ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଅଧରପଣା

ପୁରୀ,୧୧/୭(ଏସଏସ ନିଉଜ)ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଅଧରପଣା ନୀତି।ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଠାରେ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ।ଏହାପରେ ଚଣ୍ଡୀ ଚାମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଏହି ଅଧର ହଣ୍ଡା ଭଙ୍ଗାଯିବ। ୯ ଦିନର ଯାତ୍ରାରେ ଶ୍ରୀଜିଉଙ୍କୁ ନଜର ଲାଗିଥିବାରୁ ତଥା ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହଣ୍ଡା ଭଙ୍ଗାଯିବ। ଏହାପରେ ଆସନ୍ତାକାଲି ନିଳାଦ୍ରୀବିଜେ କରିବେ ମହାପ୍ରଭୁ। ଗତକାଲି ଦୁର୍ଲଭ ଓ ଦିବ୍ୟ ସୁନାବେଶର ସାନିଧ୍ୟ ପାଇଥିଲେ ଶହ ଶହ ଶ୍ରଦ୍ଧାଳୁ। ରଥାରୁଢ଼ ଶ୍ରୀଜିଉଙ୍କ ସୁନାବେଶ ଦେଖିବାକୁ ଜନ ସମୁଦ୍ର ପାଲଟିଥିଲା ପୁରୀ ବଡ଼ଦାଣ୍ଡ। ପୂର୍ବ ନୀତି ନିର୍ଘଣ୍ଟ ଅନୁସାରେ ରତ୍ନ ଭଣ୍ଡାରରୁ ମହଣ ମହଣ ସୁନା ଅଳଙ୍କାର ଆସି ଲାଗି ହୋଇଥିଲା ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ।

Comments (0)
Add Comment