୩ଦିନପ୍ରବଳବର୍ଷା…..

ଭୁବନେଶ୍ୱର, ୧୨ା୭(ଏସଏସନିଉଜ) ଆସନ୍ତା ତିନିଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି କି, ୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତେବେ ଆଜି ମଧ୍ୟ ରାଜ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comments (0)
Add Comment