ଆଜିରରାଶିଫଳ

0 128

ଅପ୍ରେଲମାସ ୧୨ତାରିଖ ୨୦୨୪ମସିହା(ଶୁକ୍ରବାର)
ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ ୧୨/୪୭ ଗତେ ପଞ୍ଚମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୫/ ୩୮, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୦୧/୩୫,ଯୋଗିନୀ ନୈରୁତେ ଦିବା ଘ୧୨/୪୭ଗତେ ଦକ୍ଷିଣେ,ଚତୁର୍ଥୀର ଏକୋଦିଷ୍ଟ ଓ ପଞ୍ଚମୀର ପାର୍ବଣଶ୍ରାଦ୍ଧ,ବିଛାରାଶିର ଘାତଚନ୍ଦ୍ର,
ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୧/୪୪ ମଧ୍ୟେ,ବିଶୁଦ୍ଧ ଅମୃତବେଳ। -ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୬ ଗତେ ଘ୦୮/୩୯ ମଧ୍ୟେ ଓ ଘ୧୨/୪୪ ଗତେ ଘ୦୨/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୫୧ ଗତେ ଘ୦୧୧/୩୯ ମଧ୍ୟେ ଓ ଘ୦୪/୨୩ ଗତେ ଘ୦୫/୩୦ମଧ୍ୟେ,ମୂଳା,ପୋଟଳ ଦିବା ଘ୧୨/୪୭ଗତେ ବେଲଭକ୍ଷଣ ନିଷେଧ,
ମେଷ-ଆଜିର ଅସମ୍ପୂର୍ଣ୍ଣକାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବାସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।ହାତକୁନେଇଥିବା ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାର ଠାରୁ ଖର୍ଚ୍ଚ ବଳିଯିବ, ଶତ୍ରୁତାକରିଥିବା ଲୋକଠାରୁ ଦୂରେଇ ରୁହନ୍ତୁ।
ବୃଷ-ଆଜି ଲୋକମାନଙ୍କସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ।ବୌଦ୍ଧିକଚର୍ଚ୍ଚା କିମ୍ବା ବାଦବିବାଦରେ ସଫଳତା ମିଳିବ।ବିଦ୍ୟାର୍ଥିମାନଙ୍କପାଇଁ ଭଲସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ।ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳହେବେ।ବିଚାରର ଭରମାରରେ ମାନସିକଆଳସ୍ୟ ଅନୁଭବ କରିବେ।ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ-କାର୍ଯ୍ୟସଫଳପାଇଁ ଆଜିରଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ।ଲଘୁଯାତ୍ରାର ଯୋଗ ଅଛି।ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦରସମ୍ମାନ ମିଳିବ।ବିରୋଧି ମାନଙ୍କୁ ପରାଜିତ କରି ପାରିବେ।
ସିଂହ-ଦୂରରେ ବାସକରୁଥିବା ସ୍ନେହୀଜନ ତଥା ମିତ୍ର ମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ।ପରିବାରରେ ସୁଖଶାନ୍ତି ରହିବ।ଉତ୍ତମ ଭୋଜନର ପ୍ରାପ୍ତି ହେବ।ନିର୍ଦ୍ଧାରିତକାମରେ ସଫଳତା ମିଳିବ।ମହିଳାମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜରକାମ କାଢ଼ିପାରିବେ।ବ୍ୟବସାୟଦୃଷ୍ଟିରେ ଆଜିରଦିନ ଲାଭଦାୟକ ପ୍ରମାଣିତହେବ।ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦପ୍ରାପ୍ତି ହେବ। ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନ ମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନାଅଛି।ପରୋପକାର ବଦଳରେ ଉପକାର ମିଳି ପାରେ।ଆୟଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ।ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ।ମାଙ୍ଗଳିକ କାର୍ଯ୍ୟ ହେବ।ବିବାହପାଇଁ ସଂଯୋଗ ବନିବ।ଚାକିରି ଧନ୍ଦାରେ ଭଲ ଅବସର ଆସିବ।ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ-ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦ-ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ।ଚାକିରିବ୍ୟବସାୟରେ ମାନସମ୍ମାନପ୍ରାପ୍ତି ହେବ।ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ।ବୌଦ୍ଧିକ କାର୍ଯ୍ୟଗୁଡ଼ିକ ରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀ ଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ାହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ-ଆଜିରଦିନ ସୁଖଶାନ୍ତିରେ କଟିବ।ବ୍ୟାପାରି ମାନଙ୍କ ଉତ୍ତମସମୟ ଅଟେ।ପତିପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ।

ନବରାତ୍ରୀ ଏବଂ ନବଦୁର୍ଗା
ନବଦିନବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତିସ୍ୱରୂପିଣୀ ମାଦୁର୍ଗାଙ୍କୁ ବିଭିନ୍ନରୂପରେ ପୂଜା କରାଯାଏ । ଏହି ନବରାତ୍ରିର ପ୍ରଥମତିନିଦିନରେ ମାଙ୍କୁ ଦୁଷ୍ଟବିନାଶିନୀ ଦୁର୍ଗା ତଥା କାଳୀରୂପରେ ପୂଜା କରାଯାଏ । ମଝି ତିନିଦିନରେ ମାଙ୍କୁ ଧନଧାନ୍ୟ ତଥା ସମ୍ପଦରଦେବୀ ଲକ୍ଷ୍ମୀଙ୍କରୂପରେ ପୂଜା କରାଯାଏ ।ସେହିପରି ଶେଷତିନିଦିନରେ ମାବିଦ୍ୟାଦାତ୍ରୀ ସରସ୍ୱତୀଭାବେ ପୂଜା କରାଯାଏ ।ନବରାତ୍ରିର ଶେଷଦିନରେ ବିଜୟାଦଶମୀ ପାଳିତ ହୋଇଥାଏ ।ହିନ୍ଦୁପରମ୍ପରା ଅନୁଯାୟୀ ବର୍ଷରେପାଞ୍ଚଥର (ପୌଷ,ମାଘ,ଚୈତ୍ର,ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତଋତୁରେ ପାଳିତହେଉଥିବା (ଆଶ୍ୱିନମାସ ଶୁକ୍ଳପକ୍ଷ ପ୍ରତିପଦତିଥିରୁ ନବମୀପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ ।ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ନବଦୁର୍ଗା:-ଆଦିଶକ୍ତିର ପ୍ରଥମସ୍ଵରୂପା ଶୈଳପୁତ୍ରୀ, ବ୍ରହ୍ମଚାରିଣୀସ୍ଵରୂପରେ ନବରାତ୍ରର ଦ୍ଵିତୀୟଦିବସରେ ମାତାଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି।ତୃତିୟଦିବସରେ ଦିବସରେ ଦେବୀଙ୍କ ଉଗ୍ରରୂପ (ଚନ୍ଦ୍ରଘଣ୍ଟା)ରୁପେ ପୁଜାକରାଯାଇଥାଏ ।
କୁଷ୍ମାଣ୍ଡା:- ଚତୁର୍ଥଦିବସର ସ୍ୱରୁପ ଦେବୀକୁଷ୍ମାଣ୍ଡା ।ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି । ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି ।
!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.