ଆଜିର ରାଶିଫଳ

ମାର୍ଚ୍ଚମାସ ୦୮ତାରିଖ ୨୦୨୫ମସିହା (ଶନିବାର) ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ନବମୀ ଦିବା ଘ୦୮/୩୩ ଗତେ ଦଶମୀ,ନକ୍ଷତ୍ର- ଆର୍ଦ୍ରା ରାତ୍ରି ଘ୧୨/୨୫ ଗତେ ପୁନର୍ବସୁ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୬/୧୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୧ /୩୮,ଯୋଗିନୀ ପୂର୍ବେ ଦିବା ଘ୦୮/୩୪ ଗତେ ଉତ୍ତରେ,କନ୍ୟାରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଏକପାଦ ଓ ରାତ୍ରି ଘ୧୨/୨୪ ଗତେ ଦ୍ଵୀପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୭/୩୨ମଧ୍ୟେ ଓ ଦିବା ଘ୦୪/୨୫ ଗତେ ଘ୦୫/୫୪ମଧ୍ୟେ,ବାରବେଳା – ଦିବା ଘ୦୧/୨୮ ଗତେ ଘ୦୨/୫୭ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଦିବା ଘ୧୦/୦୧ଗତେ ଘ୦୧/୧୪ ମଧ୍ୟେ ଓ ରାତ୍ରି ଘ୦୮/୧୫ ଗତେ ଘ୧୦/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ନାସ୍ତି,ଅଦ୍ୟ ଲାଉ ଦିବା ଘ ୦୮/୩୩ ଗତେ କଳମଶାଗ ଭକ୍ଷଣ ନିଷେଧ
ମେଷ🍁👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ ।ନୈରାଶ୍ୟର ଛାୟା ଆଚ୍ଛାଦିତମନ ନିଷ୍ପତ୍ତିନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ।ଆଲୋଚନା, ଆନୁଷ୍ଠାନିକ କାମରେଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ🍁👉ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନଘଟିବ ।ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସିରହିବେ ।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
ମିଥୁନ🍁👉ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତଦେବାକୁ ପଡିପାରେ। ଜମିଜମା,କଚେରିମାମଲା,ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତହେବେ ।ସନ୍ତାନଙ୍କ ବିଷୟ ଚିନ୍ତାକରି ମନ ଭଲ ଲାଗିନପାରେ।
କର୍କଟ🍁👉ଆଜି ଅଫିସ୍‌ କାମରେ ଭାବ ପ୍ରବଣବଶତଃ ବିରକ୍ତିକର କଥାକହି ଅପଦସ୍ଥ ହୋଇପାରନ୍ତି ।ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି।ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନଦିଗରୁ ପ୍ରେରଣା ଲାଭ କରିପାରନ୍ତି।ନିକଟସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ🍁👉ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରାପାଇଁ ମାର୍ଗ ସୁଗମହେବ। କିନ୍ତୁ ଶନିଙ୍କ ସମ୍ବନ୍ଧଜନିତ ମାନସିକଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ ।ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା🍁👉ଆଜି ଯେଉଁକାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତମିଳିବ ।ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ। ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।
ତୁଳା🍁👉ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା🍁👉ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ଧନୁ🍁👉ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।
ମକର🍁👉ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ🍁👉ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।
ମୀନ 🍁👉ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟହାସଲ କରିବେ ଆଜି ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ।କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲକାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.