୪୮ଟି ଖଣି ଲିଜ୍ ଟେଣ୍ଡର ବାତିଲ୍

ମାଲକାନଗିରି, ୨୪/୮(ଏସଏସନିୟୁଜ) ମାଲକାନଗିରି ଜିଲ୍ଲାପାଳ ବିଶାଲ ସିଂ ଦକ୍ଷିଣାଞ୍ଚଳ ଆର୍ଡିସିଙ୍କ ସୁପାରିସ୍ କ୍ରମେ ୪୮ଟି ଲଘୁ ଖଣି ଲିଜ୍ ଟେଣ୍ଡରକୁ ବାତିଲ୍ କରିଛନ୍ତି । ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ମାଝି ତତ୍କାଳୀନ ଜିଲ୍ଲାପାଳ ଯଦୁଲା ବିଜୟ ଏହି ଟେଣ୍ଡର ପ୍ରକ୍ରିୟାକୁ ଫିକ୍ସିଂ କରିଥିବା ନେଇ ଅଭିଯୋଗ କରିଥିଲେ। ଜିଲ୍ଲାପାଳ ନିଜ ଘରେ ସମସ୍ତ ଟେଣ୍ଡର ବକ୍ସ ନେଇ ହେରଫେର କରିଥିବା ନେଇ ସେତେବେଳେ ଅଭିଯୋଗ ହୋଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ରଦ୍ଦ କରିବାପାଇଁ ବାରମ୍ବାର ଦାବି ହୋଇ ଆସୁଥିଲା।

Comments (0)
Add Comment