ଆଜିର ରାଶିଫଳ

0 105

୨୦୨୪ମସିହା ଅପ୍ରେଲମାସ ୩ତାରିଖ ବୁଧବାର।ସୁର୍ଯ୍ୟୋଦୟ- ଘ୫/୪୨/୨୩ ,ସୂର୍ଯ୍ୟାସ୍ତ- ଘ୫/୫୮/୧ ,ଚୈତ୍ର ମାସ ,କୃଷ୍ଣ ପକ୍ଷ ,ପଣ୍ଡିତ ବାସତିଥି- ନବମୀ ସନ୍ଧ୍ୟା ଘ୬/୩୮ମି ପର୍ଯ୍ୟନ୍ତ ତଦନ୍ତେ ଦଶମୀ।ନକ୍ଷତ୍ର- ଉତ୍ତରାଷାଢା ନକ୍ଷତ୍ର ରାତ୍ରି ଘ୧୦/୩୨ମି ପର୍ଯ୍ୟନ୍ତ ତଦନ୍ତେ ଶ୍ରବଣା ନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ। ସନ୍ଧ୍ୟା ଘ୬/୩୮ମି ପରେ ଉତ୍ତର ଦିଗରେ।ରିକ୍ତାତିଥି, ବିଷ୍ଟିକରଣ ଦୋଷ ହେତୁ ସନ୍ଧ୍ୟା ଘ୬/୩୮ମି ପରେ ନିଶାନ୍ତ ଘ୫/୩୩ମିମଧ୍ୟେ ଯାତ୍ରାଶୁଭ।ଉତ୍ତରଦିଗ, ବାୟୁକୋଣ ଓ ପଶ୍ଚିମଦିଗକୁ ତ୍ୟାଗକରି ଯାତ୍ରା କରାଯିବ।ଘାତଚନ୍ଦ୍ର– ସିଂହ ରାଶିର ଘାତଚନ୍ଦ୍ର।ଘାତବାର–କର୍କଟ ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ଲାଉ ସନ୍ଧ୍ୟା ଘ୬/୩୮ମି ପରେ କଳମଶାଗଭକ୍ଷଣ ନିଷେଧ।ଅଶୁଭବେଳା-(କାଳବେଳା) ଦିବା ଘ୮/୪୨ମି ରୁ ଘ୧୦/୧୫ମି ପର୍ଯ୍ୟନ୍ତ।ବାରବେଳା ଦିବା ଘ୧୧/୪୮ମି ରୁ ଘ୧/୨୧ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୨/୪୨ମି ରୁ ଘ୪/୯ମି ପର୍ଯ୍ୟନ୍ତ।ଶୁଭବେଳା–(ଅମୃତ) ସୂର୍ଯ୍ୟୋଦୟ ରୁ ଦିବା ଘ୭/୧୬ମି ମଧ୍ୟେ, ଘ୧୧/୩ମି ରୁ ଘ୧/୩୬ମି ମଧ୍ୟେ, ସନ୍ଧ୍ୟା ଘ୬/ ୪୭ମି ରୁ ରାତ୍ରି ଘ୯/୧୧ମି ମଧ୍ୟେ, ଘ୧/୫୯ମି ରୁ ରାତ୍ରିଶେଷ ଘ୫/୪୨ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା- ଦିବା ଘ୪/୩ମି ରୁ ଅପରାହ୍ନ ଘ୫/୪୦ମି ମଧ୍ୟେ, ରାତ୍ରି ଘ୯/୧୯ମି ରୁ ଘ୧୦/୪୭ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ରାତ୍ରି ଘ୧୦/୩୨ମି ମଧ୍ୟେ ୧ପାଦ ନକ୍ଷତ୍ର ପୁଷ୍କରଦୋଷ। ଫଳଂ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ।ତିଳ ସୁବର୍ଣ୍ଣଦାନ ସହିତ ହୋମାଦି ଶାନ୍ତିବିଧେୟ ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ସ୍ତ୍ରୀ ବିଧବା। ପୀତବସ୍ତ୍ର, ତିଳସୁବର୍ଣ୍ଣ, ତଣ୍ଡୁଳଦାନ କରଣୀୟ। ସନ୍ଧ୍ୟା ଘ୬/୩୮ମିପର୍ଯ୍ୟନ୍ତ ତିଥିଦୋଷ ହେତୁ (ଦୁର୍ଗାଙ୍କୁ ଲାଲରଙ୍ଗର ପୁଷ୍ପଅର୍ପଣ) ଶୁଭକର୍ମ- ଅଦ୍ୟ ୨୧ ନକ୍ଷତ୍ରେ ଚତୁର୍ବେଦୀବ୍ରତ (ଉପନୟନ) ବସନ୍ତଋତୁ ହେତୁ ଗଜଗ୍ରହତିଥି ଦୋଷନୁହେଁ। ପୁରାତନ ଗୃହାରମ୍ଭ ଓ ଗୃହପ୍ରବେଶ, ଦେବୀପ୍ରତିଷ୍ଠା, ବାଣିଜ୍ୟକରଣ, ଦୂରଯାତ୍ରା, ନାମକରଣ, ନବବସ୍ତ୍ର ପରିଧାନ, ବୃକ୍ଷରୋପଣ, ହଳପ୍ରବାହ, ବୀଜବପନ।
ମେଷ- ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି। ଆଶାବାଦୀ ହେବେ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ।
ବୃଷ-ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଧନଲାଭ ହେବ।
ମିଥୁନ- ଦ୍ରବ୍ୟ ଲାଭର ସୂଚନା ମିଳୁଛି। ପଥରୋଧ ହୋଇପାରେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। କଥାବାର୍ତ୍ତାର ମାଧୁର୍ଯ୍ୟରେ ଅନ୍ୟମାନେ ମୋହିତ ହୋଇପାରନ୍ତି। ଜ୍ଞାନ-ଗରିମା, ସାହସୀ ଓ ଗୁଣଜ୍ଞ ହେବେ।
କର୍କଟ- କାର୍ଯ୍ୟଭାର ଲାଘବ ହେବ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଗୃହ ଓ ଯାନବାହନ ସୁଖ ମିଳିବ।
ସିଂହ-ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସରକାରଙ୍କ କୃପାପାତ୍ର ହେବେ।
କନ୍ୟା- ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ବାରସ୍ଥ ହୋଇପାରନ୍ତି। ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଦ୍ବାନ୍‌ ଓ ସାହସୀ ହେବେ।
ତୁଳା-ଦାୟିତ୍ବରେ ପରିବର୍ତ୍ତନ ଘଟିବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।
ବିଛା-ଅର୍ଜନ କରିଥିବା ପୂର୍ବର ଅଭିଜ୍ଞତା କାର୍ଯ୍ୟରେ ଲଗାଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ।
ଧନୁ-ବିଭିନ୍ନ କାରଣରୁ ବ୍ୟଥିତ ହୋଇପାରନ୍ତି। ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମକର-ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପାଇଁ ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ପତ୍ନୀଙ୍କ ସହାୟତା ମିଳିବ।
କୁମ୍ଭ- ବିପଦକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟକ୍ତି ବିଶେଷ ଭାବେ ପ୍ରତିଷ୍ଠା ଅର୍ଜନ କରିପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। କୃଷିକର୍ମ ଉପରେ ଆଲୋକପାତ କରିପାରନ୍ତି।
ମୀନ-ଅଘଟଣ ଘଟିବ। ପୂର୍ବରୁ ସତର୍କ ହେବେ। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହ ରହିବ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.