ଆଜିର ରାଶିଫଳ

୨୦୨୪ମସିହା ଜୁଲାଇମାସ ୧୮ତାରିଖ ଗୁରୁବାର ।ରଥ ଉପରେ ଶ୍ରୀଜୀଉଙ୍କର ଅଧର ପଣା, ଶ୍ରୀଗରୁଡ଼ ଶୟନ ଉତ୍ସବ।ସୁର୍ଯ୍ୟୋଦୟ- ଘ୫/୨୦/୫୯ ,ସୂର୍ଯ୍ୟାସ୍ତ- ଘ୬/୨୪/୨୩ ,ଆଷାଢ଼ମାସ ,ଶୁକ୍ଳପକ୍ଷ ,ବୃହସ୍ପତିବାସ ,ତିଥି- ଦ୍ବାଦଶୀ ରାତ୍ରି ଘ୮/୫୩ମି ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ।ନକ୍ଷତ୍ର- ଜ୍ୟେଷ୍ଠା ନକ୍ଷତ୍ର ରାତ୍ରି ଘ୪/୧୮ମି ପର୍ଯ୍ୟନ୍ତ ତଦନ୍ତେ ମୂଳା ନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ନୈର୍ଋତକୋଣରେ କୋଣରେ, ରାତ୍ରି ଘ୮/୫୩ମି ପରେ ଦକ୍ଷିଣ ଦିଗରେ। ଅଗନ୍ତବ୍ୟ ତିଥି, ମଙ୍ଗଳସପ୍ତ ଦୋଷ ହେତୁ ରାତ୍ରି ଘ୪/୧୮ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ଦକ୍ଷିଣଦିଗ,ଅଗ୍ନିକୋଣ,ଓ ପୂର୍ବଦିଗକୁ ତ୍ୟାଗକରି ଯାତ୍ରା କରାଯିବ।ଚନ୍ଦ୍ରଶୁଦ୍ଧି– ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର, କୁମ୍ଭ ଓ ମୀନ ଏହି ରାଶି ମାନଙ୍କର ଏବଂ ରାତ୍ରି ଘ୪/୧୮ମି ପରେ ମେଷ,ମିଥୁନ,କର୍କଟ, ସିଂହ, ବିଛା, ଧନୁ ଓ ମୀନ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।ଘାତଚନ୍ଦ୍ର- ରାତ୍ରି ଘ୪/୧୮ମିପରେ ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର ,ଘାତ ବାର–ତୁଳା ଓ କୁମ୍ଭ ରାଶିର ଘାତବାର।ତାରାଶୁଦ୍ଧି-୧।୨।୪।୬।୮।୧୦।୧୧।୧୩।୧୫।୧୭।୧୯।୨୦।୨୨।୨୪।୨୬ ଏହି ନକ୍ଷତ୍ରମାନଙ୍କର ଏବଂ ରାତ୍ରି ଘ୪/୧୮ମି ପରେ ୨।୩।୫।୭।୯।୧୧।୧୨।୧୪।୧୬।୧୮।୨୦।୨୧।୨୩।୨୫।୨୭ ଏହି ନକ୍ଷତ୍ର ମାନଙ୍କର ତାରାଶୁଦ୍ଧି।ସାମ୍ବତ୍ସରିକଶ୍ରାଦ୍ଧ–ଦ୍ବାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ପୋଇଶାଗ ଏବଂ ରାତ୍ରି ଘ୮/୫୩ମିପରେ ବାଇଗଣ ଭକ୍ଷଣ ନିଷେଧ।ଅଶୁଭବେଳା—(କାଳ ଓ ବାରବେଳା) ଦିବା ଘ୩/୮ମି ରୁ ସୂର୍ଯ୍ୟାସ୍ତ ଘ୬/୨୪ମି ପର୍ଯ୍ୟନ୍ତ।(କାଳରାତ୍ରି) ରାତ୍ରି ଘ୧୧/୫୩ମି ରୁ ଘ୧/୧୬ମି ପର୍ଯ୍ୟନ୍ତ।ଶୁଭବେଳା–(ଅମୃତବେଳା) ରାତ୍ରି ଘ୧/୩୫ମି ରୁ ଘ୩/୫୯ମି ପର୍ଯ୍ୟନ୍ତ ।ମାହେନ୍ଦ୍ରବେଳା– ସୂର୍ଯ୍ୟୋଦୟରୁ ଦିବାଘ୬/୫୮ମି ମଧ୍ୟେ, ଘ୯/୫୧ମି ରୁ ଘ୧୨/୧୫ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ରାତ୍ରି ଘ୮/୫୩ମି ମଧ୍ୟେ ୧ ପାଦ ତିଥି ପୁଷ୍କରଦୋଷ।ଫଳଂଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ରଦାନ ସହିତ ହୋମାଦି ଶାନ୍ତି ବିଧେୟ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ରାତ୍ରି ଘ୪/୧୮ମି ମଧ୍ୟେ ଦଶମାସ ଗଣ୍ଡଦୋଷ।ଫଳଂ ସ୍ତ୍ରୀବିଧବା ଓ ଦରିଦ୍ରା। ଘୃତକାଂସ୍ୟପାତ୍ର, ଶୁକ୍ଳବସ୍ତ୍ର, ତିଳସୁବର୍ଣ୍ଣ, ତଣ୍ଡୁଳଦାନ କରଣୀୟ।ରଜଶ୍ଚକ୍ରେ ପୁତ୍ରିଣୀ।ଶୁଭକର୍ମ- ନିଷେଧ ।
🐏ମେଷ-ଆଜି ଦୃଢତାର ସହ ନିଜର ପାରିପାର୍ଶ୍ୱିକ ଉନ୍ନତି କରିବେ ଏବଂ ଆପଣଙ୍କ ସୁନ୍ଦରସ୍ୱାସ୍ଥ୍ୟ ଦ୍ୱାରା ଅନ୍ୟମାନେ ପ୍ରଭାବିତହେବେ। ଯେତେବେଳ ପର୍ଯ୍ୟନ୍ତ ଜଣେ ସ୍ତ୍ରୀ ଆପଣଙ୍କ ଜୀବନ ମଧ୍ୟରେ ଆପଣଙ୍କୁ ବୁଝିଛି ଏବଂ ଉତ୍ସାହିତ କରୁଛି, ତା ପାଇଁ ସବୁକିଛି ଆଜି ତ୍ୟାଗ କରିବା ସ୍ୱାଭାବିକଅଟେ ।ସେ ଆପଣଙ୍କ ମାଆ ମଧ୍ୟ ହୋଇପାରନ୍ତି । ପାରିବାରିକ ତଥା ଘର ବିଷୟରେ ଆଲୋଚନା ମଙ୍ଗଳମୟ ହେବ । ଯଦି କିଛି ପାଇ ନାହାନ୍ତି ତେବେ ଆଶା ଛାଡନ୍ତୁ ନାହିଁ ।
🐮ବୃଷ-ଆଜି ବିଦେଶରୁ ସୁଫଳଯୁକ୍ତ ଖବର ପାଇବେ ନିଜ ବନ୍ଧୁ ତଥା ଆତ୍ମିୟମାନଙ୍କଠାରୁ। ଏଥିରେ ଖୁସୀ ହୋଇ ବିଦେଶ ଯିବାପାଇଁ ମନ ବଳିବ । ଛାତ୍ର ମାନେ ବିଦେଶରେ ପାଠ ପଢିବା ପାଇଁ ସମୟ ଅନୁକୁଳ ଅଟେ । ଛୁଟିର ଆନନ୍ଦ ନେଇପାରନ୍ତି । ଏହିସବୁ କାରଣରୁ ଆନନ୍ଦିତ ହୋଇରହିବେ । କାମ ଅଧିକ ଥିବା ସତ୍ତ୍ୱେ ମନ ଭଲ ରହିବ । ଆୟ ବହୁଳ ଦିନ ଓ ଅର୍ଥଲଗାଣ ପାଇଁ ମଧ୍ୟ ସୁଦିନ ଅଟେ ।
👩❤️👨ମିଥୁନ-କିଛି ଆଶ୍ଚର୍ଯ୍ୟ ଏବଂ ବିଷାଦପୂର୍ଣ୍ଣ ଘଟିପାରେ, ମିଥୁନ ରାଶିର ବ୍ୟକ୍ତିମାନେ ସତର୍କ ହୁଅନ୍ତୁ । ଆପଣ ଶାରୀରିକ ଏବଂ ମାନସିକ ଭାବରେ ଅସୁସ୍ଥ ଅନୁଭବ କରିପାରନ୍ତି । ତେଣୁ, ଆପଣ ଭଲ ପାଉଥିବା ଅଭ୍ୟାସ ଏବଂ ଉପକରଣରେ ମିଶି ଯାଆନ୍ତୁ । ଏହା ଆପଣଙ୍କୁ ଚିନ୍ତା ବିହୀନ କରିଦେବ ।
🦀କର୍କଟ-ଆପଣ ଆଜି ଦିନଟିରେ ଆପଣଙ୍କ ପରିବାର ଏବଂ ସାଙ୍ଗ ସାଥି ସହିତ ମଜା ମଜଲିସ୍‌ କରିପାରନ୍ତି । ଆର୍ଥିକ ଲାଭ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ପାଇଁ ଆଜି ଦିନଟି ପ୍ରତିଜ୍ଞାର ଦିବସ ହେବ । ଆପଣଙ୍କ ବ୍ୟବସାୟ ପାର୍ଟ୍‌ନର୍‌ଠାରୁ ଆପଣ ଲାଭବାନ ହେବେ । ଆପଣ ପ୍ରିୟଜନଙ୍କ ସଙ୍ଗରେ ଭ୍ରମଣ ଆପଣଙ୍କ ମନରେ ବହୁତ ଦିନ ପର୍ଯ୍ୟନ୍ତ ଛାପି ରହିବ ।
🦁ସିଂହ-ଆଜି ଦିନଟି ଆପଣଙ୍କ ପାଇଁ ଏତେ ଟା ଶୁଭ ନୁହେଁ । ଆପଣ ଅସଂଖ୍ୟ ଚିନ୍ତା, ବ୍ୟସ୍ତତା, ଏବଂ ଦାରିଦ୍ର୍ୟ ଆପଣଙ୍କୁ ଘାରି ପକାଇପାରେ । ଛାତିକୁ ଦମ୍ଭ କରନ୍ତୁ । ଆଜିର ଦିନଟି ଅଫିସ୍‌ରେ ଆପଣଙ୍କ ପାଇଁ ଖୁସିରେ ଯିବ ନାହିଁ ସେଥିପାଇଁ ଆପଣ ଆପଣଙ୍କର ପ୍ରତିଦିନର ବ୍ୟସ୍ତ କାମକୁ ଲକ୍ଷ୍ୟସ୍ଥଳରେ ପହଞ୍ଚାଇପାରିବା କଠିନ ହେବ ।
🙎♀️କନ୍ୟା-ଆଜି ଦିନରେ ଛାତ୍ରମାନଙ୍କ ପାଇଁ କଠିନ ରହିବ । ଆପଣଙ୍କର ଲକ୍ଷ୍ୟ ଘୁଞ୍ଚିଯାଇପାରେ । ପିଲାମାନେ ଦିନସାରା ଆପଣଙ୍କୁ ବ୍ୟସ୍ତ କରି ପକାଇବେ । ଆଜି, ନିବେଶକମାନେ ସାବଧାନତା ଅବଲମ୍ବନ କରିବେ । ଆପଣଙ୍କୁ କୌଣସି ପ୍ରକାର ଭୌତିକ ତର୍କ ଏବଂ ଆଲୋଚନାଠାରୁ ବିରତି ରହିବାକୁ ପରାମର୍ଶ ଦିଆଯାଇଛି ।
⚖️ତୁଳା-ଆଜି ଦିନଟି ଆପଣଙ୍କ ପାଇଁ ମାନ୍ଦାଳିଆ ରହିବ । ଆପଣ ଶାନ୍ତ ଏବଂ ନିରବ ରହିବା କଷ୍ଟକର ହୋଇପଡିବ । ସବୁ ସମୟରେ ସତର୍କ ରହିବା ଭଳି ଘଟଣା ବିଶେଷ କରି ସଂପତ୍ତି ବିଷୟରେ କଥାବାର୍ତ୍ତା କରିବା ପ୍ରତି ବିରତ ରୁହନ୍ତୁ । ଯାତ୍ରା କରନ୍ତୁ ନାହିଁ । ଆପଣଙ୍କର ପରିବାରର ପରିବେଶ ଅସ୍ଥିର ରହିବ । ତର୍କ ଏବଂ ଯୁକ୍ତି ନ କରିବା ପାଇଁ ଚେଷ୍ଟା କରନ୍ତୁ ।
🦂ବିଛା-ଦୟାକରି ସମସ୍ୟା ଯୋଗୁଁ ଅଟକି ଯାଆନ୍ତୁ ନାହିଁ , ସେଗୁଡିକ ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଘରର ପରିବେଶ ଅନୁକୂଳ ସାବ୍ୟସ୍ତ ହେବ ନାହିଁ । ଶାନ୍ତ ରହିବା ପାଇଁ ଚେଷ୍ଟା କରନ୍ତୁ । ଆଉ ମଧ୍ୟ, ଆପଣଙ୍କର ରାଗପଣତା ଆପଣଙ୍କୁ ତିଳେ ମାତ୍ର ସାହାଯ୍ୟ କରିବ ନାହିଁ ; ସାବଧାନ ରୁହନ୍ତୁ । ଶେଷ ହୋଇ ନ ଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା ଆପଣଙ୍କ ପାଇଁ କଷ୍ଟକର ହୋଇପଡିବ, ତଥାପି ଆପଣ ଶାନ୍ତ ରୁହନ୍ତୁ ଏହା ନିଶ୍ଚିତ ଭାବରେ ଆପଣଙ୍କୁ ସାହାଯ୍ୟ କରିବ ।
🏹ଧନୁ-ଏହି ଦିନଟି ଆପଣଙ୍କ ପାଇଁ ଫଳପ୍ରଦ ହେବ । ଆପଣ ଆର୍ଥିକ ଲାଭରେ ରହିପାରନ୍ତି । ମହିଳାମାନଙ୍କ ଭାଗ୍ୟ ସେମାନଙ୍କ ସପକ୍ଷରେ ଯିବ । ଆପଣଙ୍କ ପ୍ରିୟଜନ ଆପଣଙ୍କ ଖୁସି ପାଇଁ ଆନନ୍ଦିତ ହେବେ । ନୂଆ କାମ ହାତକୁ ନେବାର ଏହା ହେଉଛି ସଠିକ ସମୟ । ଛୋଟିଆ ଯାତ୍ରା କରିପାରନ୍ତି । ଆପଣ ମାନସିକ ଭାବରେ ଆରାମ ଅନୁଭବ କରିବେ । ଆପଣଙ୍କ ଶତୃମାନେ ଆପଣଙ୍କଠାରୁ ପରାସ୍ତ ହେବେ |
🐊ମକର-ଦିନଟି ଆଶ୍ଚର୍ଯ୍ୟମୟ ରହିବ । ଗୋଟିଏ ପ୍ରାର୍ଥନା ସହ ଦିନ ଆରମ୍ଭ କରନ୍ତୁ । ଆଜି ପ୍ରତ୍ୟେକ ଜିନିଷ ସଠିକ୍‌ ସ୍ଥାନ ଏବଂ ସଠିକ୍‌ କ୍ରମରେ ରହିବ । ଏହାକୁ ପ୍ରିୟଜନ କିମ୍ବା ବ୍ୟବସାୟ ସହ ଯୋଡନ୍ତୁ । ସଠିକ୍‌ ହୁଅନ୍ତୁ । ବ୍ୟବସାୟ ଦୃଷ୍ଟିରୁ ଆପଣ ଜଣେ ଯଥୋଚିତ କର୍ମଚାରୀ ହେବେ ।
🏺କୁମ୍ଭ-ନିଜ ଶରୀର, ସୁଖାଦ୍ୟ, ଏବଂ ବ୍ୟାୟାମ ଇତ୍ୟାଦିରେ ଅବହେଳା କରନାହିଁ । ଠିକରେ ବିଶ୍ରାମ ମିଳିବ ନାହିଁ, ଶେଷରେ ଆଜି ସେ ତା’ର ପ୍ରଭାବ ଦେଖାଇବ। ନିଜେ ଅସୁସ୍ଥତା ଅନୁଭବ କରିବେ, ଯେଉଁଥିରେ ମାନସିକ ସ୍ଥିରତା ଦରକାର। ବିଶ୍ରାମ ନେବାପାଇଁ ଯଦିସମ୍ଭବ, ଅସୁସ୍ଥତା କାରଣରୁ ଛୁଟି ନେଇ ପାରନ୍ତି। କଚେରୀ କାମରେ ସାବଧାନ ଏବଂ କାହା କଥାରେ ଧନ ଲଗାନ୍ତୁ ନହିଁ। ପଇସାପତ୍ର, ବାକ୍ୟ ଓ ରାଗିଯିବା ଅଭ୍ୟାସ ପ୍ରତି ସାବଧାନ ହୁଅ। ଆଜି ନିଜ ପ୍ରିୟଜନ ତୁମକୁ ବିରୋଧ କରିବେ। ଏଥିରେ ଗୁରୁତ୍ୱ ଦିଅନାହିଁ, ବରଂ ସେମାନଙ୍କ ନିର୍ଦେଶ କୁ ନିରିକ୍ଷଣ କରନ୍ତୁ, ହୁଏତ ଆପଣ ଭୁଲ ଥାଇପାରନ୍ତି, ବଦଳି ଯାଆନ୍ତୁ।
🐟ମୀନ-ହଠାତ୍‌ ଆର୍ଥିକ ଲାଭର ସମ୍ଭାବନା ନିଶ୍ଚିତ ଭାବରେ ରହିଛି । ଏପରିକି ଆପଣ ପଇସା ହିସାବରେ ପ୍ରାଇଜ୍‌ କିମ୍ବା ଲଟେରୀ ଜିତିପାରନ୍ତି । ମୋଟାମୋଟି ଭାବରେ ଖୁସି, ଭାଗ୍ୟଶାଳୀ ସମୟର ଆଶା କରାଯାଉଛି । ପିଲାମାନଙ୍କଠାରୁ ଭଲ ଖବର ଆସିପାରେ, ଏବଂ ଆପଣ ଆପଣଙ୍କ ପୁରୁଣା, ଦୀର୍ଘ ଦିନରୁ ଭେଟ ହୋଇ ନଥିବା ବନ୍ଧୁମାନଙ୍କୁ ଭେଟି ଭାଗ୍ୟବାନ ଅନୁଭବ କରିବେ।

ଘରର ଏହି ସ୍ଥାନରେ ଭୁଲରେ ବି ରଖନ୍ତୁନାହିଁ ଜୋତାଷ୍ଟାଣ୍ଡ…..
ସମାଜ ଡିଜିଟାଲଡେସ୍କ: ସର୍ବଦା ଲୋକମାନେ ବାହାରୁଆସିବା ପରେ ଘରଭିତରେ ହେଉ ଅବା ଘରର ମୁଖ୍ୟଦ୍ୱାରରେ ଜୋତା ରଖୁଥିବା ଦେଖିବାକୁ ମିଳେ । ଏଭଳି କରିବାଦ୍ୱାରା ଘରପାଇଁ ଅଶୁଭ ହୋଇଥାଏ ।ବାସ୍ତୁଅନୁସାରେ ଘରେ ଜୋତାଚପଲ ରଖିବାପାଇଁ ଏକ ସ୍ଥାନ ନିରୂପଣ ହୋଇଥାଏ ।ସେହିଁଠାରେ ହିଁ ଜୋତା ରଖିବା ଉଚିତ ।ଏଭଳି ନକରିଲେ ଘରେ କଳହ ଲାଗି ରହିବାସହ ଅଭାବଅନଟନ ଲାଗି ରହିଥାଏ ।ଜ୍ୟୋତିଷଙ୍କ ମତରେ ଘରର ଉତ୍ତର-ପଶ୍ଚିମ ଦିଗରେ ଜୋତା ଚପଲ ରଖିବା ଉଚିତ ।ନହେଲେ ଆପଣ ପଶ୍ଚିମଦିଗରେ ମଧ୍ୟ ରଖିପାରିବେ ।ମୁଖ୍ୟଦ୍ୱାରପାଖରେ କେବେ ବି ଜୋତାଚପଲ ରଖନ୍ତୁନାହିଁ । କାରଣ ମୁଖ୍ୟପ୍ରବେଶ ଦ୍ୱାରରେ ଦେବୀଲକ୍ଷ୍ମୀ ପ୍ରବେଶ କରିଥାନ୍ତି ।ଏଭଳିକ୍ଷେତ୍ରରେ ଜୋତାଚପଲ ରଖିବାଦ୍ୱାରା ଲକ୍ଷ୍ମୀଙ୍କ ଆଗମନରେ ବାଧା ସୃଷ୍ଟିହୋଇଥାଏ ।ମାଲକ୍ଷ୍ମୀ କ୍ରୋଧିତ ହେବା ସହ ଘରେ ଦାରିଦ୍ର ଲାଗି ରହିଥାଏ ।ସକରାତ୍ମକଶକ୍ତି ମଧ୍ୟ ପ୍ରବେଶ କରିପାରେନାହିଁ ।ଜୋତାଚପଲ ରଖିବାପାଇଁ ଉତ୍ତର ପଶ୍ଚିମଦିଗ ହେଉଛି ସବୁଠାରୁ ଉତ୍ତମ ସ୍ଥାନ ।ସର୍ବଦା ଜୋତାଚପଲକୁ ସଫାକରି ରଖନ୍ତୁ ।ଯଦି ଅପରିଷ୍କାରଭାବେ ରଖୁଛନ୍ତି ତେବେ ସେଗୁଡିକ ବ୍ୟବହାର କରନ୍ତୁନାହିଁ ।ଏହାଦ୍ୱାରା ଦେବୀଦେବତାମାନେ କ୍ରୋଧିତ ହୋଇଥାନ୍ତି।

Comments (0)
Add Comment