ଭୁବନେଶ୍ୱର,୧୪/୯(ଏସଏସନିଉଜ)ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହେବ । ଏଥିପାଇଁ ୧୭ରେ BMC ଅଞ୍ଚଳର ସବୁ ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଛି।ଭୁବନେଶ୍ବରରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା ହୋଇଛି।BMC ଅଧୀନରେ ଥିବା ସରକାରୀ କାର୍ଯ୍ୟାଳୟଗୁଡିକ ପ୍ରଥମାର୍ଦ୍ଧ ଛୁଟି ହେବା ସହ ଦିନ ୨ଟା ଯାଏଁ ଅଫିସ ଚଳିବ। ରାଜସ୍ବ ଓ ମାଜିଷ୍ଟେରିଆଲ୍ କୋର୍ଟ ଛୁଟି ରହିବ।୧୭ରେ ଜନତା ମଇଦାନରେ ‘ସୁଭଦ୍ରା’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।