ଆଜିରରାଶିଫଳ

0 113

ମାର୍ଚ୍ଚମାସ ୨୧ତାରିଖ ୨୦୨୪ମସିହା (ଗୁରୁବାର) ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ଦ୍ଵାଦଶୀ ରାତ୍ରି ଘ ୦୪/୫୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୫/୦୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/ ୫୫/୦୯,ଯୋଗିନୀ ନୈରୁତେ ରାତ୍ରି ଘ୦୪/୫୬ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ,ଦ୍ଵାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କର୍କଟ ଓ ମକର ରାଶିରଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୨/୫୬ଗତେ ଘ୦୫/୫୭ମଧ୍ୟେ,ବିଶୁଦ୍ଧ ଅମୃତବେଳ।-ରାତ୍ରି ଘ୦୧/୧୦ଗତେ ଘ୦୩/୩୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୨୦ମଧ୍ୟେ ଓ ଘ୧୦/୪୧ଗତେ ଘ୦୧/୦୪ମଧ୍ୟେ,ପୋଇ ଭକ୍ଷଣ ନିଷେଧ।
ମେଷ :👉ଆଜି ଯାହା ହେଉନାକାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ ।ପରିସ୍ଥିତି ଯେମିତିହେଉ ମଧ୍ୟ ଆପଣ କଳିଠାରୁ ଦୂରେଇରୁହନ୍ତୁ । ଆପଣ ନିଜକୁ ଶାନ୍ତରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ :👉ଆଜି ନିଜଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି ।ଏହା ଆପଣଙ୍କୁ ହଠାତ୍ ଖୁସିଆଣିଦେବ ଆପଣଙ୍କର ପୁରୁଣାବନ୍ଧୁ ଆପଣଙ୍କର ହୃଦୟର ବହୁତନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ : 👉ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି ।ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:👉ଯଦି ଆପଣଙ୍କୁ ଏମିତିଲାଗେ ଯେ ଆଜି ଆପଣଙ୍କ କୌଣସିଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇଆସିବେ । ସାହାଯ୍ୟପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ :👉ଆଜି ଆପଣଙ୍କର ଭ୍ରମଣକରିବା ସମ୍ଭାବନା ଅଛି ।କୌଣସି ଏକ ଧର୍ମପୀଠ, ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:👉ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କରମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜ ପରିବାରଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:👉ଦିନଟି କ୍ଳେଶଦାୟକ ।ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ ।କୌଣସି ଜଣେ ଅନୁଭବିଓକିଲଙ୍କ ପରାମର୍ଶ ନିଅନ୍ତୁ ।ଚ଼ିନ୍ତାର କୌଣସି କାରଣନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:👉ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁ,ଗୁରୁଜନଙ୍କ ନିନ୍ଦା ବ୍ୟଥାଦେଇପାରେ।
ଧନୁ:👉ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭଦିନ ଅଟେ ।ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗନେବେ ।ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗନେବେ ।
ମକର:👉ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ ।ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନାଦ୍ୱାରା ଅନ୍ୟମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥାବ୍ୟୟ ହେବ।କଣ୍ଟା ବା ମୁନିଆ ବସ୍ତୁଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:👉ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି ।ଏହା କୌଣସି ଉପହାର, କୌଣସି ମୂଲ୍ୟବାନବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ:👉ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ ।ଆଜି ସବୁକିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ ।ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି ।ଏହି ସୁଯୋଗର ସମ୍ପୁର୍ଣ୍ଣରୂପେ ଲାଭ ଉଠାନ୍ତୁ !!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.