ଆଜି ରଥ ନିର୍ମାଣ ଅନୁକୂଳ

ପୁରୀ,୨୩ା୪(ଏସଏସନିଉଜ)ପରମ୍ପରାଅନୁଯାୟୀ ପବିତ୍ର ଅକ୍ଷୟତୃତୀୟା‌ରେ ମହାପ୍ରଭୁଙ୍କ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନକାର୍ଯ୍ୟାଳୟ ସମ୍ମୁଖରେ ଛାମୁଣ୍ଡିଆ ବନ୍ଧା ହୋଇଛି। ତିନିରଥ ପାଇଁ ତିନି କାଠ ଶ୍ରୀମନ୍ଦିରକାର୍ଯ୍ୟାଳୟ ରେ ସମ୍ମୁଖରେ ପୂଜାର୍ଚ୍ଚନା ପାଇଁ ରଖାଯାଇଛି। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ଚୋଟମାରିବା ପରେ ବିଶ୍ୱକର୍ମାମାନେ ରଥ କାର୍ଯ୍ୟରେ ନିୟୋଜିତ ହେବେ। ସେହି ଅନୁଯାୟୀ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।

 

Comments (0)
Add Comment