ଧନୁଯାତ୍ରା ପାଇଁ ୧ କୋଟି
ଭୁବନେଶ୍ୱର,୪।୧୨(ଏସଏସନିଉଜ)ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।ଏହାସହ ୨୦୦ କଳାକାର ମାନଙ୍କୁ ୧୦ ହଜାର ଲେଖାଏଁ ସମ୍ମାନ ସୂଚକ ରାଶି ମିଳିବ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅର୍ଥ ରାଶି ମଞ୍ଜୁର ହୋଇଛି।ଚଳିତ ବର୍ଷ ଡ଼ିସେମ୍ବର ୨୪ରୁ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଧନୁଯାତ୍ରା ହେବ।ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ମଧ୍ୟ ସିଧାପ୍ରସାରଣ ହେବ।