ଆଜିରରାଶିଫଳ

୨୦୨୩ମସିହା ଡିସେମ୍ବରମାସ ୧୮ତାରିଖ ସୋମବାର।ଶ୍ରୀମନ୍ଦିରରେ ଓଢ଼ଣଷଷ୍ଠୀ, ପ୍ରାବରଣୋତ୍ସବ,ଶୀତବସ୍ତ୍ର (ଘୋଡ଼)ଲାଗି,ଜାତୀୟ ନୌସେନାଦିବସ।ସୁର୍ଯ୍ୟୋଦୟ-ଘ୬/୧୮/୫୪ ,ସୂର୍ଯ୍ୟାସ୍ତ-ଘ୫/୭/୨୪,ମାର୍ଗଶିରମାସ,ଶୁକ୍ଳପକ୍ଷ,ଚ଼ନ୍ଦ୍ରବାସତିଥି-ଷଷ୍ଠୀ ଦିବାଘ୩/୪୦ମିପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପଶ୍ଚିମଦିଗରେ,ଦିବା ଘ୩/୪୦ମିପରେ ବାୟବ୍ୟକୋଣରେ।ଅଗନ୍ତବ୍ୟ,ଶନିଯୁକ୍ତ,ଦୋଷହେତୁ ଯାତ୍ରାନିଷେଧ।ଘାତଚନ୍ଦ୍ର–ମିଥୁନ ଓ ମୀନରାଶିର ଘାତଚନ୍ଦ୍ର।ଘାତବାର–ମିଥୁନରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଏବଂ ସପ୍ତମୀର ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ– ନିମ୍ବ,ଦିବାଘ୩/୪୦ମିପରେ ତାଳଭକ୍ଷଣ ନିଷେଧ।ଅଶୁଭବେଳା –କାଳବେଳା ଦିବା ଘ୭/୪୨ମି ରୁ ଘ୯/୩ମିପର୍ଯ୍ୟନ୍ତବାରବେଳା- ଦିବା ଘ୨/୨୭ମି ରୁ ଘ୨/୪୯ମି ପର୍ଯ୍ୟନ୍ତ।କାଳରାତ୍ରି- ରାତ୍ରି ଘ୧୦/୭ମି ରୁ ଘ୧୧/୪୬ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ- ସୂର୍ଯ୍ୟୋଦୟରୁ ଦିବା ଘ୭/୫୭ମି ମଧ୍ୟେ, ଘ୯/୩୩ମି ରୁ ଘ୧୧/ ୫୭ମି ମଧ୍ୟେ,ରାତ୍ରି ଘ୭/୩୩ମି ରୁ ଘ୧୦/୪୫ମି ମଧ୍ୟେ,ଘ୧/ ୫୭ମି ରୁ ଘ୨/ ୪୫ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା- ନାହିଁ ।ପୁଷ୍କରଦୋଷ-ମୃତ ବ୍ୟକ୍ତିର ଦିବା ଘ୩/ ୪୦ମିପରେ ୧ପାଦ ତିଥି ପୁଷ୍କରଦୋଷ।ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ରଦାନ।ରାତ୍ରି ଘ୨/୨୩ମିପରେ ୨ପାଦ ତିଥି ଓ ନକ୍ଷତ୍ର ପୁଷ୍କରଦୋଷ।ଫଳଂ ଗୋପଶୁ ଓ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ।ଅନ୍ନବସ୍ତ୍ର ଓ ତିଳସୁବର୍ଣ୍ଣ ଦାନସହିତ ହୋମା ଦି ଶାନ୍ତି ବିଧେୟ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ସର୍ବ ସମ୍ପନ୍ନା ।କନ୍ୟାର ରାତ୍ରି ଘ୨/ ୨୩ମିପରେ ସାତମାସ ଗଣ୍ଡ ଦୋଷ।ଫଳଂ ସ୍ତ୍ରୀ ବିଧବା।ସ୍ବର୍ଣ୍ଣ ଓ ପୀତବସ୍ତ୍ର ତିଳ ସୁବର୍ଣ୍ଣ ତଣ୍ଡୁଳଦାନ କରଣୀୟ ଦିବା ଘ୩/୪୦ମି ପର୍ଯ୍ୟନ୍ତ ତିଥିଦୋଷ ହେତୁ ଦୁର୍ଗାଙ୍କୁ ଲାଲରଙ୍ଗର ପୁଷ୍ପ ଅର୍ପଣ।ଶୁଭକର୍ମ- ନାମକରଣ, ବାଣିଜ୍ୟକରଣ, ଦୂରଯାତ୍ରା, ହଳପ୍ରବାହ,ବୀଜବପନ, ଔଷଧକରଣ,ନବବସ୍ତ୍ର ପରିଧାନ।

🐏ମେଷ👉ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ମହିଳାମାନେ ପୁରାତନରୋଗର ପୀଡାରୁ ଉପସମ ପାଇବେ । ନିଜେ ଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ । ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ । ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସା ପାଇବେ । ମହିଳା ମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ ।

🐮ବୃଷ👉ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ ।

👩‍❤️‍👨ମିଥୁନ👉ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

🦀କର୍କଟ👉ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ । ମହିଳାମାନେ ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ ।

🦁ସିଂହ👉ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ । ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ  ।

🙎‍♀️କନ୍ୟା👉ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ରାଜନୀତି ରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ । ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ ।

⚖️ତୁଳା👉ବିଦ୍ୟୁତ୍ ଯନ୍ତ୍ରଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲକ୍ଷେତ୍ରରେ କର୍ମରତବ୍ୟକ୍ତିମାନଙ୍କର ଆକସ୍ମିକ ଧନପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ବ୍ୟବସାୟ ରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ |

🦂ବିଛା👉ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ବିଦ୍ୟା ଓ ଖେଳରେ ଉନ୍ନତି ହେବ ।

🏹ଧନୁ👉ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଯାନବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

🐊ମକର👉ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ କଷ୍ଟ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

🏺କୁମ୍ଭ👉ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରିବାରରେ ଚେଷ୍ଟା ସାର୍ଥକ ହେବ ଓ ସୁଖଶାନ୍ତି ଫେରି ଆସିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ମହିଳାମାନଙ୍କର କାର୍ଯ୍ୟ ସହଜ ସରଳରେ ସମାଧାନ ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

🐟ମୀନ👉କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଆଶ୍ୱସ୍ତିସୂଚକ କଥାଶୁଣି ମନ ଖୁସିରହିବ । ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧାପାଇବେ । ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା,ଖେଳ ଓ ବିଦ୍ୟାରେ ସଫଳତା ମିଳିବ ।ଅଟକିଥିବା ଧନପ୍ରାପ୍ତିହେବ ,ବ୍ୟବସାୟରେ ଲାଭପାଇବେ ।ପାରିବାରିକ ଶୃଙ୍ଖଳା ରକ୍ଷାକରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ ।ସମ୍ପର୍କୀୟଙ୍କ ଶୁଭ ସୂଚନାଶୁଣି ଖୁସି ହେବେ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

 

- Advertisement -

Leave A Reply

Your email address will not be published.