ଆଜିଠୁ ୨ ଦିନ ଅତିପ୍ରବଳ ବର୍ଷା

0 153

ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବା ବେଳେ ଶନିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି କୁହାଯାଇଛି ।ଏହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାସହ ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର , ଦେବଗଡ଼ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ୨୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ବରଗଡ଼ ଓ ଝାରସୁଗୁଡ଼ା,୨୫ ତାରିଖ ଦିନ ମୟୂରଭଞ୍ଜ ଓ କେନ୍ଦୁଝ. ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.