ସେପ୍ଟେମ୍ବରମାସ ୨୦ତାରିଖ ୨୦୨୪ମସିହା (ଶୁକ୍ରବାର)ଆଶ୍ୱିନମାସ-କୃଷ୍ଣପକ୍ଷ,ତିଥି- ତୃତୀୟା ରାତ୍ରି ଘ୦୯/୨୩ ଗତେ ଚତୁର୍ଥୀ,ସୁର୍ୟୋଦୟ-ପ୍ରାତଃ ଘ୦୫/ ୪୦/୦୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୨/୫୦,ଯୋଗିନୀ ଅଗ୍ନିକୋଣେ ରାତ୍ରିଘ୦୯/୨୩ ଗତେ ନୈରୁତେ, ତୃତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମେଷରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର, କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୧/୪୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ୦୬/୨୭ ମଧ୍ୟେ ଓ ଘ୦୭/୧୬ଗତେ ଘ୦୮/୩୯ ମଧ୍ୟେ ଓ ଘ୧୨/୦୪ ଗତେ ଘ୦୩/୧୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ପୋଟଳଭକ୍ଷଣ ନିଷେଧ।
ମେଷ:-ଆଜି କୌଣସି କାରଣରୁ ଆପଣ ଖୁସିରେ ମାତ୍ରାଧିକ ଭବବିହୋଳ ରହିପାରନ୍ତି। ବିଦ୍ୟାର୍ଥୀମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟ ଗୁଡ଼ିକରେ ସଫଳତାପ୍ରାପ୍ତ କରିପାରିବେ।ଘରର ବାତାବରଣରେ ସୁଖ-ଶାନ୍ତି ରହିବ।ବ୍ୟବସାୟରେ ସଫଳତାପ୍ରାପ୍ତ ହେବ।
ବୃଷ :- ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁନାହିଁ।ଧନ ଏବଂ ପ୍ରତିଷ୍ଠାରେ ହାନି ନହୋଇପାରେ, ଏହାର ଧ୍ୟାନ ରଖିବେ।ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।
ମିଥୁନ :-ଆଜି ଅପଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବପ୍ରଥମ ସ୍ଥାନ ଦେବାକୁ ହେବ।ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ।ଛୋଟଯାତ୍ରାର ଆୟୋଜନ ହୋଇପାରେ।ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
କର୍କଟ:-ଆଜି କ୍ରୋଧ ଏବଂ ବାଣୀଉପରେ ନିୟନ୍ତ୍ରଣ ରଖନ୍ତୁ।ନକାରାତ୍ମକବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ।ଖାଇବାପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନପ୍ରାପ୍ତ ହେବ।
ସିଂହ :-ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ,ମାନସିକସ୍ଵାସ୍ଥ୍ୟ ଉତ୍ତମରହିବ,ଉତ୍ସାହିତ ରହିବେ।ନୂଆକାର୍ଯ୍ୟର ଶୁଭାରମ୍ଭ କରିବାପାଇଁ ସମୟ ଅନୁକୂଳ ଅଟେ।ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ।ଧାର୍ମିକକାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
କନ୍ୟା:-କମସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନଯାଆନ୍ତୁ,ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ।ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆକାର୍ଯ୍ୟର ପ୍ରାରମ୍ଭ ଆଜି କରିପାରିବେ। ଆକସ୍ମିକ ଧନଲାଭ ହେବ।
ତୁଳା:- ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ।ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ।ନୂଆମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି।ବ୍ୟବସାୟ ଏବଂ ଆର୍ଥିକରୂପରେ ଲାଭ ହେବ।ମଧ୍ୟାହ୍ନପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।
ବିଛା:-ଆଜିରଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟକ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିରମାର୍ଗ ଖୋଲିବ।ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି।ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ।କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।
ଧନୁ:-ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ।ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି।ମଧ୍ୟାହ୍ନପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।
ମକର :-ଆଜି କ୍ରୋଧ ଏବଂ ବାଣୀଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନରଖିବେ।ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ।ବ୍ୟୟ ବଢିପାରେ ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।
କୁମ୍ଭ :-ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ।ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ।ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।
ମୀନ:-ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁକରିବେ।ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ।ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ।ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।ଦୂରଯାତ୍ରାର ଯୋଗଅଛି।
!! ଜୟଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!