ଆଜିର ରାଶିଫଳ

0 206

୨୦୨୩ ମସିହା ସେପ୍ଟେମ୍ବର ମାସ ୬ ତାରିଖ ବୁଧବାର। ଶ୍ରୀମନ୍ଦିରରେ ଓ ସର୍ବବୈଷ୍ଣବ ଭିନ୍ନ ସ୍ମାର୍ତ୍ତଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ବୁଧିବାମନ(ବୁଧେଇ)ଓଷାଆରମ୍ଭ, ବିଶ୍ବ ହିନ୍ଦୁପରିଷଦ ପ୍ରତିଷ୍ଠାଦିବସ।ଅଦ୍ୟ ଅଷ୍ଟମୀତିଥି ଅର୍ଦ୍ଧରାତ୍ରି ଯୁକ୍ତକାରଣରୁ ସ୍ମାର୍ତ୍ତସମ୍ମତ ଶ୍ରୀକୃଷ୍ଣଜନ୍ମାଷ୍ଟମୀବ୍ରତ ଓ ଉପବାସ। ନିଶାର୍ଦ୍ଧ ମୁଖ୍ୟକାଳଃ। ଅଦ୍ୟ ଶ୍ରୀଦୁର୍ଗାଜୟନ୍ତୀ ବ୍ରତଂ, ଅମ୍ବିକା(ଯୋଗମାୟା)ଆବିର୍ଭାବ। ଅଦ୍ୟ ମୋହରାତ୍ରି। ଅଦ୍ୟ ସପ୍ତମୀବିଦ୍ଧ ଅଷ୍ଟମୀଯୋଗୁଁ ପରଦିନ ବୈଷ୍ଣବମାନଙ୍କର ଉପବାସହେବ।ସୁର୍ଯ୍ୟୋଦୟ-ପ୍ରାତଃ ଘ୫/୩୫/୩୭ ,ସୂର୍ଯ୍ୟାସ୍ତ-ଘ୫/୫୪/୪୭ ,ଭାଦ୍ରବମାସ ,କୃଷ୍ଣପକ୍ଷ ,ପଣ୍ଡିତବାସ ,ତିଥି-ସପ୍ତମୀ ଦିବାଘ୩/୨୪ମି ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ।ନକ୍ଷତ୍ର- କୃତ୍ତିକାନକ୍ଷତ୍ର ଦିବାଘ୯/୪୬ମି ପର୍ଯ୍ୟନ୍ତ ତଦନ୍ତେ ରୋହିଣୀନକ୍ଷତ୍ର।ଯୋଗ- ହର୍ଷଣଯୋଗ ରାତ୍ରି ଘ୧୧ /୨୮ମି ପର୍ଯ୍ୟନ୍ତ ତଦନ୍ତେ ବଜ୍ରଯୋଗ। କରଣ-ବବକରଣ ଦିବାଘ୩/୨୪ମିପର୍ଯ୍ୟନ୍ତ ତଦନ୍ତେ ବାଳବକରଣ ରାତ୍ରି ଘ୩/୪୦ମି ପର୍ଯ୍ୟନ୍ତ।ଯୋଗିନୀସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ବାୟବ୍ୟକୋଣରେ, ଦିବାଘ୩/୨୪ମି ପରେ ଐଶାନ୍ୟକୋଣରେ। ଅଗନ୍ତବ୍ୟତିଥିଦୋଷ ହେତୁ ସୂର୍ଯ୍ୟୋଦୟରୁ ଦିବାଘ୩/୨୪ମି ମଧ୍ୟେ ଯାତ୍ରାଶୁଭ। ବାୟୁକୋଣ, ପଶ୍ଚିମଦିଗ ଓ ନୈର୍ଋତକୋଣକୁ ତ୍ୟାଗକରି ଯାତ୍ରାକରାଯିବ।ଘାତଚନ୍ଦ୍ର–ବିଛାରାଶିର ଘାତଚନ୍ଦ୍ର।ଘାତବାର–କର୍କଟରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧ ଖାଦ୍ୟ- ତାଳ, ଦିବାଘ୩/୨୪ମିପରେ ନଡ଼ିଆଭକ୍ଷଣ ନିଷେଧ।ଅଶୁଭବେଳା- କାଳବେଳା ଦିବାଘ୮/୪୦ମି ରୁ ଘ୧୦/୧୨ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରିଘ୨/୪୦ମି ରୁ ଘ୪/୮ମିପର୍ଯ୍ୟନ୍ତ।ଶୁଭବେଳା–ଅମୃତସୂର୍ଯ୍ୟୋଦୟରୁ ଦିବା ଘ୭/୧୨ମିମଧ୍ୟେ, ଘ୧୨/୨ମି ରୁ ଘ୧/୩୬ମି ମଧ୍ୟେ,ରାତ୍ରି ଘ୬/୩୯ମି ରୁ ଘ୯/୩ମିମଧ୍ୟେ, ଘ୧/ ୫୧ମି ରୁ ରାତ୍ରିଶେଷ ଘ୫/୩୬ମିପର୍ଯ୍ୟନ୍ତ।ମାହେନ୍ଦ୍ରବେଳା-ଦିବା ଘ୪/୦ମି ରୁ ଘ୫/୩୬ମି ମଧ୍ୟେ, ରାତ୍ରି ଘ୯/୩ମି ରୁ ଘ୧୦/୩୯ମି ପର୍ଯ୍ୟନ୍ତ। ପୁଷ୍କରଦୋଷ- ମୃତବ୍ୟକ୍ତିର ୨ପାଦତିଥି ଓ ନକ୍ଷତ୍ର ପୁଷ୍କରଦୋଷ। ଫଳଂ ଗୋପଶୁ ଓ ଗୋତ୍ରବଂଶ ସନ୍ତାନସନ୍ତତିର ବିନାଶ। ଅନ୍ନବସ୍ତ୍ର , ତିଳସୁବର୍ଣ୍ଣଦାନ। ଦିବାଘ୯/୪୬ମିପରେ ଦିବା ଘ୩/୨୪ମି ମଧ୍ୟେ ୧ପାଦ ନକ୍ଷତ୍ର ପୁଷ୍କରଦୋଷ ।ଗୋତ୍ରବଂଶ ସନ୍ତାନସନ୍ତତିର ବିନାଶ। ତିଳ ସୁବର୍ଣ୍ଣଦାନ ସହିତ ହୋମାଦି ଶାନ୍ତିବିଧେୟ। ଘ୩/୨୪ମିପରେ ରାତ୍ରିଶେଷପର୍ଯ୍ୟନ୍ତ ପୁଷ୍କରଦୋଷ ନାହିଁ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ଦିବାଘ୯/୪୬ମିମଧ୍ୟେ ସମ୍ବତ୍ସରଗଣ୍ଡଦୋଷ। ଫଳଂ ସ୍ତ୍ରୀ ବିଧବା ଓ ଦରିନ୍ଦ୍ରା । ଘୃତକାଂସ୍ୟପାତ୍ର, ପୀତବସ୍ତ୍ର ତିଳସୁବର୍ଣ୍ଣ ତଣ୍ଡୁଳଦାନ। ଶାନ୍ତିକରଣୀୟ। ରଜଶ୍ଚକ୍ରେ ଶ୍ରୀମତୀ।ଶୁଭକର୍ମ:-ଦିବା ଘ୯/୪୬ମି ପରେ ଦିବାଘ୩/୨୪ମି ମଧ୍ୟେ ୪ନକ୍ଷତ୍ରେ ଉଗ୍ରଦେବତାପ୍ରତିଷ୍ଠା, ଦେବତାଗଠନ, ଦୀକ୍ଷାଗ୍ରହଣ, ହୋମାଦିସ୍ବସ୍ତ୍ୟୟନ, ନବଶଯ୍ୟାସନାଦ୍ବୁପଭୋଗ, ନବବସ୍ତ୍ରପରିଧାନ, ଅଳଙ୍କାରଭୂଷଣ, ଧାନ୍ୟଚ୍ଛେଦନ ଓ ସ୍ଥାପନ, ନାଟ୍ୟାରମ୍ଭ, ରାଜଦର୍ଶନ, ନବଦୋଳାଦ୍ୟାରୋହଣ, ବୃକ୍ଷରୋପଣ, ନାମକରଣ, ନିଷ୍କ୍ରାମଣ, ସୂର୍ଯ୍ୟୋଦୟରୁ ଦିବାଘ୩/୨୪ମି ମଧ୍ୟେ ୩ ଓ ୪ନକ୍ଷତ୍ରେ ଔଷଧକରଣ ଓ ସେବନ, ବାଣିଜ୍ୟକରଣ।
ମେଷ-
ଆଜି ଆପଣଙ୍କରସୁସ୍ଥ ପାରିବାରିକଜୀବନ ଓ ନିରଙ୍କୁଶ କର୍ମସାଧନପାଇଁ ଆନୁସଙ୍ଗିକପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭକରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତାହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମାବିବାଦରେ, ପରିବହନରଝଗଡାରେ ବିଜୟୀ ହେବେ।
ବୃଷ-
ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।
ମିଥୁନ-
ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।
କର୍କଟ-
ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।
ସିଂହ-
ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।
କନ୍ୟା-
ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।
ତୁଳା-
ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା-
ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।
ଧନୁ-
ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।
ମକର-
ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।
କୁମ୍ଭ-
ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।
ମୀନ-
ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।
 !!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

 

Leave A Reply

Your email address will not be published.