ଆଜିର ରାଶିଫଳ

0 134

ମାର୍ଚ୍ଚମାସ ୦୩ତାରିଖ ୨୦୨୪ ମସିହା(ରବିବାର) ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ସପ୍ତମୀ ଦିବା ଘ୦୮ /୪୩ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୯/୧୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୩୦,
ଯୋଗିନୀ ବାୟବ୍ୟେ ପ୍ରା ଘ୦୮/୪୩ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ମେଷରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୧୦/୨୬ ଗତେ ଘ୦୧/୨୫ ମଧ୍ୟେ,
ବିଶୁଦ୍ଧ ଅମୃତବେଳ। -ଦିବାଘ ୦୬/୫୫ ଗତେ ଘ୧୦ /୦୮ ମଧ୍ୟେ ଓ ରାତ୍ରି ଘ୦୭/୨୬ ଗତେ ଘ୦୯ /୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ ୦୬/୫୪ ମଧ୍ୟେ ଓ ଘ୦୧/୨୬ ଗତେ ଘ୦୨/୦୮ ମଧ୍ୟେ, ନଡ଼ିଆଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ।ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନାଦ୍ୱାରା ସମସ୍ୟାର ସରଳସମାଧାନ କରିବାରେ ସମର୍ଥହେବେ ।ସରକାରୀସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ,ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲହେବ।ବହୁଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜିଖୋଜି ଶେଷରେ ଘରେଆସି ଟଙ୍କାଦେଇଯାଇପାରେ।ଆଗାମୀ ମାଙ୍ଗ ଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବ ନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତରକାରଣରୁ ମନ ଭଲ ନଥିବା ହେତୁ କୌଣସିକାମରେ ମନଯୋଗୀ ରହିପାରିବେ ନାହିଁ।ତେଣୁ ମନଖୁସିରେ ରହିପାରିବେନାହିଁ।ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକକ୍ଷେତ୍ରରେ ବହୁତ ଜନକଲ୍ୟାଣକାମ ହାତକୁନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟାବଢ଼ିପାରେ।ଦୂରସ୍ଥାନକୁଯାତ୍ରା ନୂତନ କର୍ମନିଯୁକ୍ତିପାଇଁ ଅନୁକୂଳବାତାବରଣ ସୃଷ୍ଟି ହୋଇ ପାରେ ବ୍ୟବସାୟରେ ବକେୟାଅର୍ଥ ଆଦାୟ କରିବାରେ ସକ୍ଷମହେବେ।ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାରସଦସ୍ୟଙ୍କ ମଧ୍ୟରେ କଳହରସୂଚନା ରହିଛି ।
ମୀନ:-ଆଜିର ବାଣିଜ୍ୟ,ବ୍ୟବସାୟ,ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ!!ଜୟ ଜଗନ୍ନାଥ,ଜୟସୋମନାଥ, ଜୟ ମା ଯୋଗମାୟା!!

Leave A Reply

Your email address will not be published.