ଆଜିର ରାଶିଫଳ

0 156

୨୦୨୪ମସିହା ଫେବୃଆରୀମାସ ୧୬ତାରିଖ ଶୁକ୍ରବାର। ଶ୍ରୀମନ୍ଦିରରେ ମାଘସପ୍ତମୀ,ତିଳ ସପ୍ତମୀ,କୋଣାର୍କ (ଚନ୍ଦ୍ରଭାଗା)ସ୍ନାନ, ରବି ମହାଗ୍ରହ ଜୟନ୍ତୀ,ଭୀଷ୍ମାଷ୍ଟମୀ ଓ ତର୍ପଣ, ଅଦ୍ଵୈତପ୍ରଭୁଙ୍କର ଜନ୍ମୋତ୍ସବ, ବିଦଗ୍ଧକବି ଅଭିମନ୍ୟୁ ଜୟନ୍ତୀ, ଅତିବଡ଼ି ଜଗନ୍ନାଥଦାସଙ୍କର ତିରୋଧାନ ଦିବସ।
ସୁର୍ଯ୍ୟୋଦୟ- ଘ୬/୧୯/୨୮,ସୂର୍ଯ୍ୟାସ୍ତ- ଘ୫/୪୨ /୩୦,ମାଘମାସ,ଶୁକ୍ଳପକ୍ଷ,ଭୃଗୁବାସ,ତିଥି- ସପ୍ତମୀ ଦିବା ଘ୯/୨ମି ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ।ଯୋଗ- ବ୍ରହ୍ମ ଯୋଗ ଦିବା ଘ୪/୩୪ମି ପର୍ଯ୍ୟନ୍ତ ପର୍ଯ୍ୟନ୍ତ ତଦନ୍ତେ ଇନ୍ଦ୍ରଯୋଗ।କରଣ- ବାଣିଜ୍ୟକରଣ ଦିବା ଘ୯/୨ମି ପର୍ଯ୍ୟନ୍ତ ତଦନ୍ତେ ବିଷ୍ଟିକରଣ ରାତ୍ରି ଘ୮/୪୦ମି ପର୍ଯ୍ୟନ୍ତ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ବାୟବ୍ୟକୋଣରେ, ଦିବା ଘ୯/୨ମି ପରେ ଐଶାନ୍ୟ କୋଣରେ। ଅଗନ୍ତବ୍ୟତିଥି, ବିଷ୍ଟିକରଣ ଦୋଷ ହେତୁ ଦିବା ଘ୧୦/୨୬ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ଯାତ୍ରା ଶୁଭ। ବାୟୁ କୋଣ, ପଶ୍ଚିମଦିଗ, ନୈର୍ଋତ କୋଣକୁ ତ୍ୟାଗ କରି ଯାତ୍ରା କରାଯିବ।ଘାତଚନ୍ଦ୍ର–ମେଷ ରାଶିର ଏବଂ ଦିବା ଘ୩/୨୯ମି ପରେ ବିଛାରାଶିର ଘାତଚନ୍ଦ୍ର।ଘାତବାର–ବିଛା, ଧନୁ ଓ ମୀନ ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ତାଳ, ଦିବା ଘ୯/୨ମି ପରେ ନଡ଼ିଆ ଭକ୍ଷଣ ନିଷେଧ।ଅଶୁଭବେଳା-
ବାର ଓ କାଳବେଳା ଦିବା ଘ୯/୭ମି ରୁ ଘ୧୨/୦ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୮/୫୧ମି ରୁ ଘ୧୦/୨୫ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟାଦୟରୁ ଦିବା ଘ୭/ ୫୩ମି ମଧ୍ୟେ, ଘ୮/୪୧ମି ରୁ ଘ୧୧/୫ମି ମଧ୍ୟେ, ଘ୧/୨୯ ମି ରୁ ଘ୩/୫ମି ମଧ୍ୟେ, ଘ୪/୪୧ମି ରୁ ସୂର୍ଯ୍ୟାସ୍ତ ଘ୫/୪୩ମି ମଧ୍ୟେ, ରାତ୍ରି ଘ୭/୨୦ମି ରୁ ଘ୮/୫୬ମି ମଧ୍ୟେ, ଘ୩/୧୦ମି ରୁ ଘ୩/୫୮ ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ରାତ୍ରି ଘ୧୦/୩୨ମି ରୁ ଘ୧୧/୨୦ମି ମଧ୍ୟେ, ଘ୩/୫୮ମି ରୁ ନିଶାନ୍ତ ଘ୫/୪୪ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତ ବ୍ୟକ୍ତିର ଦିବା ଘ୯/୨ମି ମଧ୍ୟେ ୧ ପାଦ ତିଥି ପୁଷ୍କର ଦୋଷ । ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ର ଦାନ। ଦିବା ଘ୯/୩୧ମି ପରେ ୧ ପାଦ ନକ୍ଷତ୍ର ପୁଷ୍କର ଦୋଷ। ଫଳଂ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ ଓ ତିଳସୁବର୍ଣ୍ଣ ଦାନ ସହିତ ହୋମାଦି ଶାନ୍ତି ବିଧେୟ।
ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ଦଶମାସ ଦିବା ଘ୯/୩୧ମି ପରେ ସମ୍ବତ୍ସର ଗଣ୍ଡଦୋଷ। ଫଳଂ ସ୍ତ୍ରୀ ବିଧବା। ଘ୯/୩୧ମି ପରେ ଦରିଦ୍ରା।ରଜଶ୍ଚକ୍ରେ ବେଶ୍ୟା। ଘୃତପୂର୍ଣ୍ଣ କାଂସ୍ୟପାତ୍ର, ଶୁକ୍ଳବସ୍ତ୍ର, ତିଳସୁବର୍ଣ୍ଣ ତଣ୍ଡୁଳ ଦାନ କରଣୀୟ।ଶୁଭକର୍ମ- ଦିବା ଘ୯/୨ମି ମଧ୍ୟେ ୨ ନକ୍ଷତ୍ରେ ବାଣିଜ୍ୟ କରଣ।
🐏ମେଷ👉ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ।
🐮ବୃଷ👉ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।
👩‍❤️‍👨ମିଥୁନ👉ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ।
🦀କର୍କଟ👉ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ହ୍ରାସ ହେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ।
🦁ସିଂହ👉ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। କର୍ମ କ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ।
⚖️ତୁଳା👉ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ର ରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।
🦂ବିଛା👉ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ।
🏹ଧନୁ👉ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପରେ।
🐊ମକର👉ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।
🏺କୁମ୍ଭ👉ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇସମ୍ମାନ ଓ ପ୍ରଶଂସା ପାଇବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ।
🐟ମୀନ👉ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.