Browsing daily archive

August 14, 2022

କଟକଜିଲ୍ଲାରେ ସରକାରୀ ଛୁଟି ବାତିଲ

ଭୁବନେଶ୍ୱର,୧୪/୮(ଏସ ଏସ ନିଉଜ)ପ୍ରବଳ ବର୍ଷା ଯୋଗୁଁ ଟ୍ଵିନସିଟିକୁ ସତର୍କତା ଜାରି କଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଏହାସହକଟକ ଜିଲ୍ଲାରେ ସରକାରୀ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ ।ସମସ୍ତ ରାଜସ୍ୱ ଅଧିକାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଦେଇଛନ୍ତି ନିର୍ଦ୍ଦେଶ ।ସେହିପରି ଜିଲ୍ଲାପାଳ ଙ୍କ ବିନା ଅନୁମତିରେ କୌଣସି ଅଧିକାରୀ ନିଜ ମୁଖ୍ୟାଳୟ ଛାଡି ପାରିବେ ନାହିଁ ବୋଲି କୁହାଯାଇଛି।

ବର୍ଷା ସାଜିଲା କାଳ

ଭୁବନେଶ୍ୱର,୧୪/୮(ଏସ ଏସ ନିଉଜ)ବର୍ଷା ସାଜିଲା କାଳ ।କାନ୍ଥପଡି ମହିଳା ମୃତ.ବରଣ କରିଛନ୍ତି।ଏହି ଘଟଣା କାମାକ୍ଷାନଗର ସୋଗର କରବର ସାହିରେ ଘଟିଛି।ମୃତକ ଶାନ୍ତିଲତା ଭୋଇ ଘରେ ବସିଥିବା ବେଳେ କାନ୍ଥ ପଡିଥିଲା! ।

ଶ୍ରୀମନ୍ଦିର ଉପରେ ଚଢିଲେ ଯୁବକ!

ପୁରୀ,୧୪/୮(ଏସ ଏସ ନିଉଜ)ପୁଣି ଶ୍ରୀମନ୍ଦିର ଉପରେ ଚଢିଲେ ଯୁବକ। ଘଣ୍ଟି ଦ୍ୱାର ଦେଇ ନାଟମଣ୍ଡପ ଉପରେ ଚଢିଲେ ଯୁବକ। ତୁରନ୍ତ ତାଙ୍କୁ ଉଦ୍ଧାର କରି ଜେଟିପିଙ୍କୁ ହସ୍ତାନ୍ତର ପରେ ସିଂହଦ୍ଵାର ଥାନାରେ ଅଟକ ରହିଛି ଯୁବକ। ଯୁବକ ଜଣକ ହେଲେ ଗଞ୍ଜାମର ୩୨ ବର୍ଷୀୟ ଜିତୁ ଗୌଡ଼ ବୋଲି ଜଣାପଡିଛି।

ମହାନଦୀକୁ ଆସୁଛି ମଧ୍ୟମ ଧରଣର ବନ୍ୟା

ଭୁବନେଶ୍ୱର,୧୪/୮(ଏସ ଏସ ନିଉଜ)ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଛି। କାଲି ସନ୍ଧ୍ୟା ସୁଦ୍ଧା ବନ୍ୟାଜଳ ମୁଣ୍ଡଳି ଅତିକ୍ରମ କରିବ ।ମୁଣ୍ଡଳି ଦେଇ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି କହିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା ହୀରାକୁଦର ଉପର ଏବଂ ତଳ ମୁଣ୍ଡରେ ବର୍ଷା ଜାରିରହିଛି । ହୀରାକୁଦର ୩୪ଟି ଗେଟ ଖୋଲା ରହିଛି । ୫ ଲକ୍ଷ ୪୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି ।୫ ଲକ୍ଷ ୬୦ ହଜାର […]