ଆଜିର ରାଶିଫଳ

0 110

୨୦୨୪ ମସିହା ଅପ୍ରେଲ ମାସ ୭ ତାରିଖ ରବିବାର।ସ୍ମୃହୀଚତୁର୍ଦ୍ଦଶୀ, ଶିବଚତୁର୍ଦ୍ଦଶୀ ଉପବାସ ଓ ବେଢାପରିକ୍ରମା,ଦିବା ଘ୮/୧୩ମି ମଧ୍ୟେ ଶରଣଂ (ଶେଷ)।ସୁର୍ଯ୍ୟୋଦୟ- ଘ୫/୩୮/୫୪ ,ସୂର୍ଯ୍ୟାସ୍ତ- ଘ୫/୫୯/୧୦ ,ଚୈତ୍ରମାସ ,କୃଷ୍ଣପକ୍ଷ ,ଆଦିତ୍ୟବାସ ,ତିଥି- ତ୍ରୟୋଦଶୀ ଦିବା ଘ୭/୫ମିପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀକ୍ଷୟ ରାତ୍ରି ଘ୩/୨୭ମିପର୍ଯ୍ୟନ୍ତ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଦକ୍ଷିଣଦିଗରେ,ଦିବା ଘ୭/୫ମି ପରେ ପଶ୍ଚିମଦିଗରେ,ରାତ୍ରି ଘ୩/୨୭ମି ପରେ ଐଶାନ୍ୟକୋଣରେ।ତ୍ର୍ୟହସ୍ପର୍ଶତିଥି, ବିଷ୍ଟିକରଣ,ଶନିମଙ୍ଗଳଯୁକ୍ତ ପରେ ରବିଯୁକ୍ତଦୋଷ ହେତୁ ଯାତ୍ରାଦିଶୁଭକର୍ମ ନିଷେଧ।ଘାତଚନ୍ଦ୍ର– ମିଥୁନ ଓ ମୀନ ରାଶିର ଏବଂ ଦିବା ଘ୮/୧୩ମିପରେ ଧନୁରାଶିର ଘାତଚନ୍ଦ୍ର।ଘାତବାର–ମେଷରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ବାଇଗଣ ଦିବା ଘ୭/୫ମିପରେ ବିରିଭକ୍ଷଣ ନିଷେଧ।ଅଶୁଭବେଳା- ବାର ଓ କାଳବେଳା-ଦିବା ଘ୧୦/୮ମି ରୁ ଘ୧/୨୧ମିପର୍ଯ୍ୟନ୍ତ।(କାଳରାତ୍ରି)ରାତ୍ରି ଘ୧/୨୦ମି ରୁ ଘ୨/୫୭ମି ପର୍ଯ୍ୟନ୍ତ।ଶୁଭବେଳା–(ଅମୃତ)ପ୍ରାତଃ ଘ୬/୨୪ମି ରୁ ଘ୯/୩୬ମିମଧ୍ୟେ,ରାତ୍ରି ଘ୭/୩୬ମି ରୁ ଘ୯/୧୨ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା- ସୂର୍ଯ୍ୟୋଦୟ ରୁ ଘ୬/୨୪ମି ମଧ୍ୟେ, ଦିବା ଘ୧୨/୪୮ମି ରୁ ଘ୧/୩୬ମି ମଧ୍ୟେ, ସନ୍ଧ୍ୟା ଘ୬/୪୮ମି ରୁ ରାତ୍ରି ଘ୭/୩୬ମି ମଧ୍ୟେ, ରାତ୍ରି ଘ୧୨/୨୪ମି ରୁ ଘ୩/୩୬ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ୨ପାଦ ବାର ଓ ନକ୍ଷତ୍ର ପୁଷ୍କରଦୋଷ। ଫଳଂ କୃଷିହାନି ଓ ସନ୍ତାନ ସନ୍ତତିର ବିନାଶ। ଭୂମି ଓ ତିଳ ସୁବର୍ଣ୍ଣଦାନ। ଦିବା ଘ୧/୪୦ମି ପରେ ୧ପାଦ ବାର ପୁଷ୍କରଦୋଷ।ଫଳଂ କୃଷିହାନି ଓ ଭୂମିଦାନ ସହିତ ହୋମାଦିଶାନ୍ତି ବିଧେୟ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ଦିବାଘ୧/୪୦ମି ମଧ୍ୟେ ସାତମାସ ଗଣ୍ଡଦୋଷ।ଫଳଂ ସ୍ତ୍ରୀ ବିଧବା। ରଜଶ୍ଚକ୍ରେ ସର୍ବସମ୍ପନ୍ନା।ପୀତବସ୍ତ୍ର, ତିଳ ସୁବର୍ଣ୍ଣ, ତଣ୍ଡୁଳ ଦାନ କରଣୀୟ। ବାର ଓ ତିଥିଦୋଷ ହେତୁ (ଶିବଙ୍କଠାରେ ଜଳାଭିଷେକ ଓ ଦୁର୍ଗାଙ୍କୁ ଲାଲରଙ୍ଗରପୁଷ୍ପ ଅର୍ପଣ)।
🐏ମେଷ-ରୋଜଗାରର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ରୁଚିକର ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
🐮ବୃଷ-ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। କାର୍ଯ୍ୟରେ ବାଧା ଉପୁଜାଇବାକୁ କେହି ଉଦ୍ୟମ କରିବେ। ଦେବ କାର୍ଯ୍ୟ କରିବେ। ଧାତୁବାଦରେ ଧନ ବ୍ୟୟ କରିପାରନ୍ତି।
👩❤️👨ମିଥୁନ-ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରି କି ସରକାରୀ ସ୍ତରରୁ ସମ୍ମାନ ସହିତ ଧନ ପ୍ରାପ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ।
🦀କର୍କଟ👉 କର୍ମକ୍ଷେତ୍ର ସହଜ-ସୁଲଭ ହେବ। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ସମ୍ପାଦନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଜଳ ଯୋଗାଣରେ ଧନ ଲାଭ ହେବ।
🦁ସିଂହ-କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଧର୍ମକ୍ରିୟାରତ ହେବେ। ଜନ ଆଶିଷ ମିଳିବ।
🙎♀️କନ୍ୟା-ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ମୁକାବିଲା କରିବେ। ସାଧନାରେ ଶାଶ୍ବତ ସୁଖର ସନ୍ଧାନ ପାଇବେ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି।
⚖️ତୁଳା-ସର୍ବସୁଖ ଭୋଗକରି ପାରନ୍ତି। କର୍ମତତ୍ପର ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପୁଣ୍ୟପ୍ରଭା ପତ୍ନୀଙ୍କ ସହଯୋଗ ମିଳିବ।
🦂ବିଛା-ଶତ୍ରୁତାର ଅବସାନ ଘଟିବ। ସ୍ଥିର ମାନସିକତା ଓ ଧୀର ଚିତ୍ତରେ କାର୍ଯ୍ୟ କରିବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
🏹ଧନୁ-ଶାସ୍ତ୍ର ଅଧ୍ୟୟନ କରି ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେବେ। ସର୍ବଦର୍ଶୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଧନାଗମ ହେବାର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପଦକ୍ଷେପ ପ୍ରଶଂସନୀୟ ହେବ।
🐊ମକର-ଶ୍ରମ ସାର୍ଥକ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ଜଳାଶୟ, ପିତୃଭକ୍ତି ଓ ସ୍ବଗୃହ କର୍ମରୁ ସୁଖଭୋଗ କରିପାରନ୍ତି। ଯାନବାହନ ସୁଖ ଅଛି।
🏺କୁମ୍ଭ-ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି। ଅନବଦ୍ୟ ରଚନା ଜନସାଧାରଣଙ୍କ ପାଇଁ ଉପାଦେୟ ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
🐟ମୀନ-ବିଭିନ୍ନ ଦିଗରୁ ଧନାଗମ ହେବ। ଉପବାସାଦି ଧର୍ମକ୍ରିୟାରେ, ବିଦ୍ୟା ପ୍ରଭାବରେ, ବ୍ୟବସାୟରେ ଓ ମାତାପିତାଙ୍କଠାରୁ ଧନପ୍ରାପ୍ତ ହୋଇପାରନ୍ତି। ନୀତିନିଷ୍ଠ ହେବେ। ଚତୁର ହେବେ।!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.