ଆଜିର ରାଶିଫଳ

0 260

୨୦୨୩ମସିହା ସେପ୍ଟେମ୍ବରମାସ ୨ତାରିଖ ଶନିବାର। ଅଙ୍ଗଭେଟ ତୃତୀୟାସୁର୍ଯ୍ୟୋଦୟ- ପ୍ରାତଃ ଘ୫/୩୪/୪୬ ,ସୂର୍ଯ୍ୟାସ୍ତ-ଘ୫/୫୮/୧୦ ,ଭାଦ୍ରବମାସ ,କୃଷ୍ଣପକ୍ଷ ,ଶୌରିବାସ ,ତିଥି- ତୃତୀୟା ରାତ୍ରି ଘ୯/୪ମିପର୍ଯ୍ୟନ୍ତ ତଦନ୍ତେ ଚ଼ତୁର୍ଥୀ।ନକ୍ଷତ୍ର-ଉତ୍ତରାଭାଦ୍ର ନକ୍ଷତ୍ରଦିବାଘ୧/୨୩ମିପର୍ଯ୍ୟନ୍ତ ତଦନ୍ତେ ରେବତୀନକ୍ଷତ୍ର।ଯୋଗିନୀସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ଆଗ୍ନେୟକୋଣରେ, ରାତ୍ରି ଘ୯ /୪ମିପରେ ନୈର୍ଋତକୋଣରେ। ଶନିବାର, ରିକ୍ତାତିଥି, ବିଷ୍ଟିକରଣ, ମଙ୍ଗଳସପ୍ତ ଦୋଷହେତୁ ଯାତ୍ରା ନିଷେଧ।ଘାତଚନ୍ଦ୍ର-ଧନୁରାଶିର ଘାତଚନ୍ଦ୍ର।ଘାତବାର–ବୃଷ,ସିଂହ ଓ କନ୍ୟାରାଶିର ଘାତବାର। ସାମ୍ବତ୍ସରିକଶ୍ରାଦ୍ଧ–ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ-ପଟୋଳ, ରାତ୍ରି ଘ୯/ ୪ମିପରେ ମୂଳାଭକ୍ଷଣ ନିଷେଧ।ଅଶୁଭବେଳା- କାଳବେଳା ପ୍ରାତଃଘ୫/୩୫ମି ରୁ ଘ୭/୦ମି ମଧ୍ୟେ, ଦିବା ଘ୪/୨୪ମି ରୁ ଘ୫/୫୮ ମିପର୍ଯ୍ୟନ୍ତ। ବାରବେଳା ଦିବାଘ୧/୧୮ମି ରୁ ଘ୨/୫୧ମି ପର୍ଯ୍ୟନ୍ତ।କାଳରାତ୍ରି ଅସ୍ତଘ୫/୫୮ମି ରୁ ଘ୭/୨୩ମିମଧ୍ୟେ,ରାତ୍ରି ଘ୪/୭ମି ରୁ ଘ୫/୩୫ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ଦିବାଘ୯/୩୫ମି ରୁ ଘ୧୨/୪୭ମି ମଧ୍ୟେ, ରାତ୍ରିଘ୮/୧୯ମି ରୁ ଘ୧୦/୪୩ମି ମଧ୍ୟେ, ଘ୧୨/୧୯ମି ରୁ ଘ୧/୫୫ମି ମଧ୍ୟେ, ଘ୨/୪୩ମି ରୁ ଘ୪/୧୯ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା-ନାହିଁ। ପୁଷ୍କରଦୋଷ- ମୃତବ୍ୟକ୍ତିର ୧ପାଦ ବାର ପୁଷ୍କରଦୋଷ। ଫଳଂ କୃଷିହାନି, ଭୂମିଦାନ ସହିତ ହୋମାଦି ଶାନ୍ତି ବିଧେୟ ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟା ସର୍ବମ୍ପନ୍ନା। ଦିବା ଘ୧/୨୩ମି ପରେ ବେଶ୍ୟା। ବାର ଦୋଷ ହେତୁ (ଶିବଙ୍କଠାରେ ଜଳାଭିଷେକ), ରାତ୍ରି ଘ୯/୪ମିଗତେ ବାର ଓ ତିଥିଦୋଷ ହେତୁ (ଶିବଙ୍କଠାରେ ଜଳାଭିଷେକ ଓ ଦୁର୍ଗାଙ୍କୁ ଲାଲ ରଙ୍ଗରପୁଷ୍ପ ଅର୍ପଣ)।ଶୁଭକର୍ମ-ଆବଶ୍ୟକସ୍ଥଳେ ନାମକରଣ, ଯାନପୂଜା, ଯାନକ୍ରୟ।
ମେଷ-ଦିନଟି ଆପଣଙ୍କଲାଗି ଉତ୍ତମ ରହିବ। ଆପଣଙ୍କଯୋଜନାକୁ କାର୍ଯ୍ୟରୂପ ଦେବାଲାଗି କ୍ରମାଗତ ପ୍ରୟାସକରିବେ ଏବ˚ ସଫଳହେବେ। ଧନଲାଭର ଯୋଗରହିଛି। ବିଦେଶ ଯିବାଲୋକ ଶୁଭଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
ବୃଷ- ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ- ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କର୍କଟ- ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସିଂହ-ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା- ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା- ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା- ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
ଧନୁ-ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
କୁମ୍ଭ- ପିତାଙ୍କ କହିବାମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
ମୀନ- ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.