୨୩ ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୯/୮ (ଏସ ଏସ ନିୟୁଜ ) ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସମେତ ୫ ଜିଲ୍ଲା ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ଏବଂ ୧୩ ଜିଲ୍ଲା କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ମାଲକାନଗିରି ଓ କୋରାପୁଟରେ ଝଡ଼ତୋଫାନ ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି।ମଙ୍ଗଳବାର ରାତିରୁ ଜାରି ରହିଛି ଲଘୁଚାପ ବର୍ଷା।ପ୍ରବଳ ବର୍ଷା ସମ୍ଭାବନା ନେଇ ଯାଜପୁର, ବାଲେଶ୍ୱର, ଜଗତସିଂହପୁର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ କୁ ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ପୁରୀ, କଳାହାଣ୍ଡି, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ,ଏହା ସହିତ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Comments (0)
Add Comment