ଆଜିର ରାଶିଫଳ

ଡିସେମ୍ବର ମାସ ୨୩ ତାରିଖ ୨୦୨୫ ମସିହା (ମଙ୍ଗଳବାର)ପୌଷମାସ- ଶୁକ୍ଳପକ୍ଷ, ତିଥି-ତୃତୀୟା ଦିବା ଘ୧୨/୧୯ ଗତେ ଚତୁର୍ଥୀ,ନକ୍ଷତ୍ର-ଉତ୍ତରାଷାଢ଼ା ଦିବା ଘ୦୬/୨୪ ଗତେ ଶ୍ରବଣ।।ସୁର୍ୟୋଦୟ-ପ୍ରାତଃ ଘ୦୬/୨୨/୪୮,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/ ୧୦/୩୦,ଯୋଗିନୀ ଅଗ୍ନିକୋଣେ ଦିବା ଘ୧୨/୧୯ ଗତେ ନୈରୁତ,ସିଂହ ରାଶିର ଘାତଚନ୍ଦ୍ର,ମକରରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ, ମୃତେ ଦ୍ଵିପାଦ ଓ ଦିବା ଘ୦୬/୨୪ ଗତେ ଏକପାଦ ପୁସ୍କର ଦୋଷ,କାଳବେଳା -ଦିବା ଘ୦୧/୦୬ଗତେ ଘ୦୨/୨୮ ମଧ୍ୟେ,ବାରବେଳା- ଦିବା ଘ୦୭/୪୩ ଗତେ ଘ୦୯/୦୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୧୧ ମଧ୍ୟେ ଓ ଘ ୦୯/୦୭ ଗତେ ଘ୧୧/୫୯ ମଧ୍ୟେ ଓ ରାତ୍ରି ଘ ୦୭/୩୫ ଗତେ ଘ୦୮/୧୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ ୦୫/୩୦ ଗତେ ଘ୦୭/୩୩ ମଧ୍ୟେ,ଅଦ୍ୟ ପୋଟଳ ଦିବା ଘ୧୨/୧୯ଗତେ ମୂଳା ଭକ୍ଷଣ ନିଷେଧ।
ମେଷ:- ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ :-ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ :-ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
କର୍କଟ :- ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିରଦିନଟି ପରସ୍ପର ସହିତ ବହୁତଖୁସି କରିବାର ଦିନ ।
ସିଂହ:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
କନ୍ୟା:- ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ତୁଳା:- ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାରଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି ।ନିଜର ଚ଼େଷ୍ଟାକୁ ବଜାୟରଖନ୍ତୁ ଏବଂ ଖୁସିଜୀବନର ମଜା ନିଅନ୍ତୁ ।
ବିଛା:-ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ :- ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
ମକର:- ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
କୁମ୍ଭ :- ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ:- ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

ଶୋଇବା ପୂର୍ବରୁ ଏକ ଗ୍ଲାସ ଉଷ୍ମ କ୍ଷୀର ପିଇବା ଏକ ସରଳ କିନ୍ତୁ ଅତ୍ୟନ୍ତ ଉପକାରୀ ଅଭ୍ୟାସ। କ୍ଷୀର ଭଲ ନିଦ ଆଣେ, ହାଡ଼ ଓ ମାଂସପେଶୀକୁ ମଜବୁତ କରେ, ପାଚନ ଶକ୍ତି ବଢ଼ାଏ ଏବଂ ଚାପ କମାଏ। ଏହା ଚର୍ମକୁ ଉଜ୍ଜ୍ୱଳ, କେଶକୁ ଶକ୍ତ ଏବଂ ଶରୀରକୁ ଭିତରୁ ପୋଷଣ ଦିଏ। ପ୍ରତିଦିନ ଏହି ଅଭ୍ୟାସ ଆପଣଙ୍କୁ ସୁସ୍ଥ ଓ ସକ୍ରିୟ ରଖିବ।

Comments (0)
Add Comment