ଅବହେଳା ପରିଲକ୍ଷିତ ହେଲେ, ପୁଣି ଲକ୍ଡାଉନ ଫେରିବ
ଭୁବନେଶ୍ୱର,୭/୯(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ […]