ରୁ ଘ୧୨/୪୦ମି ପର୍ଯ୍ୟନ୍ତ।ଶୁଭକର୍ମ:- ନାହିଁ।
🐏ମେଷ👉ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳହେବେ। ଧନ ଲାଭର ଯୋଗ ରହିଛି। ବିଦେଶଯିବା ଲୋକ ଶୁଭଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
🐮ବୃଷ👉 ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
👩‍❤️‍👨ମିଥୁନ👉 ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
🦀କର୍କଟ👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
🦁ସିଂହ👉 ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
🙎‍♀️କନ୍ୟା👉 ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
⚖️ତୁଳା👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
🦂ବିଛା👉 ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
🏹ଧନୁ👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
🐊ମକର👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
🏺କୁମ୍ଭ👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
🐟ମୀନ👉 ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
ନୀତିବାଣୀ-ସମୟ, ସମ୍ପର୍କ , ସାଙ୍ଗ ଆଉ ସ୍ବାସ୍ଥ୍ୟର Rate ଲେଖା ନଥାଏ, କିନ୍ତୁ ହରାଇବା ପରେ ଏ ସବୁର Value ଜଣାପଡ଼ିଥାଏ ।
ଆଜିର ଦିନଟି ମଙ୍ଗଳମୟ ହେଉ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

Leave A Reply

Your email address will not be published.