୨୧ସୁଦ୍ଧା ଲଘୁଚାପ

ଓଡ଼ିଶା ପାଇଁ ସତର୍କ ସୂଚନା ନାହି

ଭୁବନେଶ୍ଵର,୧୮।୧୦(ଏସଏସନିଉଜ)୨୧ ତାରିଖ ସୁଦ୍ଧା ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ରସୃଷ୍ଟି ହେବାର ସମ୍ଭାବନା ରହିଛି।ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି।ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ ନେବ।ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ରହିଛି।ଲଘୁଚାପ ଓ ଅବପାତ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀବର୍ତ୍ତମାନ ସୁଦ୍ଧା କେବଳ ୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ ଆକଳନ କରାଯାଇଛି।ଏହା ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।ଓଡ଼ିଶା ପାଇଁ କୌଣସି ପ୍ରକାର ସତର୍କ ସୂଚନା ଜାରି କରିନୁ।୨୧ ପୂର୍ବରୁ ମତ୍ସ୍ୟଜୀବୀ କୂଳକୁ ଫେରି ଆସିବା ଦରକାର।ଲଘୁଚାପ ସୃଷ୍ଟି ହେବା ପରେ ତୀବ୍ରତା ନେଇ ଆକଳନ କରିହେବ। ବୋଲି ସୂଚନା ଦେଇଛନ୍ତି।

Comments (0)
Add Comment