ଆଜିର ରାଶିଫଳ

0 113

୨୦୨୪ମସିହା ଅପ୍ରେଲମାସ ୨ତାରିଖ ମଙ୍ଗଳବାର।ମା’ ତାରାତାରିଣୀ ଯାତ୍ରା ୨ୟ ପାଳି ।ବିବିଧ- ନିଶାନ୍ତ ଘ୫/୧୬ମିପରେ ଶରଣ ପଞ୍ଚକ ଆରମ୍ଭ, ତୃଣକାଷ୍ଠ ଚ୍ଛେଦନ ନିଷେଧ।ସୁର୍ଯ୍ୟୋଦୟ- ଘ୫/୪୩/୧୪ ,ସୂର୍ଯ୍ୟାସ୍ତ- ଘ୫/୫୭/୪୪ ,ଚୈତ୍ରମାସ ,କୃଷ୍ଣପକ୍ଷ ,ଭୌମବାସତିଥି- ଅଷ୍ଟମୀ ରାତ୍ରି ଘ୮/୧୩ମି ପର୍ଯ୍ୟନ୍ତ ତଦନ୍ତେ ନବମୀ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଐଶାନ୍ୟକୋଣରେ। ରାତ୍ରି ଘ୮/୧୩ମି ପରେ ପୂର୍ବ ଦିଗରେ।ମଙ୍ଗଳବାର, ଅଗନ୍ତବ୍ୟପରେ ରିକ୍ତାତିଥିଦୋଷ ହେତୁ ଯାତ୍ରାନିଷେଧ।ଘାତଚନ୍ଦ୍ର– ତୁଳା ଓ କୁମ୍ଭରାଶିର ଏବଂ ନିଶାନ୍ତ ଘ୫/୧୬ମି ପରେ ସିଂହ ରାଶିର ଘାତଚନ୍ଦ୍ର।ଘାତବାର–ମକରରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ନଡ଼ିଆ ରାତ୍ରି ଘ୮/୧୩ମିପରେ ଲାଉଭକ୍ଷଣ ନିଷେଧ।ଅଶୁଭବେଳା-(ବାରବେଳା)ପ୍ରାତଃ ଘ୭/୧୧ମି ରୁ ଘ୮/୪୩ମି ପର୍ଯ୍ୟନ୍ତ।କାଳବେଳା-ଦିବା ଘ୨/୨୧ମି ରୁ ଘ୨/୫୩ମି ପର୍ଯ୍ୟନ୍ତ।(କାଳରାତ୍ରି) ରାତ୍ରି ଘ୭/୨୬ମି ରୁ ଘ୮/୫୩ମି ପର୍ଯ୍ୟନ୍ତ।ଶୁଭବେଳା–(ଅମୃତ) ଦିବା ଘ୮/୪ମି ରୁ ଘ୧୦/୨୮ମିମଧ୍ୟେ, ଘ୧୨/୫୨ମି ରୁ ଘ୨/୨୮ମି ମଧ୍ୟେ, ଘ୩/୧୬ମି ରୁ ଘ୪/୫୨ମି ମଧ୍ୟେ,ସୂର୍ଯ୍ୟାସ୍ତ ଘ୫/୫୮ମି ରୁ ସନ୍ଧ୍ୟା ଘ୬/୪୭ମି ମଧ୍ୟେ, ରାତ୍ରି ଘ୯/୧୧ମି ରୁ ଘ୧୧/୩୫ମି ମଧ୍ୟେ,ଘ୧/୫୯ମି ରୁ ଘ୩/୩୫ମି ପର୍ଯ୍ୟନ୍ତ।ମାହେନ୍ଦ୍ର ବେଳା- ନାହିଁ।ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ୧ପାଦ ବାରଦୋଷ। ଫଳଂ କୃଷି ହାନି ଓ ଭୂମିଦାନ। ରାତ୍ରି ଘ୧୧/୩୧ମିପରେ ୨ପାଦ ବାର ଓ ନକ୍ଷତ୍ର ପୁଷ୍କର ଦୋଷ। ଫଳଂ କୃଷୀହାନି ଓ ଗୋତ୍ରବଂଶ ସନ୍ତାନସନ୍ତତିର ବିନାଶ। ଭୂମି ଓ ତିଳ ସୁବର୍ଣ୍ଣଦାନ ସହିତ ହୋମାଦି ଶାନ୍ତିବିଧେୟ ।ପ୍ରଥମରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ରାତ୍ରି ଘ୧୧/୩୧ମି ମଧ୍ୟେ ସାତମାସ ଗଣ୍ଡଦୋଷ।ଫଳଂ ସ୍ତ୍ରୀ ବିଧବା। ରଜଶ୍ଚକ୍ରେ ପୁତ୍ରିଣୀ। ପୀତବସ୍ତ୍ର, ତିଳ ସୁବର୍ଣ୍ଣ, ତଣ୍ଡୁଳ ଦାନ କରଣୀୟ। ବାରଦୋଷ ହେତୁ (ଶିବଙ୍କ ଠାରେ ଜଳାଭିଷେକ),ଦିବାଘ୮/୧୩ମିଗତେ ବାର ଓ ତିଥିଦୋଷ ହେତୁ (ଶିବଙ୍କଠାରେ ଜଳାଭିଷେକ ଓ ଦୁର୍ଗାଙ୍କୁ ଲାଲରଙ୍ଗର ପୁଷ୍ପ ଅର୍ପଣ) ଶୁଭକର୍ମ- ଚୂଡା କରଣ, ଯାନପୂଜା।
ମେଷ-ଆଳସ୍ୟ ଅନୁଭବ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ।
ବୃଷ-ଭ୍ରମଣାଦି ଶାନ୍ତିପୂର୍ଣ୍ଣ ହେବ। ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି। ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। କୃଷି କର୍ମକାରୀ ହେବେ। ଯାନବାହନ ସୁଖ ମିଳିବ। ସୁଖଭୋଗ ଲାଭ କରିବେ।
ମିଥୁନ-ପ୍ରେମ ଘଟଣାରେ ସଫଳ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ। ଭ୍ରାତୃଭାବ ଅତୁଟ ରହିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସକଳ ଗୁଣଯୁକ୍ତ, ସୁଖୀ ଓ କାବ୍ୟ ଶାସ୍ତ୍ରଜ୍ଞ ହେବେ।
କର୍କଟ-କୌଣସି କାର୍ଯ୍ୟକୁ ନେଇ ନିଜେ ନିଜକୁ ସଙ୍କୁଚିତ ମନେ କରିବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଧନାଗମ ହେବାର ସୂଚନା ମିଳୁଛି। ମିଷ୍ଟଭାଷୀ ହୋଇପାରନ୍ତି। ଚଞ୍ଚଳମନା, କୀର୍ତ୍ତିମାନ୍‌, ଅତି ସୁଖୀ ହେବେ।
ସିଂହ- ବାଣିଜ୍ୟ-ବ୍ୟବସାୟରେ ଆୟ ବୃଦ୍ଧି ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ।
କନ୍ୟା-ବିପଦର ସୂଚନା ପାଇପାରନ୍ତି। କାର୍ଯ୍ୟ କଷ୍ଟସାଧ୍ୟ ହୋଇପାରେ। ଅସୁବିଧାରୁ ଉଧୁରିବାକୁ ହେଲେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। କଅଁଳ କଥାରେ ଅନ୍ୟକୁ ଭୁଲାଇ ପାରିବେ। ଚଞ୍ଚଳ ପ୍ରକୃତିର ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।
ତୁଳା-ଚିନ୍ତାରୁ ମୁକ୍ତି ପାଇବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଚିନ୍ତାଧାରା ଉନ୍ନତମାନର ହେବ। ପ୍ରୀତିଭୋଜନ ମିଳିପାରେ। ନାନାବିଧ ସମ୍ମାନର ଅଧିକାରୀ ହେବେ। ଗୁଣଜ୍ଞ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ପ୍ରସନ୍ନତା ଲାଭ କରିବେ।
ବିଛା-ଧନ ସଞ୍ଚୟ ପାଇଁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଭୋଗ-ବିଳାସ କରିପାରନ୍ତି। ସମ୍ମାନ ବୃଦ୍ଧି ହେବ। ଉପୁଜି ଥିବା ସମସ୍ୟାର ସମାଧାନ ହେବ। ପ୍ରବଳ ଉଦ୍ୟମ କରି କାର୍ଯ୍ୟ ହାସଲ କରିବେ।
ଧନୁ- ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମନରେ ଭକ୍ତିଭାବ ଜାଗ୍ରତ ହେବ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୌଭାଗ୍ୟ ଉଦୟ ହୋଇଛି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳାଙ୍କ ଦ୍ବାରା ଉପକୃତ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ।
ମକର-ପାରିବାରିକ କ୍ଷେତ୍ରରେ ଉନ୍ନତି ଘଟିବ। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଆପଣଙ୍କ ପାଇଁ ପୀଡ଼ାଦାୟକ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ-ବ୍ୟବସାୟ ଲାଭଜନକ ହୋଇପାରେ।
କୁମ୍ଭ- ଯାନବାହନ କିଣିବାର ସୁଯୋଗ ସୃଷ୍ଟି ହୋଇଛି। ସମ୍ମାନିତ ହେବେ। ଦାୟିତ୍ବ ନିର୍ବାହ କରି ପ୍ରଶଂସାର ପାତ୍ର ହେବେ। ପାରିବାରିକ ସୁଖ ମିଳିବ। ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ। ବନ୍ଧୁ ସହାୟତା ମିଳିବ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।
ମୀନ-କୌଣସିକାରଣରୁ କ୍ରୋଧିତ ହୋଇପାରନ୍ତି।ଭବିଷ୍ୟତପାଇଁ ନୂତନଯୋଜନା ପ୍ରସ୍ତୁତକରିବେ।ସୁସ୍ଥ ଓ ନିରାମୟଜୀବନ ଯାପନ କରିପାରନ୍ତି।ବଳବାନ୍‌ ହେବେ।ଶତ୍ରୁଦମନ କରିବାରେ ସକ୍ଷମହୋଇପାରନ୍ତି।ଜନକଲ୍ୟାଣ ଲାଭ କରିବେ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.